Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୨୦ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜାନକ୍ଷତ୍ର ସକାଶେ ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ରବିଙ୍କ କାରଣରୁ କେତେକ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହୋଇପାରେ। ଅର୍ଥ ସମ୍ପର୍କିତ କାମକୁ ବନ୍ଧୁ ଦ୍ୱାରା ହାସଲ କରିପାରିବେ। ବନ୍ଧୁଙ୍କ ପ୍ରତିଶ୍ରୁତି ଶ୍ରବଣକରି କିଛି ଆଶାନେଇ ମନକୁ ସାନ୍ତ୍ବନା ଦେଇ ପାରନ୍ତି।
ବୃଷ
ବୃଷ
ସମୟ ସ୍ରୋତରେ ଅନ୍ୟମାନଙ୍କ ପ୍ରେରଣାରେ ଆଗକୁ ମାଡ଼ି ଚାଲିବେ। ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ରୋହିଣୀ ନକ୍ଷତ୍ରର ବାଣିଜ୍ୟ, ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ।
ମିଥୁନ
ମିଥୁନ
ବୁଧଙ୍କ ବଳହୀନତା ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ମନ୍ଦ ନ ଥିବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପରିବାର, ପରିବହନ, ପ୍ରଶାସନ, ପ୍ରକାଶନ, ରାଜନୀତି ଓ ଆନୁଷ୍ଠାନିକ କାମ ସକାଶେ ଭଲ ସମୟ। ପିଲାମାନଙ୍କ ବିଷୟ ଚିନ୍ତା କରି ଅସ୍ଥିର ଅନୁଭବ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବ ଓ ପ୍ରଶଂସା ପାଇବେ। ପୁଷ୍ୟାନକ୍ଷତ୍ର ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି ହେବନି। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ରବିଙ୍କ ପ୍ରସାଦରୁ ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ। ଅର୍ଥ ଲାଭ ସଙ୍ଗକୁ ଶାରୀରିକ ସୁସ୍ଥତା ଯୋଗୁଁ ମନ ଖୁସି ରହିବ। ଉତ୍ତରାଫାଲଗୁନୀ ନକ୍ଷତ୍ର ସକାଶେ ସାମାଜିକ ସ୍ତରରେ ବିରୋଧୀମାନେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିପାରନ୍ତି। ଜମିଜମା, ନିର୍ମାଣ, ଆଇନ, ଅଦାଲତ କ୍ଷେତ୍ର ପାଇଁ ମଧ୍ୟମ ପ୍ରକାରର ସ୍ଥିତି ରହିପାରେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଜାତ ବ୍ୟକ୍ତିମାନେ ଯାନବାହନ, ବିବାଦୀୟ ସ୍ଥାନ, ଏକାକୀ ଯାତ୍ରାରୁ ଦୂରେଇ ରହିବା ଭଲ ହେବ। କଳା, କାରିଗରି, ସାହିତ୍ୟ, ସଙ୍ଗୀତ ପ୍ରଭୃତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପରିବାରର ସମସ୍ୟା ସଜାଡୁ ସଜାଡୁ ସମୟ ଅତିକ୍ରାନ୍ତ ହୋଇଯିବ।
ତୁଳା
ତୁଳା
ପୂର୍ବ ସ୍ଥିରୀକୃତ ଯୋଜନାନୁଯାୟୀ କାର୍ଯ୍ୟାରମ୍ଭ କଲେ ସଫଳ ହେବେ। ଖର୍ଚ୍ଚଭାର ବୃଦ୍ଧି ପାଇଲେ ମଧ୍ୟ ଆବଶ୍ୟକୀୟ ଅର୍ଥ ବିଭିନ୍ନ ସୂତ୍ରରୁ ପାଇବାରେ ଅସୁବିଧା ହେବ ନାହିଁ। ମକର ରାଶିରେ ଶନି ସ୍ବଗୃହୀ ହେତୁ ପାରିବାରିକ ସ୍ଥିତି ମଧ୍ୟମ ରହିବ। ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା, କଳା, ସାହିତ୍ୟରେ ସମସ୍ୟା ସମାଧାନ ସକାଶେ ବିଳମ୍ବ ଘଟିପାରେ।
ବିଛା
ବିଛା
ଆଜି ଆର୍ଥିକ ସ୍ଥିତିର ଦୁରବସ୍ଥା ପ୍ରତିଟି କ୍ଷେତ୍ରରେ ଅଗ୍ରଗତିର ପଥରୋଧ କରିପାରେ। ପାରିବାରିକ ସ୍ଥିତି ପୂର୍ବପରି ରହିବ କିନ୍ତୁ ପାରିପାର୍ଶ୍ୱିକ ପରିସ୍ଥିତି ଶାନ୍ତ ରହି ନ ପାରେ। ଜ୍ୟେଷ୍ଠାନକ୍ଷତ୍ର କ୍ରୀଡ଼ା, କଳା, ସାହିତ୍ୟ ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବହନରେ ଉନ୍ନତି କରିବେ ଓ ସଭାସମିତିରେ ପ୍ରଶଂସିତ ହେବେ।
ଧନୁ
ଧନୁ
ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେତୁ ଭାବପ୍ରବଣତା ବୃଦ୍ଧି ପାଇବ। ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ପଡୋଶୀଙ୍କ ଉପରେ ପୂର୍ଣ୍ଣ ଭରସା କରିବା ପୂର୍ବରୁ ପରଖି ନେବା ଭଲ। ମୂଳାନକ୍ଷତ୍ର ବ୍ୟବସାୟ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ। ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାକୁ ବାଧ୍ୟ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଉପର ଅଧିକାରୀଙ୍କ ସହଯୋଗ ଲୋଡ଼ିପାରନ୍ତି। ରପ୍ତାନି, ଏଜେନ୍ସି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଉତ୍ତରାଷାଢା ନକ୍ଷତ୍ରଜାତ ବ୍ୟକ୍ତିମାନେ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ସମ୍ମାନିତ ହୋଇପାରନ୍ତି। ଜମିଜମା, ଯାନବାହନ, ନିର୍ମାଣ, ପରିବହନ ମଧ୍ୟମ ପ୍ରକାରର ରହିବ।
କୁମ୍ଭ
କୁମ୍ଭ
ଯେତେ ଭଲ କାମ କଲେ ମଧ୍ୟ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସମାଲୋଚିତ ହୋଇପାରନ୍ତି। ଶତଭିଷା ନକ୍ଷତ୍ର ହଠାତ୍‌ ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ ଚେଷ୍ଟା କରିବେ। ମାଲିମକଦ୍ଦମା, ଜମିଜମା, ଅର୍ଥନୈତିକ କାର୍ଯ୍ୟ, ଯୋଗାଯୋଗ, ଭ୍ରମଣ ପ୍ରଭୃତି କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଆର୍ଥିକ ଉନ୍ନତି ଘଟିବ।
ମୀନମୀନ
କୌଣସି ଆନୁଷ୍ଠାନିକ କର୍ମଭିତ୍ତିରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିପାରେ। ରେବତୀ ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଆଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ପାଇବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri