Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ
ଚନ୍ଦ୍ର ସହ ବୃହସ୍ପତିଙ୍କ ଷଡାଷ୍ଟକ ସ୍ଥିତିରୁ ପାରିବାରିକ ପରିସ୍ଥିତିରେ ବ୍ୟତିକ୍ରମ ସୃଷ୍ଟିହେବ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ଭାଗ୍ୟସ୍ଥ ଶୁକ୍ରଙ୍କ ପ୍ରଭାବରୁ ଉନ୍ନତ ରହିବ। ଘରର ଆବଶ୍ୟକତା ଅନୁଯାୟୀ ଗୃହୋପକରଣ କ୍ରୟ କରିପାରନ୍ତି। ଅତୀତର ମନାନ୍ତରକୁ କେନ୍ଦ୍ରକରି ନିଜ ଲୋକମାନେ ଦାଉ ସାଧିପାରନ୍ତି।
ବୃଷ
ବୃଷ
ଚନ୍ଦ୍ରଙ୍କ ଶୁଭପ୍ରଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ; ଯାହା କି ଆପଣଙ୍କ ସକାଶେ ହିତକର ହେବ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମିଥୁନ
ମିଥୁନ
ଧନାଧିପ ଚନ୍ଦ୍ର କେନ୍ଦ୍ରସ୍ଥ ହେତୁ ଆପଣଙ୍କ ସୁନ୍ଦର ବ୍ୟବହାର ଓ ରୁଚିପୂର୍ଣ୍ଣ କଥାରେ ଅନ୍ୟମାନେ ଖୁସି ହୋଇଯିବେ। ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ। ପୁନଶ୍ଚ ଏହା ସଙ୍ଗକୁ କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। କିନ୍ତୁ ସତର୍କତା କିମ୍ବା ଅନ୍ୟମନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।
କର୍କଟ
କର୍କଟ
ତୃତୀୟସ୍ଥ ରାଶ୍ୟାଧିପ ହେତୁ ସ୍ବାସ୍ଥ୍ୟ ପ୍ରାୟତଃ ବିଶେଷ ଭଲ ରହି ନ ପାରେ। ବନ୍ଧୁଙ୍କ ଜରିଆରେ କାୈଣସି ଶୁଭ ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଯାଇପାରେ।
ସି˚ହ
ସି˚ହ
ଧନକର୍ମାଧିପ ଯୁକ୍ତ ରାଶ୍ୟାଧିପ ପାପଗ୍ରହ ପ୍ରଭାବରେ କର୍ମକ୍ଷେତ୍ରରେ ଅର୍ଥସମ୍ପର୍କକୁ ନେଇ ବିବାଦ ବୃଦ୍ଧି ହୋଇପାରେ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିବାର ଯୋଗ ରହିଛି। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
ଏକାଦଶାଧିପତି ରାଶିରେ ଥିବାରୁ ଆଜି ଯାହା କରିବେ ସେଥିରେ ସଫଳତା ନିଶ୍ଚିତ ପାଇବେ। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁଁ ବ୍ୟସ୍ତ ରହିବାକୁ ପଡିପାରେ। ଦୀର୍ଘଦିନରୁ ଲାଗିରହିଥିବା ମାଲିମକଦ୍ଦମା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଧନ ସପ୍ତମାଧିପ ରାଶିରେ ଥିବାରୁ ଅର୍ଥଲାଭ ସହ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗ ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ; ଯାହା କି ଆପଣଙ୍କ କାମକୁ ଆସିବ।
ବିଛା
ବିଛା
ଭାଗ୍ୟାଧିପ ଏକାଦଶସ୍ଥ ଯୋଗୁ ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। କିନ୍ତୁ ତୃତୀୟସ୍ଥ ହେତୁ ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ସମସ୍ୟାକୁ ବଢାଇ ଦେବ। କର୍ମକ୍ଷେତ୍ରରେ କେତେକ ଭୁଲ୍‌ କରିପାରନ୍ତି। କଚେରି ମାମଲା କିମ୍ବା ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ବ୍ୟୟଭାବରେ ପାପଗ୍ରହ ଏବଂ ପାପମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅବସାଦ ବୃଦ୍ଧି ପାଇବାଜନିତ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହେବ। ଆଲୋଚନା ସ୍ଥଳରେ ଅପମାନଜନକ ସ୍ଥିତିରୁ ରକ୍ଷା ପାଇଯିବେ। ଅର୍ଥାଭାବ ଯୋଗୁ ଅପୂରଣୀୟ ଦୁଃଖ ଦେଇପାରେ।
ମକର
ମକର
ରାହୁଙ୍କ ସ୍ଥିତି ଭୁଲ୍‌ ବୁଝାମଣା ହେତୁ ସମ୍ପର୍କହାନି ସୃଷ୍ଟିକରିବ ଏବଂ ଭୁଲ୍‌ ନିଷ୍ପତ୍ତି ମଧ୍ୟ ନେଇପାରନ୍ତି। ଆଜି ସକାଳୁ ଯାତ୍ରା ଓ ବିବାଦରେ ସତର୍କତା ଅବଲମ୍ବନ କରନ୍ତୁ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ। ବ୍ୟବସାୟିକ କ୍ଷେତ୍ର ପ୍ରାୟତଃ ମଧ୍ୟମ ପ୍ରକାରର ରହିବ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ଶୁଭପ୍ରଭାବରେ କୌଣସି କାମ ଅଟକି ରହିବ ନାହିଁ। କିନ୍ତୁ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ ଏବଂ କେତେକ କ୍ଷେତ୍ରରେ ଅନୁତାପ କରିବାକୁ ପଡ଼ିପାରେ। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି।
ମୀନମୀନ
ସପ୍ତମ ଭାବ ଏବଂ ଦଶମ ଏକାଦଶସ୍ଥ ଗ୍ରହପ୍ରଭାବରେ କାର୍ଯ୍ୟସିଦ୍ଧି ଘଟିବ। କଳା,ସାହିତ୍ୟ ତଥା ସାମ୍ବାଦିକତା କ୍ଷେତ୍ରରେ ହାତପାଆନ୍ତାରେ ସୁଯୋଗ ପାଇବେ। କିନ୍ତୁ ଏହା ସଙ୍ଗକୁ ଈର୍ଷାପରାୟଣ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। ପ୍ରତ୍ୟେକ ସ୍ତରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri