Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ସକାଶେ ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ଜୀବନରେ ଟେନ୍‌ସନ୍‌ ଟିକିଏ ମାତ୍ରାରେ କମିଯିବ। ପ୍ରତ୍ୟେକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ,ରପ୍ତାନି ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ବୃଷ
ବୃଷ
ସକାଳୁ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସ୍ତ୍ରୀଙ୍କ ଅମନଯୋଗୀ ଓ ଚିଡା ସ୍ବଭାବଜନିତ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବାର ସମ୍ଭାବନା ରହିଛି। ଆର୍ଥିକ ଦିଗରୁ ଦିନଟି ସୁଖକର ହେବ।
ମିଥୁନ
ମିଥୁନ
ଏକାଧିକ କାମରେ ଅନୁପ୍ରବେଶ କରି ବ୍ୟସ୍ତତା ବୃଦ୍ଧି ପାଇବ। ବାଣିଜ୍ୟ,ବ୍ୟବସାୟ, ଶିଳ୍ପ ଓ ଏଜେନ୍ସିପ,ସାହିତ୍ୟ,ସାମ୍ବାଦିକତାରୁ ଖୂସି ରହିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ଭାବ ପ୍ରବଣତାକୁ ଯଥାସମ୍ଭବ ଲଗାମ ଦେଇ ଆଗକୁ ବଢି ଚାଲିଲେ ସବୁ ଠିକ୍‌ ହୋଇଯିବ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ ଅନ୍ୟଥା ପରେ ଅନୁତାପ କରିବାକୁ ପଡିବ। ରଚନାମତ୍କ କାର୍ଯ୍ୟ,ଗବେଷଣା, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ।
ସି˚ହ
ସି˚ହ
ସ୍ନେହ, ଶ୍ରଦ୍ଧା,ଆଦର ଲାଭକରି ପୂର୍ବାହ୍ନ ସମୟଟି ବହୁତ ଭଲରେ ଅତିବାହିତ ହେବ। ସହକର୍ମୀଙ୍କ କିମ୍ବା ପଡୋଶୀ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଟେନସନ୍‌ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।
କନ୍ୟା
କାର୍ଯ୍ୟ ହାସଲଜନିତ ମାନସିକ ସ୍ଥିତି ବହୁତ ଭଲ ରହିବ। ସାଧାରଣ ଘଟଣାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାଜନୀତି, ପ୍ରଶାସନ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ର୍ରରେ ଆଜି ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଜିଦ୍‌ ଓ ଯୁକ୍ତି ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ। ଦିନଟିରେ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ ହେବ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି ।
ବିଛା
ବିଛା
ଅବସର ସମୟରେ ପରିବାର ସହ ମିଶି ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ଯାତ୍ରାକାଳୀନ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ସଭାସମିତିରେ ଯୋଗ ଦେଲେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରେ ଆସିପାରନ୍ତି। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ଧନୁ
ଧନୁ
ପରିବାରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ଘଟଣା ଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସାମାଜିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟ ହେବେ ।
ମକର
ମକର
ଦକ୍ଷତା ଓ ସହଯୋଗୀ ମନୋବୃତ୍ତି କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଶ୍ରବଣା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ପରିସ୍ଥିତିକୁ ସାମନା କରିବାକୁ ଯାଇ କୌଣସି ପ୍ରକାରେ ଅର୍ଥ ସଂଗ୍ରହରେ ତପତ୍ର ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ବାତବ୍ୟାଧିଜନିତ ରୋଗରେ କଷ୍ଟ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ଯୋଗୁଁ ମନ ଭଲ ରହିବନାହିଁ। ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ପରିବାରରେ ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ।
ମୀନମୀନ
 ବିଶିଷ୍ଟବ୍ୟକ୍ତିଙ୍କ ଆମନ୍ତ୍ରଣ ରକ୍ଷାକରି ଆକସ୍ମିକ ଯାତ୍ରା କରିବାକୁ ପଡିପାରେ। ଆଜି ଦିନଟିର ବୃତ୍ତି,ବାଣିଜ୍ୟ ମାନ୍ଦା ହେବ ନାହିଁ। ସର୍ବଜନ ଶତ୍ରୁତା କାରଣରୁ ମାନସିକ ବ୍ୟସ୍ତତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତି କେତେକାଂଶରେ ବଦଳି ଯାଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri