Posted inRasifala

ରାଶିଫଳ: ଗୁରୁବାର, ଜାନୁୟାରୀ ୨୦ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିବ। କିନ୍ତୁ ଅଶ୍ୱିନୀର ପରିବାରରେ ଅର୍ଥ ସମ୍ପର୍କକୁ ନେଇ କିମ୍ବା ଅଫିସ୍‌ରେ ସହକର୍ମୀଙ୍କ ସହ ବିବାଦ ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ନିଜର ପତିଆରା ବୃଦ୍ଧି ପାଇବାର ଆଶା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସନ୍ତୋଷଜନକ ରହିବ।
ବୃଷ
ବୃଷ
ଆଜିର ଯାତ୍ରା ପ୍ରୀତିପ୍ରଦ ରହିବ ଏବଂ ଯେଉଁ କାମରେ ଯାଉଛନ୍ତି ସେଥିରେ ସଫଳତା ପାଇବେ। ପିଲାଙ୍କ ସମସ୍ୟାକୁ ନେଇ ମନରେ ସରସତା ରହି ନ ପାରେ। ଜଣେ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନାର ସୂଚନା ରହିଛି। ପଡ଼ୋଶୀଙ୍କୁ ଘରୋଇ କଥା ଭିତରେ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ।
ମିଥୁନ
ମିଥୁନ
ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ସାମାନ୍ୟ ଡେରିରେ କାମ ସମ୍ପନ୍ନ ହେବ, ମାତ୍ର ଏଥି ସକାଶେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ଯୋଗ ଦେଇପାରନ୍ତି।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା ବୃଦ୍ଧି କାରଣରୁ ଘରୋଇ କାମରେ ସମୟ ଦେଇପାରିବେ ନାହିଁ। ସାଙ୍ଗସାଥୀମାନଙ୍କ ସହ ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ। କୌଣସି ଜିନିଷର ଅଭାବ ଜନିତ ଅସୁବିଧାକୁ କେନ୍ଦ୍ରକରି ମନ ସାମୟିକ ଅଶାନ୍ତ ରହିପାରେ। କର୍ମକ୍ଷେତ୍ରରେ ବନ୍ଧୁ ସୁବିଧାବାଦୀ ଗୁଣରେ ଶୋଷଣ କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିବ। ଭାଇ, ଭଉଣୀ କିମ୍ବା ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ ଭୁଲ କରିପାରନ୍ତି। ଅଫିସରେ କିମ୍ବା କାମରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। କାରବାର, ପରିବହନ, ଷ୍ଟେସନାରୀ କିମ୍ବା ଫଳ ଦୋକାନୀ ଲାଭବାନ ହେବେ।
କନ୍ୟା
ଆଜି ସବୁ କାମ ଶୃଙ୍ଖଳିତ ରହିବା ସହ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ। ପଡ଼ୋଶୀଙ୍କ ନିକଟରୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଆତ୍ମୀୟମାନଙ୍କୁ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ତାହାକୁ ଭୁଲ୍‌ ବୁଝତ୍ବେ। କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ଆଜି ପର୍ଯ୍ୟନ୍ତ ଖୋଜି ଯାହା ପାଉ ନ ଥିଲେ ଆଜି ପାଇ ମନ ଏକବାର ଖୁସି ହୋଇଯିବ। ଶତ୍ରୁତା କରୁଥିବା ଲୋକଠାରୁ ମଧ୍ୟ କାମ ହାସଲ କରିନେବେ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ବିଛା
ବିଛା
ଆଜି ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅଫିସ୍‌ କାମରେ କୌଣସି ମହିଳାଙ୍କ ତରଫରୁ ସମସ୍ୟା ଆସି ମନଟାକୁ ଗୋଳମାଳିଆ କରିଦେବାର ଆଶଙ୍କା ରହିଛି। ପରୋକ୍ଷ ଭାବେ ଆପଣଙ୍କ ଶତ୍ରୁମାନେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିପାରନ୍ତି।
ଧନୁ
ଧନୁ
ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଯୁକ୍ତିତର୍କ ଲାଗିପାରେ। ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନରେ ନିଜକୁ ମଜ୍ଜାଇ ରଖି ଅର୍ଥର ଅପବ୍ୟୟ କରିପାରନ୍ତି। ଆଧ୍ୟାତ୍ମିକ ପରିବେଶରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସ୍ଥତି ପୂର୍ବପରି ରହିବା ସାଙ୍ଗକୁ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସବୁ କଥାରେ ପଛକୁ ରହି କାମ କରିବା ଭଲ ହେବ, ଅନ୍ୟଥା ସାଧାରଣ କଥାରୁ କଳହର ସମ୍ଭାବନା ରହିଛି। ପରିବାରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ଶତ୍ରୁମାନେ ପରୋକ୍ଷ ଭାବରେ କୌଣସି ସମସ୍ୟା ସୃଷ୍ଟି କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ସକାଳୁ ସକାଳୁ ଶୁଭଖବର ପାଇ ମନ ଖୁସି ହୋଇଯିବ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ ଓ କଳା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ
ବିଭିନ୍ନ ପ୍ରକାର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବ। ଆଜି ହଠାତ୍‌ ଧାର ସୂତ୍ରରେ ଅର୍ଥ ପାଇବେ। ମହିଳାମାନଙ୍କର ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri