Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ଆପଣଙ୍କୁ ଆନୁଷ୍ଠାନିକ, ସାମାଜିକ କ୍ଷେତ୍ରରେ ସାମିଲ ରହିଥିଲେ ସମ୍ମାନ ଲାଭ କରିପାରନ୍ତି। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହେବ। ନିଜ ଲୋକମାନଙ୍କ କାର୍ଯ୍ୟକଳାପ ଅସୁବିଧାରେ ପକାଇପାରେ।
ବୃଷ
ବୃଷ
ସ୍ବାର୍ଥ ହାସଲ ସକାଶେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। କନ୍ୟା ସନ୍ତାନଙ୍କ କର୍ମନିଯୁକ୍ତି କିମ୍ବା ବୈବାହିକ ସମ୍ବନ୍ଧ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢ଼ିପାରେ। ଏକ ଭିନ୍ନ ପରିବେଶରେ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ଚିନ୍ତିତ ରହିବାକୁ ପଡ଼ିପାରେ। ସାମାଜିକ କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ସମସ୍ୟାଗ୍ରସ୍ତ ହୋଇ ପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବାରମ୍ବାର ଧୋକା ଖାଇବା ଜନିତ ଟେନ୍‌ସନ୍‌ ବୃଦ୍ଧି ପାଇପାରେ। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ, ତଥାପି ସହଜରେ ଅନ୍ୟମାନଙ୍କୁ ବିଶ୍ୱାସ କରିପାରିବେ ନାହିଁ। ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ କେତେକ ସମସ୍ୟା ମଧ୍ୟରେ ଗତି କରୁଥିବା କାରଣରୁ ମନ ଅସ୍ଥିର ରହିବ।
ସି˚ହ
ସି˚ହ
ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ, କିନ୍ତୁ କ୍ଷତି ମଧ୍ୟ ହେବନି। ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ଓ ନିଜର ଅଭିସନ୍ଧିକୁ ପୂରା କରିବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ଅସଫଳ ହେବେ।
କନ୍ୟା
ନିଜ କାମ ପଛରେ ପକାଇ ପର ପାଇଁ ହଇରାଣରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଆକସ୍ମିକ ଭାବେ ବହୁ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ। ପ୍ରତିବାଦ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ପୁରାତନ ବନ୍ଧୁଙ୍କ ସହ ଦର୍ଶନ ଯୋଗ।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିକୁ ସଜାଡ଼ି ନେବାରେ ସମର୍ଥ ହେବେ। ଅନୁକୂଳ ଗ୍ରହସ୍ଥିତି କାରଣରୁ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍‌ ସେପରି ହେବ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।
ବିଛା
ବିଛା
ନିର୍ଦ୍ଦିଷ୍ଟ ସମୟରେ ଯାହା ପାଇବା ପାଇଁ ଆଶା କରୁଥିବେ ତାହା ପାଇବା ମୁସ୍କିଲ ହୋଇପଡ଼ିବ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ମଧ୍ୟ ଅଶାନ୍ତ ରହିପାରେ। ସାୟାହ୍ନେ ଦୀର୍ଘ ଦିନରୁ ଆଶା କରୁଥିବା ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଆଜି ବନ୍ଧୁମାନଙ୍କ ଜରିଆରେ କୌଶଳରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ଧନୁ
ଧନୁ
ନିଜର ମାନସିକ ଅସୁସ୍ଥତା ହିଁ ସମସ୍ତ ଅସୁବିଧାର ମୂଳ କାରଣ ପାଲଟିଯିବ। ଅତି ନିକଟତମ ବ୍ୟକ୍ତିଟି ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରିପାରନ୍ତି। କାମର ଚାପ ବୃଦ୍ଧି ପାଇବା କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।
ମକର
ମକର
ବନ୍ଧୁଙ୍କ ସହ ମନ କଥାକୁ ଲୁଚାଇ ସାକ୍ଷାତ୍‌ ଆଲୋଚନା କରିପାରନ୍ତି। ଘରୋଇ କ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀଙ୍କ କ୍ରୋଧ ପରିସ୍ଥିତିକୁ ବଦଳାଇ ଦେଇପାରେ। ଦୀର୍ଘ ମିଆଦୀ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଗରୁ ଦେଖାଶୁଣା ନଥିବା ଜଣେ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ହାତକୁ ନେଇଥିବା କାମଟି ବହୁତ ବାଧାବିଘ୍ନ ମଧ୍ୟରେ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ବହୁତ ଦିନର କ୍ରନିକ୍‌ ରୋଗ ପୀଡ଼ା ଯୋଗୁ ମନ ବିଚଳିତ ହୋଇପାରେ। ଦୈହିକ ଦୁର୍ବଳତା ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଅସହାୟ ମନେକରିପାରନ୍ତି।
ମୀନମୀନ

ସମସ୍ୟାର ସରଳ ସମାଧନ କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ଅନୁକୂଳ ପରିବେଶରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ଉଦାରତା ଗୁଣରୁ ପ୍ରଶଂସା ପାଇବେ। କଳା, ସାହିତ୍ୟ, ସଙ୍ଗୀତ, ଆଲୋଚନା, ସାମ୍ବାଦିକତା, ଚଳଚ୍ଚିତ୍ର ପ୍ରଭୃତିରୁ ପ୍ରଶଂସିତ ହେବାର ବହୁତ ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri