Posted inRasifala

ରାଶିଫଳ: ଶନିବାର, ମେ ୦୧ ତାରିଖ – Daily Horoscope

ମେଷ
ଯେତେ ସୁବିଧା ଥିଲେ ମଧ୍ୟ ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ମାନସିକ ସ୍ଥିତି ଭଲ ରହିବ ନାହଁ। ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ପଡୋଶୀଙ୍କ ସହାୟତାରେ ବନ୍ଧୁ ସହ ମନୋମାଳିନ୍ୟ ଦୂର ହେବ। କୌଣସି ବିବାଦୀୟ ବିଷୟକୁ ନେଇ ପଡୋଶୀମାନେ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।
ମିଥୁନ
ମିଥୁନ
ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ଅନ୍ୟମାନଙ୍କ ପ୍ରଶଂସା ଭାଜନ ହେବେ। ସହକର୍ମୀମାନଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକଙ୍କ ସଂସ୍ପର୍ଶରେ ଆସି ପାରନ୍ତି। ବୃତ୍ତିଗତ ଧନ୍ଦା କିମ୍ବା ବ୍ୟବସାୟିକ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
କର୍କଟ
କର୍କଟ
ପରିବର୍ତ୍ତିତ ପରିସ୍ଥିତିରେ ପଡି ଦୁଃସାହସିକ କାମକରିବେ ଓ ସଫଳତା ପାଇବେ। ଆଦୈା ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ସି˚ହ
ସି˚ହ
ସମସ୍ତ ସୁବିଧା ଥାଇ ମଧ୍ୟ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ପାରିବାରିକ ଜୀବନରେ ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ମାନସିକ ସ୍ଥିତି ଭଲ ରହିବନାହିଁ। ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ।
ତୁଳା
ତୁଳା
ନିଜର ଭୁଲ୍‌ ବୁଝାମଣାରୁ ଆକସ୍ମିକ ଭାବରେ ପାରିବାରିକ କଳହର ସମ୍ଭାବନା ରହିଛି। ଆଜିର ଯାତ୍ରା କାଳରେ କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସି ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ। କୌଣସି ନୂତନ କାମରେ ବନ୍ଧୁମାନେ ସହଯୋଗର ହାତ ବଢାଇବେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ ମୁଖ୍ୟ କାରଣ ହେବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ସମସ୍ୟା ଭିତର ଦେଇ ଗତି କରୁଥିବାରୁ ଅନ୍ୟମନସ୍କ ରହିବେ। ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପଡୋଶୀମାନେ କଣ୍ଟାବାଡରେ ଲୁଗାଛାଟି କଳହ କରିବାର ଉପକ୍ରମ କରିପାରନ୍ତି । ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ଅବଶ୍ୟ ହୋଇପାରେ।
ମକର
ମକର
ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ରୋଗ,ଋଣ ଓ ଶତ୍ରୁତା ହେତୁକ ଚିନ୍ତାରେ ସମୟ କାଟିବାକୁ ପଡିପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛିନା କିଛି ଅସୁବିଧା ରହିଥିବାର ଉପଲବ୍ଧି କରିବେ। ଏପରିକି ସତର୍କତା ଅଭାବରୁ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ସାମାନ୍ୟ କଥାରୁ ମନାନ୍ତର ସୃଷ୍ଟି ହୋଇପାରେ। ଅପରାହ୍ନେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁଁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା ଠିକ୍‌ ହେବନାହଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri