Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ
ଆଜି ସମ୍ପର୍କୀୟଙ୍କ ସହାୟତାରେ ଅର୍ଥନୈତିକ ଉତ୍କର୍ଷତା ମୁହଁରେ ହସ ଫୁଟାଇବ। କିନ୍ତୁ ଏମିତି କେତେକ କାମ ରହିଛି, ଯାହା କି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ ହୋଇପଡ଼ିବେ। ପାରିବାରିକ ସୌଖ୍ୟ ସଙ୍ଗକୁ ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ।
ବୃଷ
ବୃଷ
ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତିକୁ କେତେକାଂଶରେ ଦୂରେଇବାରେ ସମର୍ଥ ହେବେ। ବନ୍ଧୁମାନେ ସାମୟିକ ସହଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ପଡ଼ୋଶୀଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବ। ନୂତନ ସ୍ଥାନ ପରିଦର୍ଶନ ସଙ୍ଗକୁ୍‌ ସତ୍‌ସଙ୍ଗର ସୁଯୋଗ ପାଇବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ଦକ୍ଷତା ଓ ଦୃଢ଼ତା କେତେକ କ୍ଷେତ୍ରରେ ଆପଣଙ୍କୁ ସାହାଯ୍ୟ କରିବ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଲାଭକରିବେ।
କର୍କଟ
କର୍କଟ
ଆଜି ଏକାଧାରରେ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଅତୁଟ ରହିବ। ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଆପଣଙ୍କୁ ଅର୍ଥଲାଭ ଦେଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତି ମାନିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ସହକର୍ମୀଙ୍କ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କର୍ମକ୍ଷେତ୍ରକୁ ସରସ ସୁନ୍ଦର କରିବାରେ ସମର୍ଥ ହେବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମଘା ନକ୍ଷତ୍ରର ମନରେ ସରସତା ରହିବ ନାହିଁ। ସଭାସମିତି, କଳା, ସାହିତ୍ୟ, ରାଜନୀତି, ଜମିଜମା କାରବାର ତଥା ଗଠନମୂଳକ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି ସାମୂହିକ କାମରେ ପତିଆରା ଜାହିର କରିପାରିବେ। ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ଏବଂ ସାମାଜିକ ପ୍ରତିଷ୍ଠା ଲଭିବେ। ଋଣ ସୂତ୍ରରେ ଅର୍ଥଲାଭ କରିବେ କିନ୍ତୁ ଶିଳ୍ପ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ଆଜି ମନରେ ବହୁବିଧ ଭାବନା ଉଦ୍ରେକ ହେବ କିନ୍ତୁ ବେଶି ଆଶାକରି କିଛି ପାଇବେ ନାହିଁ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ବହୁ ପୂର୍ବର ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ତଥାପି ଜିନିଷପତ୍ର ହଜିଯିବାର ସମ୍ଭାବନା ରହିଛି।
ବିଛା
ବିଛା
ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ବିବାଦୀୟ ଘଟଣା କିମ୍ବା ମାଲି ମକଦ୍ଦମା ଫଇସଲା ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ପୂର୍ବ ଶତ୍ରୁତା କାରଣରୁ ଆପଣଙ୍କ ପାଇଁ ଯିଏ ଖାଲ ଖୋଳିବ ସେଥିରେ ସେ ହିଁ ପଡ଼ିବ। ସନ୍ତାନଙ୍କ ବୈବାହିକ କର୍ମ ସକାଶେ ଆଲୋଚନା ଫଳପ୍ରଦ ହୋଇପାରେ। କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବ। ଘର ଲୋକମାନଙ୍କ ଦ୍ୱାରା କିଛିଟା ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।
ମକର
ମକର
ଗଣତନ୍ତ୍ରର ପ୍ରତୀକ ଶନିଶ୍ଚର ଗଣମାଧ୍ୟମ ସମ୍ବନ୍ଧିତ ବ୍ୟକ୍ତିମାନଙ୍କ ସକାଶେ ଖୁସି ଖବର ପ୍ରଦାନ କରିବ। ବୈରାଗ୍ୟକାରକ ହେତୁ ବୈଷୟିକ କ୍ଷେତ୍ରରେ ପ୍ରତିବନ୍ଧକର ସାମନା କରିବାକୁ ପଡ଼ିପାରେ। ସାଧାରଣ କଥାରେ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟରେ ସମସ୍ୟା କ୍ରମଶଃ ଦୂରେଇ ଯିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସି ହୋଇପାରିବେ ନାହିଁ । ମାଙ୍ଗଳିକ କାର୍ଯ୍ୟ ସକାଶେ ଅତ୍ୟଧିକ ଭ୍ରମଣଜନିତ ସ୍ବାସ୍ଥ୍ୟହାନି ଦେଖାଦେଇପାରେ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଲାଗି ରହିବ। ପୂଜାବଜାର, ଭସାଣି ଯାତ୍ରାରେ ବନ୍ଧୁମିଳନରୁ ସନ୍ତୋଷ ପାଇବେ।
ମୀନମୀନ
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ। ଅତି ନିକଟରେ ରହୁଥିବା ବ୍ୟକ୍ତିଟି ଆପଣଙ୍କ ଗୋପନୀୟ କାର୍ଯ୍ୟାବଳୀର ପୁଟୁଳି ଖୋଲି ଦେଇପାରେ। ଆଜି କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟପ୍ରଦ ମନେହେବ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri