Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରର କିଛି ସମସ୍ୟା ସାଙ୍ଗକୁ ନିଜ ଲୋକ ବିରୋଧାଚରଣ କରିବେ। ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିମାନଙ୍କୁ ଆପଣେଇ ନେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମରେ ସଫଳତା ପାଇବେ। ସଭାସମିତି, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ପ୍ରସ୍ତୁତି ପଥରେ ଥିବା କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁ ଗହଣରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି। ପଡ଼ୋଶୀଙ୍କ କଥାରେ ପ୍ରଭାବିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଆଜି କୌଣସି କାମରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିବ।
ମିଥୁନ
ମିଥୁନ
ଉପରିସ୍ଥଙ୍କ ଭୁଲ୍‌ ବୁଝାମଣାରୁ କର୍ମ କ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ହଟ୍ଟଗୋଳ ଲାଗିପାରେ। କଳା, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ମଧ୍ୟ କିଛି ଅସୁବିଧା ହେବ ନାହିଁ। ସନ୍ତାନହେତୁକ ଚିନ୍ତା ଦୂର ହେବ।
କର୍କଟ
କର୍କଟ
ଆଜି ଭାଇ, ବନ୍ଧୁ, ସହକର୍ମୀ, ଅଂଶୀଦାର ବ୍ୟବସାୟୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଯାତ୍ରାକାଳୀନ ସମୟରେ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ। ଘରର ବରାଦ ଅନୁଯାୟୀ ମନୋରଞ୍ଜନ ଜିନିଷ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗରୁ ଟେନସନ୍‌ ଦୂର ହେବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା, ତାହା ପାଇବା କଷ୍ଟକର ହୋଇପଡ଼ିବ। ପଡ଼ୋଶୀଙ୍କ ସହ ଭଲ ସମ୍ପର୍କ ରଖିବା ଚେଷ୍ଟା କରି ସଫଳତା ପାଇବେ।
କନ୍ୟା
ଅପୂରଣୀୟ ଆଶା ଓ ଅର୍ଥର ଅଭାବ ହେତୁ ମାନସିକ ସ୍ଥିରତା ରହିବ ନାହିଁ। ହାତକୁ ନେଇଥିବା କାମ ବିଷୟରେ ଯାହା କରିବା କଥା ଶୀଘ୍ର ଶୀଘ୍ର ଶେଷ କରିବା ଭଲ ହେବ। ସତ୍‌ ସଙ୍ଗ କିମ୍ବା ନାମ ସଂକୀର୍ତ୍ତନରେ ନିଜକୁ ହଜାଇ ଦେଇ ପାରନ୍ତି। ପରିସ୍ଥିତିର ବିଷମତା ଥିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
ତୁଳା
ତୁଳା
ଆଜି ମନ ଅନୁଯାୟୀ କାମ କରିବାରେ ଅସୁବିଧା ହେବ ନାହିଁ। ପ୍ରତ୍ୟେକ କାମ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, କଚେରି ମାମଲା ତଥା ସାମାଜିକ ସମ୍ମାନ ଲାଭ କରିବେ। ଘର ସାଜସଜ୍ଜା, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ମାଧ୍ୟମରେ ଗୁରୁତର ସମସ୍ୟା ସମାଧାନ ପାଇଁ ବାଟ ଫିଟିବ।
ବିଛା
ବିଛା
ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ। ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜିହିଁ ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇପାରନ୍ତି। ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଭଲ କାରବାର ଯୋଗୁ ଆମତ୍ସନ୍ତୋଷ ମିଳିପାରେ। ପାରିବାରିକ ସମସ୍ୟା ସୁଧାରିବାକୁ ଯାଇ ବହୁ କ୍ଷେତ୍ରରେ ବନ୍ଧୁମାନଙ୍କ ସାହାଯ୍ୟ ପ୍ରାର୍ଥୀ ହୋଇପାରନ୍ତି।
ମକର
ମକର
ଦୀର୍ଘ ଦିନରୁ ପଡ଼ି ରହିଥିବା କାମ ସକାଶେ ଚିନ୍ତା କରିପାରନ୍ତି। ସହକର୍ମୀ ଫାଇଦା ହାସଲ ସକଶେ ଅତି ନିଜର ଭଳି ବ୍ୟବହାର କରିପାରନ୍ତି। ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହେବା ଅସମ୍ଭବ ହୋଇପଡ଼ିବ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ବାହାର କରିବାରେ ସମର୍ଥହେବେ।
କୁମ୍ଭ
କୁମ୍ଭ
ପୂର୍ବ ଯୋଜନା ଅନୁଯାୟୀ କର୍ମରେ ଆଗୁସାର ହେଲେ ସଫଳତା ହାସଲ କରିବେ। ପାରିବାରିିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବାରେ ପଡ଼ୋଶୀଙ୍କ ଭୂମିକା ଅବିସ୍ମରଣୀୟ ରହିବ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ଆଜିର ଯାତ୍ରାରେ ସାମାନ୍ୟ ବିଘ୍ନ ଆସିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ସଫଳତା ଆଣିଦେବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ବିଜୟ ଓ ଗୌରବାର୍ଜନ ନିଶ୍ଚିତ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି, ଯାହାକି ଆପଣଙ୍କ ପାଇଁ ମହଙ୍ଗା ପଡ଼ିପାରେ। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?