Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ
ବହୁ ଦିନରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବାରେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ଥିବା ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ସମ୍ପର୍କୀୟ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ଚଳାଇ ନେବାକୁ ଚେଷ୍ଟା କରିପାରନ୍ତି।
ବୃଷ
ବୃଷ
ଆଜି କୌଣସି ସାମାଜିକ କାମରେ ବିଶେଷ ସମୟ ନେବାକୁ ବାଧ୍ୟ ହେବେ । ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପରିବାର ଭିତରେ ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ସହକର୍ମୀଙ୍କ କାର୍ଯ୍ୟରେ ହାତ ଦେଇ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରି କୈଫିୟତ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ଧାରଣ କରିବା ସମ୍ଭାବନା ରହିଛି । ସ୍ବାସ୍ଥ୍ୟ ସମସ୍ୟାର ସମାଧାନ କରି ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ଆପଣଙ୍କ ମଧୁର ବିନୟ ବଚନ ପ୍ରଭାବରୁ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କଳହକୁ କେନ୍ଦ୍ରକରି ସାୟାହ୍ନେ ଭାବପ୍ରବଣ ହୋଇପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ।
ସି˚ହ
ସି˚ହ
କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବନାହିଁ । ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି। ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ପରିବାରରେ ସନ୍ଦେହ ଓ ଭୁଲ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିପାରନ୍ତି ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ବିଫଳ ହେବେନି। ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତାନ୍ତର ଦେଖାଦେଇପାରେ। ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ଲକ୍ଷ୍ୟ କରିବେ। ସମ୍ପର୍କୀୟ ମୁହଁ ଫେରାଇ ନେଇପାରନ୍ତି। ରଚନାମତ୍କ କାମରେ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ, ଚୁକ୍ତିପତ୍ର କରିବାରେ ସଫଳ ହେବେ।
ବିଛା
ବିଛା
ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଧନୁ
ଧନୁ
ବେଖାତିର ଭାବରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଓ ଆପଣଙ୍କୁ ସାହାଯ୍ୟ କରିବେ । ବକେୟା ଅର୍ଥ ଆଦାୟରେ ଜଣେ ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।
ମକର
ମକର
ଯେତେ ପ୍ରକାର ଚେଷ୍ଟା କଲେ ମଧ୍ୟ ସବୁ କାମ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ । ବିବାଦୀୟ ଘଟଣାର ପରିସ୍ଥିତି ହଠାତ୍‌ ବଦଳି ଯାଇପାରେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ସଫଳତା ପାଇବେ । ଅସମୟରେ ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। ଚେଷ୍ଟା କରୁଥିବା କାମରେ, ମାଙ୍ଗଳିକ କାର୍ଯ୍ୟ, ତଥା କଚେରି ମାମଲାରେ ଉପକୃତ ହେବେ।
ମୀନମୀନ
ସମସ୍ୟାଗୁଡ଼ିକୁ ସାମ୍ନା କରି ନ ପାରି ବିବ୍ରତ ହେବେ। ଅବହେଳା କ୍ରମରେ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ପାଖପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଭୁଲ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?