Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। କର୍ମକ୍ଷେତ୍ରରେ କେତେକାଂଶରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ବନ୍ଧୁଙ୍କ ଅନୁରୋଧରେ ସାମାଜିକ କାମରେ ବିଶେଷ ସମୟ ନେବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନୋବଳ ଟାଣ ରହିବ ଓ ଅଟକି ରହିଥିବା କାମ ଶେଷ କରିବେ। ପରିବାର ଭିତରେ ସମସ୍ୟାରେ ଥିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ସମର୍ଥ ହେବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କଳହକୁ କେନ୍ଦ୍ରକରି ସାୟାହ୍ନେ ଭାବପ୍ରବଣ ହୋଇପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡ଼ିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ। ପରିବାରରେ ଗତକାଲି ପରି ଆଜି ମଧ୍ୟ ପରିସ୍ଥିତି ଅପରିବର୍ତ୍ତିତ ରହିବ। ଦୀର୍ଘଦିନରୁ ଲାଗି ରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଗ୍ରହସ୍ଥିତିର ଅନୁକୂଳତା କାରଣରୁ କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରିପାରିବ ନାହିଁ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଭୁଲ କାମ କରିପାରନ୍ତି। କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ। ଅଫିସରୁ ଆସିବା ବେଳକୁ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇବାକୁ ପ୍ରଯନତ୍ କଲେ ସଫଳ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କର୍ମକ୍ଷେତ୍ରରେ ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଚୁକ୍ତିପତ୍ର କରିବାରେ ସଫଳ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ। ଯାନବାହନରେ ଭ୍ରମଣବେଳେ କୌଣସି ଜିନିଷ ହଜାଇ ଦେଇପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଧନୁ
ଧନୁ
ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡ଼ିବେ। ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାସମିତିରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ବକେୟା ଅର୍ଥ ଆଦାୟରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ। ସାମାଜିକ ସ୍ତରରେ ବିବାଦୀୟ ଘଟଣାର ପରିସ୍ଥିତି ହଠାତ୍‌ ବଦଳି ଯାଇପାରେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପାଖରେ ନଥିବା ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସଫଳତା ପାଇବେ। ଅଫିସ୍‌ରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ଆପଣ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ଶତ୍ରୁତା ସୃଷ୍ଟି ହେବାର ସୂଚନା ରହିଛି। ଚେଷ୍ଟା କରୁଥିବା କାମରେ, ମାଙ୍ଗଳିକ କାର୍ଯ୍ୟ, କଚେରି ମାମଲାରେ, ଜମିଜମା ବିବାଦରେ ଉପକୃତ ହେବେ।
ମୀନମୀନ
ପରିବାରରେ ସମସ୍ୟା ଯୋଗୁ ବିବ୍ରତ ବୋଧ କରିପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁ ହାତକୁ ନେଇଥିବା କାମ ସଂପନ୍ନରେ ଅସୁବିଧା ହେବ ନାହିଁ। କଠୋର ପରିଶ୍ରମ ଦ୍ୱାରା ସଫଳତା ପାଇବେ ଓ ଏହାହିଁ ସମସ୍ୟା ସମାଧାନର ମାର୍ଗଦର୍ଶକ ସାଜିବ। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri