Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରର ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିପାରିବେ। ପାରିବାରିକ କ୍ଷେତ୍ରରେ ମଧ୍ୟ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବ୍ୟବସାୟ ଓ ପରିବହନରେ ମଧ୍ୟ ଶିଥିଳତା ମାନସିକ ଅଶାନ୍ତିର କାରଣ ହେବ। ଅଶ୍ୱିନୀ ନକ୍ଷତ୍ର ହଜିଯାଇଥିବା ଜିନିଷ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇପାରିବେ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ସକାଶେ ସ୍ବାସ୍ଥ୍ୟସମସ୍ୟା ଦୁଶ୍ଚିନ୍ତାର ମାତ୍ରାକୁ ବଢ଼ାଇଦେବ। ପଡ଼ୋଶୀ, ବନ୍ଧୁ ପରିଜନଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପରିବାରରେ ମତଭେଦ କାରଣରୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇ ଖୁସି ହେବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶକ୍ରମେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଓ ଆନୁସଙ୍ଗିକ ସହଯୋଗ ମଧ୍ୟ ପାଇବେ। ପୁନର୍ବସୁ ନକ୍ଷତ୍ର ସକାଶେ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ। ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାରେ ସାମାନ୍ୟ ହଇରାଣ ହରକତ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
ଅଧସ୍ତନ କର୍ମଚାରୀଙ୍କ ସହଯୋଗରୁ ଦୀର୍ଘଦିନର ଆଶା ଫଳବତୀ ହେବ। ଅଶ୍ଳେଷା ନକ୍ଷତ୍ର ବନ୍ଧୁଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। କଠିନ ଶ୍ରମ ହେତୁକ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ରପ୍ତାନିବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ।
ସି˚ହ
ସି˚ହ
ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ଆଜି ପ୍ରତ୍ୟେକ କ୍ଷେତ୍ରରେ ଦୃଢ଼ ମନୋବଳ ନେଇ କାମ କରିପାରିବେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରି ଉପକୃତ ହେବେ। ସଭାସମିତିର ଆଲୋଚନା ପରିସରରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ହସ୍ତା ନକ୍ଷତ୍ର ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ତର୍କବିତର୍କ ଜନିତ ସହକର୍ମୀଙ୍କ ସହ ମାନମନାନ୍ତର ଦେଖାଦେଇପାରେ।
ତୁଳା
ତୁଳା
ଉନ୍ନତ ଚିନ୍ତା ଓ ପୂର୍ବପରିକଳ୍ପିତ ଯୋଜନା ତଥା ନୂତନ କର୍ମାରମ୍ଭ ଆଜିର ମୁଖ୍ୟ କାର୍ଯ୍ୟ ରହିବ। ସ୍ବାତୀ ନକ୍ଷତ୍ର ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟବସାୟିକ କ୍ଷେତ୍ରରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ପରିଜନମାନଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ଦୂରଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସାମାଜିକ ସ୍ତରରେ ବିଳମ୍ବରେ ହେଲେ ମଧ୍ୟ ଅଭୀଷ୍ଟ ସିଦ୍ଧି ଘଟିବ। ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପୂର୍ବଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପୁଣି ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ହେତୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ପ୍ରିୟଜନଙ୍କ ସହ ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବେ। ହିତୈଷୀମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବାର ଅବସର ପାଇବେ । ଶ୍ରବଣା ନକ୍ଷତ୍ରର ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ସହ ଆର୍ଥିକ ଉନ୍ନତି ଘଟିପାରେ ।
କୁମ୍ଭ
କୁମ୍ଭ
କର୍ମଜଞ୍ଜାଳ ବୃଦ୍ଧି ପାଇବାଜନିତ ମନ ଭଲ ନ ଥିବା କାରଣରୁ ଉଦାସୀନ ରହିପାରନ୍ତି। ସାମାଜିକ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଆଜି ଆକସ୍ମିକଭାବରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି ହେତୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ।
ମୀନମୀନ

କର୍ମକ୍ଷେତ୍ରରେ ମନ କଥା ମନରେ ରଖି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ହାତପାହାନ୍ତାରେ ସୁଯୋଗ ପାଇଲେ ମଧ୍ୟ ତାହାର ସଦ୍‌ ବ୍ୟବହାର କରିପାରିବେ ନାହିଁ। ରେବତୀ ନକ୍ଷତ୍ର ରାଜନୈତିକ ସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାର ସାମୟିକ ଆଶ୍ୱସ୍ତି ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri