Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର କେନ୍ଦ୍ରସ୍ଥ ଯୋଗୁ ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ଘରୋଇ କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ପ୍ରାୟତଃ ଭଲ ରହିବ।
ବୃଷ
ବୃଷ
ଶୁକ୍ର ଓ ମଙ୍ଗଳ ଭାଗ୍ୟସ୍ଥାନରେ ଥିବା ଯୋଗୁ ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରି କାମ ହାସଲ କରି ପାରିବେ। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କାର୍ଯ୍ୟରେ ସଫଳତା ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଆଜିର ଗ୍ରହସ୍ଥିତି ପ୍ରଭାବରୁ ମାନସିକ ଅସ୍ଥିରତାଜନିତ କଳହ ଲାଗିପାରେ। ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥିକ ଅନଟନ କେତେକାଂଶରେ ସୁଧୁରି ଯିବ। ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ। କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବେ।
କର୍କଟ
କର୍କଟ
ପରିବାରସ୍ଥାନରେ ଚନ୍ଦ୍ର ଥିବାରୁ ଯାହା ଓ ଯେମିତି ଭାବୁଛନ୍ତି ଆଜି ତାହା ହିଁ ସମ୍ପନ୍ନ ହେବାରେ ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନାନ୍ତର ଘଟିପାରେ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। କର୍ମଜଞ୍ଜାଳ ବୃଦ୍ଧି ସାଙ୍ଗକୁ ବିଭିନ୍ନ ଦୂରାନ୍ତରକୁ ଯାତ୍ରା କାର୍ଯ୍ୟକ୍ରମ ନେଇ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
କେତୁଙ୍କ କୁପ୍ରଭାବରୁ ପୂର୍ବରାଗକୁ କେନ୍ଦ୍ରକରି ନିଜର ଆତ୍ମୀୟ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ମନୋବଳ ବୃଦ୍ଧି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ।
କନ୍ୟା
କର୍ମାଧିପ ଷଷ୍ଠସ୍ଥ ହେତୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିବା ସାଙ୍ଗକୁ ମନ ମାନ୍ଦା ରହିବ। ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାଯ୍ୟ ସହଯୋଗ ମିଳିପାରେ। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ। ଯାତ୍ରା, ବାଣିଜ୍ୟ, ବନ୍ଧୁ ସମ୍ପର୍କ ଓ ଆନୁଷ୍ଠାନିକ କାମରେ ଅସୁବିଧା ହେବନାହିଁ।
ତୁଳା
ତୁଳା
ଷଷ୍ଠାଧିପ ବୃହସ୍ପତିଙ୍କ ଦୃଷ୍ଟିଜନିତ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। କାର୍ଯ୍ୟହାସଲ ସକାଶେ ବିଶେଷ ଅର୍ଥ ବ୍ୟୟ କରି ଦୁଃଖିତ ହେବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣା, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇବେ। ବ୍ୟବସାୟ, ପରିବହନରେ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ତୃତୀୟସ୍ଥ ଲଗ୍ନେଶ ହେତୁ ବନ୍ଧୁମାନଙ୍କର ଆଶାନୁରୂପ ସାହାଯ୍ୟ ପାଇପାରିବେ ନାହିଁ। ଆର୍ଥିକ ସ୍ଥିତି ପ୍ରାୟତଃ ଭଲ ରହିବ ଓ ସେହି ଦିଗରୁ ପ୍ରାୟତଃ ସମସ୍ୟା ରହିବ ନାହିଁ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଲୋଚନାରୁ ମନ ଖୁସି ହୋଇଯିବ।
ଧନୁ
ଧନୁ
ତୃତୀୟାଧିପ ଶନି ଚତୁର୍ଥସ୍ଥ ଯୋଗୁ ସାମୟିକ ବ୍ୟତିକ୍ରମ ମଧ୍ୟରେ ଜୀବନଚର୍ଯ୍ୟା ମନ୍ଦ ହେବନି। ଅଫିସରୁ ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବେ। ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମ କରିବା ଠିକ୍‌ ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ।
ମକର
ମକର
କର୍ମାଧିପ ଦୃଷ୍ଟ ସପ୍ତମସ୍ଥାନ କାରଣରୁ ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହି ଯାଇଥିବା କାମଟି ସମ୍ପୂର୍ଣ୍ଣ କରିବେ। ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ। ଭାବୁଥିବା କାମଟି ଲାଗି କିଛି ସହଯୋଗ ସକାଶେ ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ। ଆକସ୍ମିକ ଭାବରେ ପଡ଼ୋଶୀଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ।
କୁମ୍ଭ
କୁମ୍ଭ
ରାହୁଙ୍କ ପ୍ରଭାବରେ ବନ୍ଧୁ, ସହକର୍ମୀ, ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣକୁ ବଦଳାଇ ପାରିବେ ନାହିଁ। ଖର୍ଚ୍ଚ ବୃଦ୍ଧି କାରଣରୁ ସାମାନ୍ୟ ଚିନ୍ତା କରିପାରନ୍ତି। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପକୁ କାର୍ଯ୍ୟକାରୀ କରାଇନେବେ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ କରିପାରନ୍ତି।
ମୀନମୀନ

ମୁଖଭାବସ୍ଥ ଗୁରୁଙ୍କ ଯୋଗୁ ଆନୁଷଙ୍ଗିକ ସମସ୍ତ ସାହାଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ। ବନ୍ଧୁଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କଷ୍ଟକର ହେବ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ, ସାହିତ୍ୟ, ସଙ୍ଗୀତାଦି କାର୍ଯ୍ୟକ୍ରମ ମାନ୍ଦା ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri