Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ
ଆଜି ଷଷ୍ଠ ଚନ୍ଦ୍ର ପ୍ରଭାବରୁ ଦିନଟି ଭଲରେ ଅତିବାହିତ ହେବ ଓ ଶାରୀରିକ ସୁସ୍ଥତା ଯୋଗୁ ମନ ପ୍ରଫୁଲ୍ଲ ରହିବ। ପରିଜନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ମିତ୍ରମାନେ ସୁବିଧାବାଦୀ ଭଳି କାମ କରିବେ।
ବୃଷ
ବୃଷ
ରବି ଓ ଶୁକ୍ର ପ୍ରଭାବରେ କର୍ମକ୍ଷେତ୍ରରେ ସୁଯୋଗ ଆପଣା ଛାଏଁ ଆସିବ। ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବା ସାଙ୍ଗକୁ ଅର୍ଥଲାଭ ମଧ୍ୟ ହେବ। କିନ୍ତୁ ହାତକୁ ନେଇଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। ସନ୍ତାନ ହେତୁକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ମିଥୁନ
ମିଥୁନ
ଚତୁର୍ଥ ଚନ୍ଦ୍ର ଯୋଗୁ କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ କିନ୍ତୁ ଶନିଙ୍କ ପ୍ରଭାବରୁ ଧୀରେସୁସ୍ଥେ କାମ କରିବେ।
କର୍କଟ
କର୍କଟ
ଖର୍ଚ୍ଚାନ୍ତ ହେଲେ ମଧ୍ୟ ସୁଯୋଗର ସଦ୍‌ବ୍ୟବହାର କରିପାରିବେ। ମନକଥା ମନରେ ରଖିପାରିବେ ନାହିଁ, ଅନ୍ୟକୁ କହି ସମସ୍ୟାକୁ ଡାକି ଆଣିବେ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଭାରାକ୍ରାନ୍ତ କରିପାରେ। ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। କିଣା ବିକାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ସଭାସମିତିରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ।
କନ୍ୟା
ଅସୁବିଧା କ୍ଷେତ୍ରରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଅସ୍ଥିରତା ଦେଖାଦେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ତୁଳା
ତୁଳା
କାର୍ଯ୍ୟ ହାସଲ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ସାମାଜିକ ସ୍ତରରେ ସମ୍ମାନ ଲାଭ କରି ଖୁସି ରହିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବାଣିଜ୍ୟ, ବ୍ୟବସାୟରେ ବିଶେଷ ଉନ୍ନତି କରିବେ। କିନ୍ତୁ ପରିବହନରେ ସମସ୍ୟ ଯୋଗୁ ବ୍ୟସ୍ତ ହେବେ ଏବଂ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ଧନୁ
ଧନୁ
ଆକସ୍ମିକ ଭାବରେ ସ୍ଥାନାନ୍ତର କିମ୍ବା ନୂତନ କର୍ମସସ୍ଥାନ ପାଇଁ ମନ ବଳିବ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ମକର
ମକର
ଯେତେ ଚେଷ୍ଟା କଲେ ମଧ୍ୟ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇ ପାରିବ ନାହିଁ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିବେ। ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଉପକୃତ ହେବେ। ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାରିବାରିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ।
ମୀନମୀନ
କେତେକ କ୍ଷେତ୍ରରେ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ। ପରିସ୍ଥିତି ବିଗିଡିଲେ ମଧ୍ୟ ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମର୍ଥ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri