Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ
ଆଜି ଫଳପ୍ରଦ ଯାତ୍ରାରୁ ଆନନ୍ଦ ଅନୁଭବ କରିବେ। ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର ଘଟିପାରେ। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ମଙ୍ଗଳ ଓ କେତୁଙ୍କ ସ୍ଥାନର ପ୍ରଭାବରେ ଘର, ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। କ୍ରୀଡ଼ା, କଳା, ସାହିତ୍ୟ ଚର୍ଚ୍ଚାଦିରେ ସଫଳତା ପାଇପାରିବେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇ ପାରନ୍ତି। ବନ୍ଧୁଙ୍କ ସହାୟତାରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
ମିଥୁନ
ମିଥୁନ
ରବି ଓ ମଙ୍ଗଳଙ୍କ ସଂଯୋଗ କାରଣରୁ ପଡ଼ୋଶୀଙ୍କ ଦ୍ୱାରା ଅଶାନ୍ତ ବାତାବରଣ ସୃଷ୍ଟି ହୋଇପାରେ। ଆପଣ ଆଜି ଅଫିସରେ ଶତ୍ରୁତା ଅର୍ଜନ କରିବେ। ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୌଣସି ଏକ ନୂତନ ପରିବେଶରେ ସହାବସ୍ଥାନ କରିବେ। ଅପେକ୍ଷା କରିଥିବା ଖବରଟି ଆଜି ବନ୍ଧୁଙ୍କ ମାଧ୍ୟମରେ ପାଇ ଖୁସି ହେବେ। ଶିଳ୍ପ, ସାମ୍ବାଦିକତା, ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ଲାଭ ପାଇପାରିବେ। ପ୍ରଶଂସା ଓ ପ୍ରତିଷ୍ଠାରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଭ୍ରୂକୁଞ୍ଚନ ସାମୟିକ ଦୁଶ୍ଚିନ୍ତା ସୃଷ୍ଟି କରିବ।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା ମୁଣ୍ଡବ୍ୟଥା କିମ୍ବା କ୍ରନିକ୍‌ ରୋଗ ପୀଡ଼ାକୁ ନିମନ୍ତ୍ରଣ କରିପାରେ। କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାର ଆଶଙ୍କା ରହିଛି। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ସହକର୍ମୀଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ।
କନ୍ୟା
ଶନି ଓ କେତୁ ଏବଂ ଶୁକ୍ର ପ୍ରଭାବରେ ସକାଳୁ ପାରିବାରିକ ଅଶାନ୍ତି ଦେଖାଦେବ। ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାରେ ପଡ଼ୋଶୀ ସାହାଯ୍ୟ କରିବେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ। ସମସ୍ୟା ସମାଧାନ ସକାଶେ ଉପରିସ୍ଥଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ।
ତୁଳା
ତୁଳା
ସ୍ବଗୃହୀ ବଳବାନ୍‌ ଚତୁର୍ଥାଧିପ ହେତୁ ପୂର୍ବାବସ୍ଥା ବଦଳି ଯାଇଥିବାରୁ ଖୁସି ରହିବେ। ଭାବପ୍ରବଣତାର ବଶବର୍ତ୍ତୀ ହୋଇ ମାନସିକ ସ୍ଥିରତା ରହିବ ନାହିଁ। କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ, ଯାହାକି ସମସ୍ୟାର ହେତୁ ସ୍ବରୂପ ହୋଇପାରେ। ଖଳ ଲୋକମାନଙ୍କ ପ୍ରାୟୋଜିତ କାର୍ଯ୍ୟାବଳୀ ମାଧ୍ୟମରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ।
ବିଛା
ବିଛା
ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ କଳ୍ପନା ମାଧ୍ୟମରେ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ। କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇପାରନ୍ତି। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ଆଶଙ୍କା ବୃଦ୍ଧି ପାଇବ।
ଧନୁ
ଧନୁ
ରାଶିରେ ଶୁକ୍ରଙ୍କ ଅବସ୍ଥାନ କାରଣରୁ ନିଜର ସୁଖ, ସୁବିଧାକୁ ଅଗ୍ରାଧିକାର ଦେଇ ଅନ୍ତରଙ୍ଗଙ୍କ ଆନ୍ତରିକତାକୁ ହରାଇ ପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପଡ଼ୋଶୀ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ। ପରିବାରରେ ଅଶାନ୍ତିର ବାତାବରଣ ସମ୍ଭାବନା ରହିଛି।
ମକର
ମକର
ଗୁରୁ ଯୁକ୍ତ ଶନି ହେତୁ ପ୍ରତ୍ୟେକ କ୍ଷେତ୍ରରେ ସିଦ୍ଧିଲାଭ ବିଳମ୍ବିତ ହେବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ଲାଭ କରିବାରେ ସଫଳ ହେବେ। ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ। ମିତ୍ରମାନଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବେ।
କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବ ନାହିଁ। ପିଲାମାନଙ୍କର କିଛି ସମସ୍ୟାକୁ ନେଇ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ। ଚିନ୍ତା କରିଥିବା ଯୋଜନା ବିଗିଡିଯିବା କାରଣରୁ ମନ ଭଲ ରହିବ ନାହିଁ।
ମୀନମୀନ
ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ଅଭାବ ନ ଥିଲେ ମଧ୍ୟ ସମସ୍ୟା ପିଛା ଛାଡ଼ୁନଥିବାରୁ ମନ ଶାନ୍ତି ପାଇବା କଷ୍ଟକର ହୋଇପଡ଼ିବ। ଉତ୍ତର ଭାଦ୍ରବ ନକ୍ଷତ୍ର ଗୃହ କାମରେ ବ୍ୟସ୍ତ ରହି ବନ୍ଧୁଙ୍କ କଥାକୁ ପାସୋରି ଦେଇ ପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri