Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ
ପଦାଧିକାରୀଙ୍କ ଅନୁକମ୍ପାରୁ ଅର୍ଥନୈତିକ ଉତ୍କର୍ଷ ମୁହଁରେ ହସ ଫୁଟାଇବ। କିନ୍ତୁ ଏମିତି କେତେକ କାମ ରହିଛି, ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ ହୋଇପଡ଼ିବେ। ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି, କିନ୍ତୁ ପାରିବେ ନାହିଁ।
ବୃଷ
ବୃଷ
ସହକର୍ମୀଙ୍କ ପ୍ରଭାବରେ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତି ବଦଳିବାରେ ଲାଗିବ। ବନ୍ଧୁ ସାମୟିକ ସହଯୋଗକୁ ନିଜ ସ୍ବାର୍ଥ ସାଧନ ଦିଗରେ ଲଗାଇ ପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଆଜିର ଯାତ୍ରା, ପ୍ରଶାସନ, ଆଇନ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ସ୍ତ୍ରୀଙ୍କ ଅନୁପ୍ରେରଣା, ପଡ଼ୋଶୀଙ୍କ ପ୍ରତ୍ୟକ୍ଷ ସହଯୋଗ ସମସ୍ୟା ସମାଧାନ କ୍ଷେତ୍ରରେ ସାହାଯ୍ୟ କରିବ। ପରିଭ୍ରମଣ, ନୂତନ ସ୍ଥାନ ପରିଦର୍ଶନ ଓ ସତ୍‌ସଙ୍ଗ ସୁଯୋଗ ପାଇବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥସାହାଯ୍ୟ ପାଇବେ।
କର୍କଟ
କର୍କଟ
ଆଜି ଏକାଧାରରେ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଅତୁଟ ରହିବ। ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଅର୍ଥଲାଭ କରାଇଲେ ସୁଦ୍ଧା ଶନିଙ୍କ ପ୍ରଭାବରେ ପାରିବାରିକ କ୍ଷେତ୍ର ଅସ୍ଥିରତା ରହିବ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ଲାଭକରି ଦୂରଯାତ୍ରା କରିପାରନ୍ତି।
ସି˚ହ
ସି˚ହ
ଆଜିର ଗ୍ରହସ୍ଥିତି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରକୁ ସରସ କରିପାରେ। ପଡ଼ୋଶୀ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କାମରେ ଆସିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ। ସଭାସମିତି, କଳା ସାହିତ୍ୟ, ରାଜନୀତି, ଜମିଜମା ତଥା ଗଠନମୂଳକ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି ପତିଆରା ଜାହିର୍‌ କରିପାରିବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଏବଂ ସାମାଜିକ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ। ଶନିଙ୍କ ସୂତ୍ରରୁ ଋଣରେ ଅର୍ଥଲାଭ କରିବେ ଏବଂ ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଶତ୍ରୁତା କରୁଥିବା ବ୍ୟକ୍ତି ମନ୍ଦ ଉଦ୍ଦେଶ୍ୟ ନେଇ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
ଆଜି ମନରେ ବହୁବିଧ ଭାବନା ଉଦ୍ରେକ ହେବ କିନ୍ତୁ ବେଶି ଆଶାକରି କିଛି ପାଇବେନାହିଁ। ନିଜ ଲୋକ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ବହୁ ପୂର୍ବର ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ତଥାପି ଜିନିଷପତ୍ର ହଜିଯିବାର ସମ୍ଭାବନା ରହଛି।
ବିଛା
ବିଛା
ଆଜି ଆପଣ ଯାହା କରନ୍ତୁନା କାହିଁକି ଆପଣଙ୍କର କୌଣସି ଅସୁବିଧା ହେବନାହିଁ। ଅବଶ୍ୟ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ପ୍ରଶଂସିତ ହେବେ। ଆଇନ ସହାୟତା ଲାଭକରି ମାଲି ମକଦ୍ଦମା ଫଇସଲା ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆଜି ଆପଣଙ୍କ ପାଇଁ ଯିଏ ଖାଲ ଖୋଳିବ ସେଥିରେ ସେ ହିଁ ପଡ଼ିବାର ଖବର ପାଇବେ। ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କଲେ ହଇରାଣରେ ପଡ଼ିପାରନ୍ତି। ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା ଫଳପ୍ରଦ ହୋଇପାରେ । ଉତ୍ତେଜନାପୂର୍ଣ୍ଣ ମାନସିକ ସ୍ଥିତିଜନିତ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିପାରେ।
ମକର
ମକର
ଗଣତନ୍ତ୍ରର ପ୍ରତୀକ ଶନିଶ୍ଚର ଗଣମାଧ୍ୟମ ସମ୍ବନ୍ଧିତ ବ୍ୟକ୍ତିଙ୍କ ସକାଶେ ଖୁସି ଖବର ପ୍ରଦାନ କରିବ। ବୈରାଗ୍ୟକାରକ ହେତୁ ବୈଷୟିକ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବେ। ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସି ହୋଇପାରିବେ ନାହିଁ। ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଲାଗି ରହିବ। ପ୍ଲଟିଙ୍ଗ କାରବାର, ପ୍ରକାଶନ, ପ୍ରଶାସନ ଓ ଆନୁଷ୍ଠାନିକ କାମରେ ସମସ୍ୟାର ସମାଧାନ କରିପାରିବେ।
ମୀନମୀନ

କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନରେ ବିରକ୍ତିଭାବ ସୃଷ୍ଟି ହେବାର ଆଶଙ୍କା ରହିଛି। ପରିସ୍ଥିତି ଏପରି ହେବଯେ ଆଜି ଆପଣ କୈାଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟପ୍ରଦ ହୋଇପାରେ। ଅବଶ୍ୟ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri