Posted inRasifala

ରାଶିଫଳ: ଶନିବାର, ମେ ୦୧ ତାରିଖ – Daily Horoscope

ମେଷ
ଯେତେ ସୁବିଧା ଥିଲେ ମଧ୍ୟ ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ମାନସିକ ସ୍ଥିତି ଭଲ ରହିବ ନାହଁ। ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ପଡୋଶୀଙ୍କ ସହାୟତାରେ ବନ୍ଧୁ ସହ ମନୋମାଳିନ୍ୟ ଦୂର ହେବ। କୌଣସି ବିବାଦୀୟ ବିଷୟକୁ ନେଇ ପଡୋଶୀମାନେ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।
ମିଥୁନ
ମିଥୁନ
ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ଅନ୍ୟମାନଙ୍କ ପ୍ରଶଂସା ଭାଜନ ହେବେ। ସହକର୍ମୀମାନଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକଙ୍କ ସଂସ୍ପର୍ଶରେ ଆସି ପାରନ୍ତି। ବୃତ୍ତିଗତ ଧନ୍ଦା କିମ୍ବା ବ୍ୟବସାୟିକ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
କର୍କଟ
କର୍କଟ
ପରିବର୍ତ୍ତିତ ପରିସ୍ଥିତିରେ ପଡି ଦୁଃସାହସିକ କାମକରିବେ ଓ ସଫଳତା ପାଇବେ। ଆଦୈା ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ସି˚ହ
ସି˚ହ
ସମସ୍ତ ସୁବିଧା ଥାଇ ମଧ୍ୟ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ପାରିବାରିକ ଜୀବନରେ ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ମାନସିକ ସ୍ଥିତି ଭଲ ରହିବନାହିଁ। ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ।
ତୁଳା
ତୁଳା
ନିଜର ଭୁଲ୍‌ ବୁଝାମଣାରୁ ଆକସ୍ମିକ ଭାବରେ ପାରିବାରିକ କଳହର ସମ୍ଭାବନା ରହିଛି। ଆଜିର ଯାତ୍ରା କାଳରେ କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସି ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ। କୌଣସି ନୂତନ କାମରେ ବନ୍ଧୁମାନେ ସହଯୋଗର ହାତ ବଢାଇବେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ ମୁଖ୍ୟ କାରଣ ହେବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ସମସ୍ୟା ଭିତର ଦେଇ ଗତି କରୁଥିବାରୁ ଅନ୍ୟମନସ୍କ ରହିବେ। ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପଡୋଶୀମାନେ କଣ୍ଟାବାଡରେ ଲୁଗାଛାଟି କଳହ କରିବାର ଉପକ୍ରମ କରିପାରନ୍ତି । ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ଅବଶ୍ୟ ହୋଇପାରେ।
ମକର
ମକର
ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ରୋଗ,ଋଣ ଓ ଶତ୍ରୁତା ହେତୁକ ଚିନ୍ତାରେ ସମୟ କାଟିବାକୁ ପଡିପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛିନା କିଛି ଅସୁବିଧା ରହିଥିବାର ଉପଲବ୍ଧି କରିବେ। ଏପରିକି ସତର୍କତା ଅଭାବରୁ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ସାମାନ୍ୟ କଥାରୁ ମନାନ୍ତର ସୃଷ୍ଟି ହୋଇପାରେ। ଅପରାହ୍ନେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁଁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା ଠିକ୍‌ ହେବନାହଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri