Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ
ଗତକାଲିର ଟେନସନ୍‌ ଆଜି ବନ୍ଧୁମିଳନର କିିଛି ମାତ୍ରାରେ କମିଯିବ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ଓ ଏକ ପ୍ରକାର ମନୋବଳ ବୃଦ୍ଧି ପାଇବ। ସ୍ତ୍ରୀଙ୍କ ଚିଡା ସ୍ବଭାବ ଏବଂ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ।
ବୃଷ
ବୃଷ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ବନ୍ଧୁଙ୍କ ସମ୍ମୁଖରେ ନିଜର ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବା ପାଇଁ ବାଧ୍ୟ ହେବେ। ଗତକାଲି ଠାରୁ ମନରେ ଭାବୁଥିବା କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପରିବହନ, ବ୍ୟବସାୟ,ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ମିଥୁନ
ମିଥୁନ
ଆର୍ଥିକ ଅଭିବୃଦ୍ଧି ଘଟିଲେ ମଧ୍ୟ କେତେକ କାମ ଅଦୁରା ରହିଯିବ। ପ୍ରତିଟି କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟ ଦେଇ ଚଳିବାକୁ ପଡିବ। ଅଫିସ୍‌ରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କଠୋର ପରିଶ୍ରମ ଜନିତ ସ୍ବାସ୍ଥ୍ୟ ହାନୀ ଘଟିପାରେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ ଏବଂ ପାରିବାରିକ ସ୍ଥିତି ବହୁତ ଭଲ ରହିବ। ମାତ୍ର ଆଲୋଚନା ସମୟରେ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ଏବଂ ଆନୁଷ୍ଠାନିକ କାମରୁ ପ୍ରଶଂସିତହେବେ।
ସି˚ହ
ସି˚ହ
ଆର୍ଥିକ ସ୍ବଚ୍ଛଳତା ରହିବା କାରଣରୁ ମାନସିକ ସ୍ଥିରତା କେତେକାଂଶରେ ଆସିବ। ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି ଚଳିବା ଭଲ ହେବ ଅନ୍ୟଥା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବନ୍ଧୁଙ୍କ ପ୍ରରୋଚନାରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ବିଳାସ ବ୍ୟସନ ମଧ୍ୟରେ ସମୟକୁ ଅତିବାହିତ କରିବାକୁ ମନସ୍ଥ କରିବେ।
କନ୍ୟା
ସମସ୍ୟା ଗୁଡିକ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ କେତେକ କାରଣରୁ ମନରେ ସରସତା ରହିବ ନାହିଁ। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ହେବା ଏକପ୍ରକାର ପରିସ୍ଥିତିକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ନିକଟସ୍ଥ ବନ୍ଧୁ ମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ଦୀର୍ଘ ଦିନର ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ ସାୟାହ୍ନେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ସଭାସମିତିରେ ଯୋଗ ଦେଲେ କିମ୍ବା ସହମତିରେ କାମ କଲେ ଲକ୍ଷ୍ୟ ହାସଲ କରିପାରିବେ। ଆଜି ଈଛା ନଥିଲେ ମଧ୍ୟ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ବିଛା
ବିଛା
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ହାତ ମୁଠାରୁ ସୁ୍‌ଯୋଗ ଖସିଯାଇପାରେ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ନିଜ ପରିସରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୁତ୍ରରେ ଅର୍ଥ ଆଣିବାକୁ ପଡିପାରେ।
ଧନୁ
ଧନୁ
ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ ଏବଂ ଆପଣଙ୍କ ଚେଷ୍ଟା ମଧ୍ୟ ବେକାର ଯିବ ନାହିଁ। ମାତ୍ରପାରିବାରିିକ ଜାଳ ବୃଦ୍ଧି ପାଇବ ଏବଂ ସାମୟିକ ମାନସିକ ଅସ୍ଥିରତା ସୃଷ୍ଟି ହେବାର ଆଶଙ୍କା ରହିଛି। ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଧ୍ୟରୁ ଉପକୃତ ହେବେ।
ମକର
ମକର
କୈାଣସି ଭୂଲ୍‌ ଖବରକୁ ସତ୍ୟ ମନେ କରି ଉତ୍‌କ୍ଷିପ୍ତ ହୋଇପାରନ୍ତି। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ପଡୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। ପଡୋଶୀଙ୍କ ପ୍ରରୋଚନାରେ ମନୋରନ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍‌ କରି ପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେବେ ,ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସାହିତ୍ୟ,କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ମାତ୍ର ଅତିରିକ୍ତ ଭ୍ରମଣ ହେତୁକ ସଂନ୍ଧ୍ୟାରେ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପାରିବାରିକ କ୍ଷେତ୍ରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ମୀନମୀନ
ଆଜିର କାମରେ ସାମାନ୍ୟ ଅନୁପସ୍ଥିତି କିମ୍ବା ବିଳମ୍ବ ପାଇଁ କୈଫୟତ୍‌ ଦେବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ କିମ୍ବା ପ୍ରତିଯୋଗୀତା କ୍ଷେତ୍ରରେ ପ୍ରତିବନ୍ଧକ ସୃୃଷ୍ଟି ହେବାର ଆଶଙ୍କା ରହିଛି। ପାରିବାରିକ ଜୀବନରେ ଝଡ ସୃଷ୍ଟି ହେବାର ଆଶଙ୍କା ରହିଛି। ମତଭେଦ କାରଣରୁ ଆନୁଷ୍ଠାନିକ କାମରେ ବାଧାବିଘ୍ନ ଘଟିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri