Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ
ଏମିତି କେତେକ କାମ ରହିଛି ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ସମ୍ପନ୍ନ କରିବାକୁ ଅସମର୍ଥ ହୋଇପଡ଼ିବେ। ପାରିବାରିକ ସ୍ଥିତି ସାଙ୍ଗକୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବାରେ ସଙ୍କଟ ଉପୁଜିବ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି, କିନ୍ତୁ କିଛି କରିପାରିବେ ନାହିଁ । ଋଣ ପରିଶୋଧ କରିବା ଦିଗରେ ଦୁଶ୍ଚିନ୍ତା ବୃଦ୍ଧି ପାଇବ।
ବୃଷ
ବୃଷ
ବନ୍ଧୁମାନେ ସହଯୋଗକୁ ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ପ୍ରଶାସନ, ଆଇନ, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ଛୋଟକଥାରୁ କର୍ମକ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ସ୍ତ୍ରୀଙ୍କ ଅନୁପ୍ରେରଣା, ପଡ଼ୋଶୀଙ୍କ ପ୍ରତ୍ୟକ୍ଷ ସହଯୋଗ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସାହାଯ୍ୟ କରିବ। ପରିଭ୍ରମଣ, ନୂତନ ସ୍ଥାନ ପରିଦର୍ଶନ ଓ ସତ୍‌ସଙ୍ଗ ସୁଯୋଗ ପାଇବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ନିଜ ନିଜର ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥପ୍ରାପ୍ତି ଘଟିବ।
କର୍କଟ
କର୍କଟ
ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଆପଣଙ୍କୁ ଅର୍ଥଲାଭ କଲେ ମଧ୍ୟ ପାରିବାରକ କ୍ଷେତ୍ରକୁ ଅସ୍ଥିରତା ପ୍ରଦାନ କରିପାରନ୍ତି। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ସକାଶେ ବିଶେଷଜ୍ଞଙ୍କ ପରାମର୍ଶ ନେବାକୁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ। ସଭାସମିତି, ସାହିତ୍ୟ, ରାଜନୀତି, ଜମିଜମା ତଥା ଗଠନମୂଳକ କାର୍ଯ୍ୟରେ ପ୍ରଶଂସିତ ହେବେ। ଅଭାବ ଅସୁବିଧା ମଧ୍ୟରେ ପାରିବାରିକ ସ୍ଥିତି ଦୁର୍ବିଷହ ହୋଇପାରେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ସାଧନ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ ପତିଆରା ଜାହିର କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ ଏବଂ ସାମାଜିକ ପ୍ରତିଷ୍ଠା ମଧ୍ୟ ଅକ୍ଷୁଣ୍ଣ ରହିବ । ଋଣ ସୂତ୍ରରେ ଅର୍ଥଲାଭ କରିବେ ଏବଂ ସ୍ତ୍ରୀ ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ।
ତୁଳା
ତୁଳା
ଆଜି ମନରେ ବହୁବିଧ ଭାବନା ଉଦ୍ରେକ ହେବ କିନ୍ତୁ ବେଶି ଆଶାକରି କିଛି ପାଇବେନାହିଁ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ବହୁ ପୂର୍ବର ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ତଥାପି ଜିନିଷପତ୍ର ହଜିଯିବାର ସମ୍ଭାବନା ରହଛି।
ବିଛା
ବିଛା
ଆଜି ଯାହା କରନ୍ତୁନା କାହିଁକି କୌଣସି ଅସୁବିଧା ହେବନାହିଁ। ଅବଶ୍ୟ ଶନିଙ୍କ କୁପ୍ରଭାବରୁ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ପ୍ରଶଂସିତ ହେବେ। ବିବାଦୀୟ ଘଟଣା କିମ୍ବା ମାଲିମକଦ୍ଦମା ଫଇସଲା ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆଜି ଆପଣଙ୍କ ପାଇଁ ଯିଏ ଖାଲ ଖୋଳିବ ସେଥିରେ ସେ ହିଁ ପଡ଼ିବାର ଖବର ପାଇବେ। ଅନ୍ୟମାନଙ୍କୁ ବିଶ୍ୱାସ କଲେ ହଇରାଣରେ ପଡ଼ିପାରନ୍ତି। ସନ୍ତାନଙ୍କ ବିବାହ ସକାଶେ ଆଲୋଚନା ଫଳପ୍ରଦ ହୋଇପାରେ । ଉତ୍ତେଜନାପୂର୍ଣ୍ଣ ମାନସିକ ସ୍ଥିତିଜନିତ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିପାରେ।
ମକର
ମକର
ବକ୍ରୀ ଶନି ଆପଣଙ୍କ ପାରିବାରିକ ଓ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। ବିଭିନ୍ନ କାରଣକୁ ନେଇ ବୈଷୟିକ କ୍ଷେତ୍ରରେ ପ୍ରତିବନ୍ଧକର ସାମନା କରିବାକୁ ପଡ଼ିପାରେ। ସାଧାରଣ କଥାରେ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟିର ଆଶଙ୍କା ରହିଛିି। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ହେବ, କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସି ହୋଇପାରିବେ ନାହିଁ। ଅତ୍ୟଧିକ ଭ୍ରମଣଜନିତ ସ୍ବାସ୍ଥ୍ୟହାନି ଦେଖାଦେବାର ଆଶଙ୍କା ରହିଛି। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା କ୍ଷେତ୍ରରେ ସମସ୍ୟା ଲାଗିରହିବ। ପ୍ଲଟିଂ କାରବାର, ପ୍ରକାଶନ ଓ ଆନୁଷ୍ଠାନିକ କାମରେ ସମସ୍ୟାର ସମାଧାନ କରିପାରିବେ ।
ମୀନମୀନ
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ଅଶାନ୍ତ ପରିସ୍ଥିତି ଉପୁଜିପାରେ। ପରିସ୍ଥିତି ଏପରି ହେବ ଯେ ଆପଣ କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିପାରିବେ ନାହିଁ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?