Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ
ଆଜି ଉଚ୍ଚ ରାଶିରେ ଚନ୍ଦ୍ର ଥିବାରୁ ପରିବାର ଲୋକଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜର ସୀମା ଭିତରେ ନ ରହିଲେ ସାଧାରଣ କଥାରେ ସମସ୍ୟା ଆସିପାରେ। ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।
ବୃଷ
ବୃଷ
କେନ୍ଦ୍ରସ୍ଥ ଶୁକ୍ରଜନିତ ବିଭିନ୍ନ ଦିଗରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। କଚେରି ମାମଲାର ଶୁଣାଣିରେ ବିଳମ୍ବ ଜନିତ କ୍ଷୋଭ ପ୍ରକାଶ କରିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ପାପଯୁକ୍ତ ବୁଧ ହେତୁ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି।
କର୍କଟ
କର୍କଟ
ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି। କେନ୍ଦ୍ରସ୍ଥ ରାଜଯୋଗ ହେତୁ ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲିକେଶନ, ଆଲୋଚନା ଓ ସଭାସମିତିରେ କାମ ସୁରୁଖୁରୁରେ ସମ୍ପନ୍ନ ହେବ। ସାହିତ୍ୟ, କଳା, ବିଜ୍ଞାନ ଓ ସଭାସମିତିରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ଆଜି ଶୁଭ ଚନ୍ଦ୍ର ପ୍ରଭାବରୁ ହଠାତ୍‌ କୌଣସି ଯୋଜନା ଆରମ୍ଭ କରିପାରନ୍ତି। ସନ୍ତାନଙ୍କ ସମସ୍ୟା ବିଷୟ ଚିନ୍ତାକରି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ପରୋକ୍ଷ ଶତ୍ରୁତା କାରଣରୁ ସୁଯୋଗ ହାତଛଡା ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ବିଭିନ୍ନ ସମସ୍ୟାରେ ବ୍ୟତିବ୍ୟସ୍ତ ହୋଇ ଆପଣ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି। ଧନସ୍ଥ ଗ୍ରହ ଯୋଗୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରୁ ଅର୍ଥ ଲାଭ କରିପାରନ୍ତି। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ଅସୁବିଧାରେ ପଡ଼ିଥିବା ଭାଇଙ୍କ ପାଇଁ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଦୀର୍ଘଦିନର କେତେକ ଅପୂରଣୀୟ ଆଶା ମନରେ ଆଲୋଡ଼ନ ସୃଷ୍ଟି କରିବ। ସପ୍ତମସ୍ଥ ପାପଗ୍ରହ ଯୋଗୁ ଆଜି ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଅଫିସରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ କିନ୍ତୁ ଏଥିପାଇଁ ବହୁତ ପରିଶ୍ରମ କରିବାକୁ ପଡ଼ିବ। କଳା, ସାହିତ୍ୟ, ସାମ୍ବାଦିକତା, ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ସଫଳତା ହାସଲ କରିବେ।
ବିଛା
ବିଛା
ଆଜି ଶୁକ୍ର ପ୍ରଭାବରୁ ଯାତ୍ରା, ଚେଷ୍ଟା କରୁଥିବା କାମ, ଲକ୍ଷ୍ୟ ପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ। ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ପ୍ରଶଂସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ବିତ ହେବେ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। କଳା, ସାହିତ୍ୟ, ସାମ୍ବାଦିକତାରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ଯେତେ ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମ୍ନା କରିବାରେ ସଫଳତା ପାଇବେ। ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସପ୍ତମାଧିପତିଙ୍କ ଦୋଷରୁ ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।
ମକର
ମକର
ଚନ୍ଦ୍ରଙ୍କ ଶୁଭତ୍ୱ କାରଣରୁ ବିଶେଷ ସୂତ୍ରରୁ କୌଣସି ଖବର ପାଇ ଖୁସି ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସାମାଜିକ ସ୍ତରରେ ନୀରବଦ୍ରଷ୍ଟା ଭଳି କାମ କରିବା ସକାଶେ ବାଧ୍ୟ ହେବେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ତ୍ୱରାନ୍ବିତ କରିବା ସକାଶେ ଚେଷ୍ଟିତ ହେବେ। ଶନିଙ୍କ ଯୋଗୁ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଉଥିବାରୁ ମନରେ ସରସତା ରହିବ ନାହିଁ। ଦୀର୍ଘ ଦିନରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ରାଜନୀତି, ନିର୍ମାଣ, ବାଣିଜ୍ୟ କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।
ମୀନମୀନ

ପାପଯୁକ୍ତ ବୃହସ୍ପତି ହେତୁ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁମାନଙ୍କ ଗହଣରେ ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri