Posted inRasifala

ରାଶିଫଳ: ଗୁରୁବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ
ଆଜି ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ଜୀବନରେ ବୁଝାମଣା ପ୍ରାୟତଃ ଭଲ ରହିବ। ସାଧାରଣ କଥାରେ ବୁଝାମଣାର ଅଭାବରୁ ଭ୍ରାତୃ ସମ୍ପର୍କ, ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହୋଇପାରେ।
ବୃଷ
ବୃଷ
ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି। ବନ୍ଧୁଙ୍କ ଆସିବା ବାଟକୁ ଚାହିଁରହି ବିରକ୍ତି ପ୍ରକାଶ କରିପାରନ୍ତି।
ମିଥୁନ
ମିଥୁନ
ମାନସିକ ଅସ୍ଥିରତା ଲାଗିରହିଥିଲେ ମଧ୍ୟ କାର୍ଯ୍ୟ ହାସଲରେ ଅସୁବିଧା ରହିବ ନାହିଁ। ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥିକ ଅନଟନ ସୁଧୁରିଯିବ। ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ବହୁତ ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ରହିଛି। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ପାରିବାରିକ ସମସ୍ୟାକୁ ବଢ଼ାଇ ଦେଇପାରେ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ହିତୈଷୀଙ୍କ ପରାମର୍ଶ ନେଇ କାମ କଲେ ଉପକୃତ ହେବେ।
ସି˚ହ
ସି˚ହ
ଆତ୍ମୀୟ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ମଧ୍ୟ ଭଲ ରହିବ ନାହିଁ। ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି। ମନୋବଳ ବୃଦ୍ଧି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାଯ୍ୟ ସହଯୋଗ ଅବଶ୍ୟ ମିଳିବ। ଶତ୍ରୁତା କରୁଥିବା ବ୍ୟକ୍ତି ପଛରେ ନାନାଦି କଥା କହିପାରନ୍ତି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ସ୍ଥଗିତ ରହିଥିବା କାର୍ଯ୍ୟହାସଲ ସକାଶେ ଅର୍ଥ ବ୍ୟୟ କରି ଦୁଃଖିତ ହେବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣା, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଲୋଚନାରୁ ମନ ଖୁସି ହୋଇଯିବ।
ଧନୁ
ଧନୁ
ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସୁସ୍ଥ ମାନସିକତା କାରଣରୁ ଅନ୍ୟମାନଙ୍କୁ ଆକର୍ଷିତ କରାଇ କାମ ହାସଲ କରିପାରିବେ। ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ।
ମକର
ମକର
କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହି ଯାଇଥିବା କାମଟିକୁ ଝିନଝଟ୍‌ ମଧ୍ୟରେ ସମ୍ପୂର୍ଣ୍ଣ କରିବେ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ମନେ ମନେ ଭାବୁଥିବା କାମଟି ସକାଶେ କିଛି ସହଯୋଗ ସକାଶେ ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ ।
କୁମ୍ଭ
କୁମ୍ଭ
ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇ ପାରିବେ ନାହିଁ। ଆଦାୟ ଅପେକ୍ଷା ଖର୍ଚ୍ଚ ବୃଦ୍ଧି ଚିନ୍ତାର କାରଣ ହେବ। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ। ସମସ୍ୟାକୁ ଆଲୋଚନା ନ କରି ଆଗକୁ ମାଡ଼ିଚାଲିଲେ ସଫଳତା ପାଇବେ।
ମୀନମୀନ

କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସମସ୍ତ ପ୍ରକାରର ସାହାଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ। ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ମନକୁ ବିଚଳିତ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri