Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ
ଆଜି ବହୁତ ଦିନରୁ ଚିନ୍ତା କରି ପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯିବ। ଅଭାବ ନ ଥିଲେ ମଧ୍ୟ କେତେକ ଘଟଣା କୃତ୍ତିକାର ମନକୁ ଅଶାନ୍ତ ରଖିପାରେ।
ବୃଷ
ବୃଷ
ସତ୍ୟ କହିବାରୁ ପ୍ରତ୍ୟେକ କ୍ଷେତ୍ରରେ ନିଜ ଲୋକମାନେ ଦୂରତା ବଜାୟ ରଖିବେ। ମୃଗଶିରାର ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। ସଭାସମିତି, ସଂଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ସଦ୍‌ଭାବ ବୃଦ୍ଧି ପାଇବା ଲକ୍ଷ୍ୟକରି ଖୁସି ହୋଇପାରନ୍ତି।
ମିଥୁନ
ମିଥୁନ
ଆର୍ଥିକ ସଂକଟ ରହିବ ନାହିଁ। ବନ୍ଧୁଙ୍କଠାରୁ ହାତ ଉଧାରି ଆଣି ଆବଶ୍ୟକତା ପୂରଣ କରିନେବେ। କେହି ପଡୋଶୀ ପ୍ରତିବାଦର ସ୍ବର ଉଠାଇଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ଦେଇପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇ ମଧ୍ୟ ହାତଛଡ଼ା କରିବେ। ପୁନର୍ବସୁର ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ।
କର୍କଟ
କର୍କଟ
ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ। ଅଶ୍ଳେଷାର ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟିହୋଇପାରେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଆଜି ବନ୍ଧୁଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ମିଳିବ। ଅଧିକାଂଶ ସମୟ ବାହାରେ ରହିବାରୁ ମନ ଭଲ ରହି ନ ପାରେ। ମଘା ନକ୍ଷତ୍ର କାମଗୁଡିକ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ପରିସ୍ଥିତିବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କନ୍ୟା
ହସ୍ତା ନକ୍ଷତ୍ରର ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ କଷ୍ଟ ସ୍ବୀକାର କରିବାକୁ ପଡିପାରେ। ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିବା କାରଣରୁ ଦୁଃଖ ପ୍ରକାଶ କରି ପାରନ୍ତି। ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ମନରେ ବିଭିନ୍ନ ଦୁର୍ଭାବନା ବଢି ଚାଲିବାରୁ କାମ ଶୃଙ୍ଖଳିତ ହେବନାହିଁ। ଅବସ୍ଥାକୁ ଦେଖି ବ୍ୟବସ୍ଥା ନ କଲେ ଅନାକାକ୍ଷିଂତ ସମସ୍ୟା ଦେଖାଦେଇପାରେ। ଚିତ୍ରା ନକ୍ଷତ୍ର ଆଜିର ଫେରନ୍ତା ବାଟରୁ ଆପଣ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ। ବ୍ୟବସାୟରେ ବିଶେଷ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ନାହିଁ କହିଲେ ଚଳେ।
ବିଛା
ବିଛା
ଆଜି ଯେଉଁ କାମ ହାତକୁ ନେବେ ନିର୍ବିଘ୍ନରେ ସମ୍ପନ୍ନ ହେବ। ସମସ୍ୟାର ସମାଧାନ ପାଇଁ ତପତ୍ରତା ପ୍ରକାଶ କରିପାରିଲେ ସଫଳତା ଅବଶ୍ୟ ମିଳିବ। ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ଅନୁରାଧାର ନିକଟ ସମ୍ପର୍କୀୟମାନେ ଉପର ମନରେ ସ୍ନେହ, ଶ୍ରଦ୍ଧା ଦେଖାଇ ଭିତରେ ଭିତରେ ଚେର କାଟି ପାରନ୍ତି।
ଧନୁ
ଧନୁ
ମୂଳା ନକ୍ଷତ୍ର ଚିନ୍ତା କରିଥିବା ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଅଫିସରେ ଚାପର ସମ୍ମୁଖୀନ ହୋଇପାରନ୍ତି। ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକ ସାଜିପାରେ କିନ୍ତୁ ସତର୍କତା ଅବଲମ୍ବନୀୟ। ବ୍ୟବସାୟିକ ସଫଳତା ଓ ରାଜନୈତିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ।
ମକର
ମକର
ଶ୍ରବଣା ଅନ୍ୟର ମନ ଅନୁଯାୟୀ କାମ କରି ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢାଇବାର ସମ୍ଭାବନା ରହିଛି। ନିର୍ମାଣ, ମରାମତି କାମ ଓ ପ୍ରତିଟି କଥାରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଭୁଲ୍‌ ବୁଝାମଣା ବୃଥା ସନ୍ଦେହ ଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ।
କୁମ୍ଭ
କୁମ୍ଭ
ଶତଭିଷା ବନ୍ଧୁଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଯାହା ଖୋଜୁଛନ୍ତି ତାହା ଅବଶ୍ୟ ଆଜି ପାଇବେ ଏବଂ ପ୍ରତିବେଶୀଙ୍କ ସାହାଯ୍ୟ ଓ ସହଯୋଗରୁ ଉପକୃତ ହେବେ। ଗୋପନୀୟ କଥା ପ୍ରଘଟ ହେବା କାରଣରୁ ବିଶେଷ ଚିନ୍ତାକୁଳ ହୋଇପାରନ୍ତି। ଭ୍ରମଣ, ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ।
ମୀନମୀନ
କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତି ଓ ଅବହେଳା ଯୋଗୁ ଅନୁତାପ କରି ପାରନ୍ତି। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଉତ୍ତରଭାଦ୍ରବ ପାରିବାରିକ ବ୍ୟତିକ୍ରମକୁ ସୁଧାରି ନେବାର ପ୍ରଯନତ୍ କରି ପାରନ୍ତି। ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି, ଗବେଷଣା, ଆଲୋଚନା, ସେବାସଂସ୍ଥା, ରାଜନୀତି ଓ କଳା, ସାହିତ୍ୟରୁ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri