Posted inRasifala

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୨୦ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ ହେତୁ ଖୁସି ରହିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ। ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଅଫିସ୍‌ରେ ଆଲୋଚନା ପରିସରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
ବୃଷ
ବୃଷ
ସ୍ନାୟବିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ରୋହିଣୀ ନକ୍ଷତ୍ର ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି। ଶୁଭକାମ ପାଇଁ ସମୟ ଅନୁକୂଳ।
ମିଥୁନ
ମିଥୁନ
ନିଜ ଲୋକଙ୍କ ସାହାଯ୍ୟରେ କାମ ହାସଲ ଫଳରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବା କ୍ଷେତ୍ରରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରି ଅପଦସ୍ଥ ହେବେ। ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟିତ ହେବେ। ଅବଶ୍ୟ କେତେକାଂଶରେ ଉପକୃତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିବା ପାଇଁ ଚେଷ୍ଟା କରି ପାରନ୍ତି। ପାରିବାରିକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ପରିଲକ୍ଷିତ ହେବ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅନ୍ୟମାନଙ୍କଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସାଙ୍ଗକୁ ମାନମନାନ୍ତର ଦେଖା ଦେଇପାରେ। ମିତ୍ର କେହି ଛଳନା କରି ଦୂରେଇ ଯାଇ ପାରନ୍ତି।
କନ୍ୟା
ଆଜି ପ୍ରତ୍ୟେକ କାମ ଠିକ୍‌ ସମୟରେ ସମ୍ପନ୍ନ ହେବା କାରଣରୁ ଖୁସି ରହିବେ। ବାଣିଜ୍ୟ, ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପରେ ଆଶାଜନକ ସୁଫଳ ମିଳିବ। କଠିନ ପରିଶ୍ରମଜନିତ ଆକସ୍ମିକ ଭାବରେ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ନିଜର ପ୍ରତ୍ୟୁପତ୍ନ୍ନମତିତା କାରଣରୁ ଅସୁବିଧାଜନକ ସ୍ଥିତିରୁ ମଧ୍ୟ ମୁକୁଳିଯିବେ।
ତୁଳା
ତୁଳା
ଘରୋଇ ସମସ୍ୟା ସମାଧାନ ହୋଇଯିବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି। ସତ୍‌ସଙ୍ଗ କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କର ଖୁସି ହେିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।
ବିଛା
ବିଛା
ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ମାନସିକ ଅବସାଦ ଲାଗି ରହିପାରେ। କାମରେ ଅବହେଳା କାରଣରୁ ମନରେ ବିରକ୍ତି ସୃଷ୍ଟି ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନିର୍ଭୀକତା ଓ ସତ୍ୟଭାଷଣରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ। କୋର୍ଟକଚେରି କାମ ଅନୁକୂଳ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ, ଯାହାକି ଆପଣଙ୍କ କାମଗୁଡ଼ିକ ସୁବିଧାରେ ହେବ। ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିବ। ସେହି ଅନୁସାରେ କାମ ହେବ। ଦ୍ରବ୍ୟ ଲାଭରେ ମଉଳି ଯାଇଥିବା ଆଶା କଅଁଳି ଉଠିବ।
ମକର
ମକର
କର୍ମକ୍ଷେତ୍ରରେ ପରୋକ୍ଷ ସାହାଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇବେ। ଅନ୍ୟମନସ୍କ ରହିବା କାରଣରୁ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ଯାହା ଥାଉନା କାହିଁକି ଅନ୍ୟମାନଙ୍କୁ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ। ନିର୍ମାଣ କାମ ଧିମେଇ ଯିବାରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ବ୍ୟବସାୟିକ ସଫଳତା ମିଳିବ, ତଥାପି ସଙ୍କଟ ସ୍ଥିତି ସୁଧୁରି ପାରିବ ନାହିଁ। ଆଜିର ଯାତ୍ରାରେ ବିଭିନ୍ନ ପ୍ରକାରର ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ।
ମୀନମୀନ
ନିଜ ପରିସରରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଜଣେ କାମରେ ଅସହଯୋଗ କରିପାରେ। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ କିମ୍ବା ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ। ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ପରିବାରରେ ଛୋଟ ଛୋଟ କଥାରେ କଳହ ଲାଗିବାର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri