Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ
ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କାର୍ଯ୍ୟ ହାସଲ ସକାଶେ ଅର୍ଥ ବ୍ୟୟ କରି ଦୁଃଖିତ ହେବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଗବେଷଣା, ଆଇନ ଅଦାଲତ ତଥା ପ୍ରଶାସନ କ୍ଷେତ୍ରରେ ସୁଫଳ ପାଇବେ।
ବୃଷ
ବୃଷ
ଆକସ୍ମିକ ପରିସ୍ଥିତି ବଦଳିଯିବା କାରଣରୁ ବନ୍ଧୁମାନଙ୍କର ଆଶାନୁରୂପ ସାହାଯ୍ୟ ପାଇପାରିବେ ନାହିଁ। ଆର୍ଥିକ ସ୍ଥିତି ପ୍ରାୟତଃ ଭଲ ରହିବ ଓ ସେହି ଦିଗରୁ ପ୍ରାୟତଃ ସମସ୍ୟା ରହିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମିଥୁନ
ମିଥୁନ
ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସୁସ୍ଥ ମାନସିକତା କାରଣରୁ ଜୀବନଚର୍ଯ୍ୟା ମନ୍ଦ ହେବନି। ସ୍ତ୍ରୀ ସମ୍ପର୍କ, ଆର୍ଥିକ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ। ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବେ। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଭଳି କାମ କରିବା ଠିକ୍‌ ହେବ ନାହିଁ।
କର୍କଟ
କର୍କଟ
ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ମନେ ମନେ ଭାବୁଥିବା କାମଟି ସକାଶେ କିଛି ସହଯୋଗ ଲାଗି ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହଁି।
ସି˚ହ
ସି˚ହ
ଆଜି ସକାଳୁ ଆନୁଷ୍ଠାନିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇ ପାରିବେ ନାହିଁ। ଆୟ ଅପେକ୍ଷା ଖର୍ଚ୍ଚ ବୃଦ୍ଧି କାରଣରୁ ଚିନ୍ତିତ ହେବେ। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ବିଳମ୍ବିତ ସମୟରେ ଆନୁଷଙ୍ଗିକ ସାହାଯ୍ୟ ଲାଭ କରି ସହଜରେ କାମ ହାସଲ କରିବେ। ବନ୍ଧୁଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କଷ୍ଟକର ହେବ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାର୍ଯ୍ୟକ୍ରମ ମାନ୍ଦା ହେବ ନାହିଁ।
ତୁଳା
ତୁଳା
ସକାଳୁ ସକାଳୁ ଅର୍ଥ, ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଅବଶ୍ୟ, ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ଘରୋଇ କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାଧାରଣ ବାଧାପ୍ରାପ୍ତ ହୋଇପାରେ।
ବିଛା
ବିଛା
ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରି କାମ ହାସଲ କରିପାରିବେ। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କାର୍ଯ୍ୟରେ ସଫଳତା ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ଧନୁ
ଧନୁ
ମାନସିକ ଅସ୍ଥିରତା ଥିଲେ ମଧ୍ୟ କଥାବାର୍ତ୍ତାରେ ସତର୍କ ନ ରହିଲେ କଳହ ଲାଗିପାରେ। ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି ପାଇଁ ଦିନଟି ଭଲ। ଅପରାହ୍ନେ କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ସଫଳତା ହାସଲ କରିବେ।
ମକର
ମକର
ଯାହା ଓ ଯେମିତି ଭାବୁଛନ୍ତି ଆଜି ତାହା ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଦେଖାଦେଇପାରେ। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ପାରିବାରିକ ସମସ୍ୟାକୁ ବଢ଼ାଇ ଦେଇପାରେ। କର୍ମଜଞ୍ଜାଳ ବୃଦ୍ଧି ସାଙ୍ଗକୁ ଦୂରସ୍ଥାନକୁ ଯାତ୍ରା କାର୍ଯ୍ୟକ୍ରମ ନେଇ ଚିନ୍ତିତ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ଥିବା ବ୍ୟତିକ୍ରମକୁ ନେଇ ଚିନ୍ତିତ ରହିବେ। ପୂର୍ବରାଗକୁ କେନ୍ଦ୍ରକରି ନିଜର ଆମତ୍ୀୟ ଓ ପାଖ ପଡ଼ୋଶୀଙ୍କ ସହ ସମ୍ପର୍କ ମଧ୍ୟ ଭଲ ରହିବ ନାହିଁ। ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିଲେ ମଧ୍ୟ ପାରିବାରିକ ସହଯୋଗ ମନକୁ ହାଲୁକା ରଖିବ। ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାଯ୍ୟ ସହଯୋଗ ଅବଶ୍ୟ ମିଳିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ବିରୁଦ୍ଧାମତ୍କ କଥା କହିପାରନ୍ତି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ବ୍ୟସ୍ତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?