Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ
ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ, ସମ୍ମାନ ଓ ବନ୍ଧୁ ମେଳରେ ସମୟ ବିନିଯୋଗ କରିବେ। ମାନସିକ ସ୍ତରରେ ଅସ୍ଥିର ରହିବା ଭଳି ପରିସ୍ଥିତି ସୃଷ୍ଟିହେବ। ଭଲ ପଡୁ ନ ଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଦିନ ଭିତରେ ମଧ୍ୟସ୍ଥତା କରିବା ଏବଂ ଧନ ସ୍ଥାନରେ ରାହୁ ଥିବାରୁ ଟଙ୍କା ଦେବାନେବାରେ ସତର୍କତା ରହିବା ଭଲ।
ବୃଷ
ବୃଷ
ରାଶିରେ ରାହୁ ଏବଂ ଦ୍ୱାଦଶସ୍ଥ ଚନ୍ଦ୍ର ହେତୁ ଅନ୍ୟମାନଙ୍କ ଭୁଲ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ। ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇପାରନ୍ତି, ଯାହାକି ପାରିବାରିକ ସମ୍ପର୍କ ମଧ୍ୟ ନଷ୍ଟ ହୋଇପାରେ। ପରିସ୍ଥିତି ଏମିତି ହେବ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇପାରନ୍ତି।
ମିଥୁନ
ମିଥୁନ
ଏକାଦଶରେ ବନ୍ଧୁକାରକ ବୁଧ ଅବସ୍ଥାନ କରିଥିବାରୁ ଘରେ ଆମୋଦ ପ୍ରମୋଦର ସୁଅ ଛୁଟିବ। ସହକର୍ମୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ସାମାଜିକ ସ୍ତରରେ ତଥା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟାର ସମାଧାନ ହେବ ।
କର୍କଟ
କର୍କଟ
ରାଶ୍ୟାଧିପ କେନ୍ଦ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟାବସ୍ଥାରେ ପରିବର୍ତ୍ତନ ଘଟିବ ଏବଂ ଉପରିସ୍ଥଙ୍କ ଅନୁକମ୍ପା ପ୍ରାପ୍ତ ହେବେ। ପାରିବାରିକ ଦୃଷ୍ଟିକୋଣରୁ ଦିନଟି ମନ୍ଦ ନ ହେଲେ ମଧ୍ୟ କେହି ନିଜ ଲୋକ ଜଣେ ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ବୁଧାଦିତ୍ୟ ଯୋଗ ପ୍ରଭାବରୁ ସାମାଜିକ ସ୍ତରରେ ଆଦରଣୀୟ ହେବେ। ନକାରାମତ୍କ ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ। କିନ୍ତୁ ମଘା ନକ୍ଷତ୍ର ଜାତ ବ୍ୟକ୍ତି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ପାରିବାରିକ କ୍ଷେତ୍ରରେ ରହିଥିବା ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ।
କନ୍ୟା
ବୁଧ ଷଷ୍ଠାଧିପ ଶନିଙ୍କ ନକ୍ଷତ୍ରରେ ରହିଥିବାରୁ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ମଙ୍ଗଳ ଦ୍ୱାଦଶସ୍ଥ ଯୋଗୁ ବନ୍ଧୁମାନଙ୍କ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ଭଲ ସମ୍ପର୍କ ନ ଥିବା ପଡୋଶୀ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବୁଧ ଚତୁର୍ଥାଧିପ ଶନି ଦୃଷ୍ଟିରେ ରହିଥିବାରୁ ଆଜି ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ପଡ଼ୋଶୀଙ୍କ ସହାୟତାରେ ଅପରାହ୍ନରେ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଗ୍ରହସ୍ଥିତିର ପ୍ରତିକୂଳତା କାରଣରୁ କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ର ବନ୍ଧନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ସାମାଜିକ ସ୍ତରରେ, ଆନୁଷ୍ଠାନିକ କାମରେ କିମ୍ବା ରାଜନୈତିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବେକାର କଥାରେ ମନଦେଇ ଟେନ୍‌ସନ୍‌କୁ ନିମନ୍ତ୍ରଣ କରିପାରନ୍ତି।
ଧନୁ
ଧନୁ
ବାଣୀକାରକ ବୁଧ ଦ୍ୱିତୀୟାଧିପଙ୍କ ଦୃଷ୍ଟିରେ ରହିଥିବାରୁ କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସାହାଯ୍ୟରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କଳା, ସାହିତ୍ୟ, ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିବ। ସମ୍ପର୍କୀୟଙ୍କ ସହ ଶେଷ ସମୟରେ ଅର୍ଥ ସମ୍ପର୍କିତ ଟଣାଓଟରା ଲାଗିପାରେ।
ମକର
ମକର
ଚତୁର୍ଥସ୍ଥ ଚନ୍ଦ୍ର ଓ କୋଣଭାବସ୍ଥ ରାହୁଙ୍କ ପ୍ରଭାବରେ ଦିନଟିରେ ମନ ଭଲ ଲାଗିବ ନାହିଁ। ସାମାଜିକ ସ୍ତରରେ ହେଉ କିମ୍ବା କର୍ମକ୍ଷେତ୍ରରେ ସ୍ବାର୍ଥ ସାଧନ ଲାଗି ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଯୋଗାଯୋଗ, ଗଣମାଧ୍ୟମ, ଏଜେନଶିପ୍‌, ପ୍ରକାଶନ ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
କୁମ୍ଭ
କୁମ୍ଭ
କର୍ମସ୍ଥାନରେ କବନ୍ଧଗ୍ରହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ଠିକ୍‌ଠାକ୍‌ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିଶେଷ ଭ୍ରମଣ, କଠିନ ଶ୍ରମଜନିତ ଶାରୀରିକ ଅସ୍ବସ୍ତି ଅନୁଭବ କରିବେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବା ସହ ନିଜ ଲୋକଙ୍କଠାରୁ ସ୍ନେହ, ଶ୍ରଦ୍ଧାଭାଜନ ହେବେ।
ମୀନମୀନ
ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସହ ଆଜିର କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ରବି ଓ ବୁଧ କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ, ଶିକ୍ଷା, ପରୀକ୍ଷା, ନୂତନବନ୍ଧୁ ସମ୍ପର୍କରେ ସନ୍ତୋଜନକ ଫଳ ପାଇବେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ଠାକ୍‌ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri