Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। କେତେକ ପ୍ରତିବନ୍ଧକ କାରଣରୁ ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବ। ପରିବାରର ଆବଶ୍ୟକତାକୁ ନେଇ ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ଦୀର୍ଘଦିନରୁ ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ୍‌ଖବର ପାଇପାରିବେ।
ବୃଷ
ବୃଷ
ବନ୍ଧୁ ପରିଜନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମିଥୁନ
ମିଥୁନ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଓ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ମଧ୍ୟ ପାଇବେ। ସତର୍କରେ ନ ଚଳିଲେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ଦୀର୍ଘଦିନର ଆଶା ଫଳବତୀ ହେବାରୁ ମନ ପ୍ରଫୁଲ୍ଲ ହୋଇଯିବ। ବନ୍ଧୁଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରି ଉପକୃତ ହେବେ। ସାମାଜିକସ୍ତରରେ ସମ୍ମାନ ଲାଭ କରିବେ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି ।
କନ୍ୟା
କାର୍ଯ୍ୟ ହାସଲ ଲାଗି ମିଠାକଥା କହି ବନ୍ଧୁଙ୍କୁ ଆପଣାର କରିବେ। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ ଘଟଣା ଓ ମାଲିମକଦ୍ଦମା ସମାଧାନ ହୋଇଯିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ବିଛା
ବିଛା
ପରିଜନଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇଦେବ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସାମାଜିକସ୍ତରରେ ବିଳମ୍ବରେ ହେଲେ ମଧ୍ୟ ଅଭୀଷ୍ଟ ସିଦ୍ଧି ଘଟିବ।
ଧନୁ
ଧନୁ
ଅତୀତ ଘଟଣାକୁ ନେଇ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ହେତୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପ୍ରଶାସନିକସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହେବେ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ଏବଂ ବିଶେଷ ଲାଭବାନ୍‌ ହେବେ।
କୁମ୍ଭ
କୁମ୍ଭ
ମନ ଭଲ ନ ଥିବା କାରଣରୁ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପରିବାର ସକାଶେ ଧାର ଉଧାର କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚ୍ଚ ମନୋଭାବ ସମ୍ପନ୍ନ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ମନ କଥା ମନରେ ରଖି କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। କେତେକ କ୍ଷେତ୍ରରେ ମଧ୍ୟ ହାତପାଆନ୍ତାରେ ସୁଯୋଗ ପାଇବେ। ରାଜନୈତିକସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri