Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥକେନ୍ଦ୍ରରେ ଶୁକ୍ରଙ୍କ ସ୍ଥିତିଜନିତ କାର୍ଯ୍ୟାରମ୍ଭ ସକାଶେ ଆଲୋଚନା କରିବେ। ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, କାରଣ ତାହାଙ୍କ କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ
ଆଜି କେନ୍ଦ୍ରସ୍ଥ ବୁଧ କାରଣରୁ ଭାଇ, ବନ୍ଧୁ ଓ ନିଜର ଲୋକଙ୍କୁ ମନେଇବାରେ ସଫଳ ହେବେ। ଅଫିସ୍‌ରେ କେତେକ ଅଟକି ରହିଥିବା ଫାଇଲ୍‌ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇପାରେ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ, ପରିବହନରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଶନି ଓ ବୁଧଙ୍କ ପାରସ୍ପରିକ ଦୃଷ୍ଟି ହେତୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ପାରିବାରିକ ଅସ୍ଥିରତା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି। ଅଫିସ୍‌ରେ କିମ୍ବା ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
କର୍କଟ
କର୍କଟ
ଅପ୍ରିୟ ସତ୍ୟ ଭାଷଣ ସାଙ୍ଗକୁ ପରକଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିବେ। ଭୁଲ୍‌ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଏବଂ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଶେୟାର ବଜାର କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ।
ସି˚ହ
ସି˚ହ
ମୁଖ୍ୟ ଭାବରେ ରବି ଓ ମଙ୍ଗଳଙ୍କ କୁପ୍ରଭାବରେ କୌଣସି ବ୍ୟକ୍ତି ଉପରେ ରାଗ ଶୁଝାଇବାକୁ ଯାଇ କଡ଼ାଭାଷା ପ୍ରୟୋଗ କରିପାରନ୍ତି। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସନ୍ଧ୍ୟାରେ ସାମାନ୍ୟ ଅସୁସ୍ଥି ଅନୁଭବ କରିପାରନ୍ତି। ପରିବାରରେ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ସହମତିରେ କାମ କଲେ ଉପକୃତ ହେବେ।
କନ୍ୟା
ଷଷ୍ଠସ୍ଥ ଶନି ରୋଗ, ଋଣ ଓ ଶତ୍ରୁତାର ପରିସମାପ୍ତି ଦିଗରେ ଅନୁକୂଳ ବାତାବରଣ ସୃଷ୍ଟି କରିପାରନ୍ତି। ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ିଯାଉଥିବାରୁ ଦୁର୍ଭାବନା ବଢ଼ିଚାଲିବ। ଫାଇଦା ହାସଲ ପାଇଁ ନିକଟସ୍ଥ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ଆବଶ୍ୟକତା ପୂରଣ କରିବାକୁ ଯାଇ ଧାର କରଜ କରିବାକୁ ପଡ଼ିପାରେ।
ତୁଳା
ତୁଳା
ରାଶିରେ କେତୁ ଓ ପାପଗ୍ରହ ପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବ। ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର କିମ୍ବା ନୂତନ ଚୁକ୍ତିପତ୍ର ସମ୍ବନ୍ଧୀୟ କାମଟି ହଠାତ୍‌ ହୋଇଯିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅବଶ୍ୟ ପ୍ରକାଶନ କ୍ଷେତ୍ର, ରାଜନୈତିକ ସ୍ଥିତି, ବନ୍ଧୁଙ୍କ ସହ ଆଲୋଚନା ନିଷ୍ଫଳ ହେବନାହିଁ।
ବିଛା
ବିଛା
ଭାଗ୍ୟସ୍ଥ ଶୁକ୍ରଜନିତ କର୍ମାରମ୍ଭ ସାଙ୍ଗକୁ ଆର୍ଥିକ ପରିସ୍ଥିତିରେ ସୁଧାର ହେବ। ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ, କିନ୍ତୁ ନିର୍ଦ୍ଦିଷ୍ଟ ସମୟ ଅତିକ୍ରାନ୍ତ ପରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ସୂଚନା ରହିଛି।
ଧନୁ
ଧନୁ
ପାପାକ୍ରାନ୍ତ ବୃହସ୍ପତିଙ୍କ ଦୃଷ୍ଟି ସ୍ବାସ୍ଥ୍ୟ ଓ ପାରିବାରିକ ଜୀବନ ପ୍ରତି ପ୍ରତିକୂଳ ପରିସ୍ଥିତି ସୃଷ୍ଟି କରିପାରେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରୁହନ୍ତୁ ନତୁବା ଅନର୍ଥ ଅବଶ୍ୟମ୍ଭାବୀ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହୋଇପାରନ୍ତି। ଦୂରଯାତ୍ରା ଅନୁକୂଳ ହେବ।
ମକର
ମକର
ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ପାରିବାରିକ ଅଶାନ୍ତିଜନିତ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। କର୍ମକ୍ଷେତ୍ରରେ ବିଗତ ଦିନଗୁଡ଼ିକର ଘଟଣା ଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆଜି ତୃତୀୟସ୍ଥ ଏକାଧିକ ଗ୍ରହ ହେତୁ ବନ୍ଧୁଙ୍କ ସହ ଗୁରୁ୍‌ତ୍ୱପୂର୍ଣ୍ଣ ବିଷୟକୁ ନେଇ ଆଲୋଚନା କରିପାରନ୍ତି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ।
ମୀନମୀନ

ରାଶ୍ୟାଧିପ ବୃହସ୍ପତିଙ୍କ ଅଶୁଭତ୍ୱ କାରଣରୁ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ। ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। କଚେରି ମାମଲା, ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ, ସାହିତ୍ୟ ସମାଲୋଚନା କ୍ଷେତ୍ରରେ ସୁଫଳ ମିଳିବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri