Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ
ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ, ସମ୍ମାନ ଓ ବନ୍ଧୁ ମେଳରେ ସମୟ ବିନିଯୋଗ କରିବେ। ମାନସିକ ସ୍ତରରେ ଅସ୍ଥିର ରହିବା ଭଳି ପରିସ୍ଥିତି ସୃଷ୍ଟିହେବ। ଭଲ ପଡୁ ନ ଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଦିନ ଭିତରେ ମଧ୍ୟସ୍ଥତା କରିବା ଏବଂ ଧନ ସ୍ଥାନରେ ରାହୁ ଥିବାରୁ ଟଙ୍କା ଦେବାନେବାରେ ସତର୍କତା ରହିବା ଭଲ।
ବୃଷ
ବୃଷ
ରାଶିରେ ରାହୁ ଏବଂ ଦ୍ୱାଦଶସ୍ଥ ଚନ୍ଦ୍ର ହେତୁ ଅନ୍ୟମାନଙ୍କ ଭୁଲ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ। ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇପାରନ୍ତି, ଯାହାକି ପାରିବାରିକ ସମ୍ପର୍କ ମଧ୍ୟ ନଷ୍ଟ ହୋଇପାରେ। ପରିସ୍ଥିତି ଏମିତି ହେବ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇପାରନ୍ତି।
ମିଥୁନ
ମିଥୁନ
ଏକାଦଶରେ ବନ୍ଧୁକାରକ ବୁଧ ଅବସ୍ଥାନ କରିଥିବାରୁ ଘରେ ଆମୋଦ ପ୍ରମୋଦର ସୁଅ ଛୁଟିବ। ସହକର୍ମୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ସାମାଜିକ ସ୍ତରରେ ତଥା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟାର ସମାଧାନ ହେବ ।
କର୍କଟ
କର୍କଟ
ରାଶ୍ୟାଧିପ କେନ୍ଦ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟାବସ୍ଥାରେ ପରିବର୍ତ୍ତନ ଘଟିବ ଏବଂ ଉପରିସ୍ଥଙ୍କ ଅନୁକମ୍ପା ପ୍ରାପ୍ତ ହେବେ। ପାରିବାରିକ ଦୃଷ୍ଟିକୋଣରୁ ଦିନଟି ମନ୍ଦ ନ ହେଲେ ମଧ୍ୟ କେହି ନିଜ ଲୋକ ଜଣେ ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ବୁଧାଦିତ୍ୟ ଯୋଗ ପ୍ରଭାବରୁ ସାମାଜିକ ସ୍ତରରେ ଆଦରଣୀୟ ହେବେ। ନକାରାମତ୍କ ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ। କିନ୍ତୁ ମଘା ନକ୍ଷତ୍ର ଜାତ ବ୍ୟକ୍ତି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ପାରିବାରିକ କ୍ଷେତ୍ରରେ ରହିଥିବା ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ।
କନ୍ୟା
ବୁଧ ଷଷ୍ଠାଧିପ ଶନିଙ୍କ ନକ୍ଷତ୍ରରେ ରହିଥିବାରୁ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ମଙ୍ଗଳ ଦ୍ୱାଦଶସ୍ଥ ଯୋଗୁ ବନ୍ଧୁମାନଙ୍କ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ଭଲ ସମ୍ପର୍କ ନ ଥିବା ପଡୋଶୀ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବୁଧ ଚତୁର୍ଥାଧିପ ଶନି ଦୃଷ୍ଟିରେ ରହିଥିବାରୁ ଆଜି ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ପଡ଼ୋଶୀଙ୍କ ସହାୟତାରେ ଅପରାହ୍ନରେ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଗ୍ରହସ୍ଥିତିର ପ୍ରତିକୂଳତା କାରଣରୁ କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ର ବନ୍ଧନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ସାମାଜିକ ସ୍ତରରେ, ଆନୁଷ୍ଠାନିକ କାମରେ କିମ୍ବା ରାଜନୈତିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବେକାର କଥାରେ ମନଦେଇ ଟେନ୍‌ସନ୍‌କୁ ନିମନ୍ତ୍ରଣ କରିପାରନ୍ତି।
ଧନୁ
ଧନୁ
ବାଣୀକାରକ ବୁଧ ଦ୍ୱିତୀୟାଧିପଙ୍କ ଦୃଷ୍ଟିରେ ରହିଥିବାରୁ କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସାହାଯ୍ୟରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କଳା, ସାହିତ୍ୟ, ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିବ। ସମ୍ପର୍କୀୟଙ୍କ ସହ ଶେଷ ସମୟରେ ଅର୍ଥ ସମ୍ପର୍କିତ ଟଣାଓଟରା ଲାଗିପାରେ।
ମକର
ମକର
ଚତୁର୍ଥସ୍ଥ ଚନ୍ଦ୍ର ଓ କୋଣଭାବସ୍ଥ ରାହୁଙ୍କ ପ୍ରଭାବରେ ଦିନଟିରେ ମନ ଭଲ ଲାଗିବ ନାହିଁ। ସାମାଜିକ ସ୍ତରରେ ହେଉ କିମ୍ବା କର୍ମକ୍ଷେତ୍ରରେ ସ୍ବାର୍ଥ ସାଧନ ଲାଗି ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଯୋଗାଯୋଗ, ଗଣମାଧ୍ୟମ, ଏଜେନଶିପ୍‌, ପ୍ରକାଶନ ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
କୁମ୍ଭ
କୁମ୍ଭ
କର୍ମସ୍ଥାନରେ କବନ୍ଧଗ୍ରହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ଠିକ୍‌ଠାକ୍‌ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିଶେଷ ଭ୍ରମଣ, କଠିନ ଶ୍ରମଜନିତ ଶାରୀରିକ ଅସ୍ବସ୍ତି ଅନୁଭବ କରିବେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବା ସହ ନିଜ ଲୋକଙ୍କଠାରୁ ସ୍ନେହ, ଶ୍ରଦ୍ଧାଭାଜନ ହେବେ।
ମୀନମୀନ
ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସହ ଆଜିର କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ରବି ଓ ବୁଧ କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ, ଶିକ୍ଷା, ପରୀକ୍ଷା, ନୂତନବନ୍ଧୁ ସମ୍ପର୍କରେ ସନ୍ତୋଜନକ ଫଳ ପାଇବେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ଠାକ୍‌ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri