Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ
ବହୁତ ଦିନରୁ ଚିନ୍ତା କରିପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯାଇପାରେ। ଅଭାବ ନ ଥିଲେ ମଧ୍ୟ କେତେକ ଘଟଣା କୃତ୍ତିକାର ମନକୁ ଅଶାନ୍ତ ରଖିବ।
ବୃଷ
ବୃଷ
ଅପ୍ରିୟସତ୍ୟ କହିବାରୁ ନିଜ ଲୋକେ ଦୂରେଇ ଯାଉଥିବାର ଲକ୍ଷ୍ୟ କରିବେ । ରୋହିଣୀ ନକ୍ଷତ୍ରର ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। ପରିସ୍ଥିତିକୁ ଯେତିକି ଜଟିଳ ମନେକରୁଛନ୍ତି ସେପରି କିଛି ହେବନି। ସଭାସମିତି, ସଂଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ନିଜ ରାଶିରେ ଶତ୍ରୁଭାବାଧିପତି ମଙ୍ଗଳ ରହିଥିବା ହେତୁ କାମ ହାସଲରେ ନିଜ ଲୋକ ପ୍ରତିବନ୍ଧକ ସୃଷ୍ଟି କରିବେ। ଜଣେ ବନ୍ଧୁଙ୍କଠାରୁ ହାତ ଉଧାରି ଟଙ୍କା ଆଣିବାକୁ ପଡ଼ିପାରେ। ସୁଯୋଗର ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ। ପୁନର୍ବସୁ ନକ୍ଷତ୍ର ଛୋଟ ଘଟଣାକୁ ଗୁରୁତର ମନେ କରି ଭାବପ୍ରବଣ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ । ଅଶ୍ଳେଷା ନକ୍ଷତ୍ର ପରୋକ୍ଷଶତ୍ରୁତା ପ୍ରତି ସାବଧାନ ରହିବା ଭଲ ହେବ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବାର ଆଶା ରହିଛି।
ସି˚ହ
ସି˚ହ
ପରିସ୍ଥିତିବଶତଃ ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ । କାମଗୁଡ଼ିକ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ। ପୂର୍ବାଫାଲଗୁନୀ ନକ୍ଷତ୍ର କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ପରିସ୍ଥିତିବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କନ୍ୟା
ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି। ହସ୍ତା ନକ୍ଷତ୍ର ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ମନରେ ଦୁର୍ଭାବନା ବଢ଼ି ଚାଲିବା ହେତୁ କାମ ଶୃଙ୍ଖଳିତ ରହି ପାରବ ନାହିଁ । ଆଜିର ଫେରନ୍ତା ବାଟରୁ ଆପଣ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ। ବ୍ୟବସାୟରେ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ପ୍ରାୟତଃ ନାହିଁ କହିଲେ ଚଳେ। ସ୍ବାତୀ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ।
ବିଛା
ବିଛା
ଆଜି ଯେଉଁ କାମ ହାତକୁ ନେବେ ନିର୍ବିଘ୍ନରେ ସମାପନ କରିବେ। ସମସ୍ୟାର ସମାଧାନ ପାଇଁ ତପତ୍ରତା ପ୍ରକାଶ କରିପାରିଲେ ସଫଳତା ଅବଶ୍ୟ ପାଇପାରିବେ। ଆକସ୍ମିକ ଭାବରେ ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ଅନୁରାଧା ନକ୍ଷତ୍ରର ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ।
ଧନୁ
ଧନୁ
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ଉତ୍ତରାଷାଢ଼ା ନକ୍ଷତ୍ର ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକ ସାଜିପାରେ କିନ୍ତୁ ସତର୍କତା ଅବଲମ୍ବନୀୟ । ରାଜନୈତିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ।
ମକର
ମକର
ଅନ୍ୟର ମନ ଅନୁଯାୟୀ କାମ କରି ବାହାବା ନେବା ଫଳରେ କର୍ମକ୍ଷେତ୍ରରେ ମର୍ଯ୍ୟାଦା ବୃଦ୍ଧି ପାଇବ। ଶ୍ରବଣା ନକ୍ଷତ୍ରର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢ଼ାଇବାର ସଂଭାବନା ରହିଛି। ନିର୍ମାଣ, ମରାମତି ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଭୁଲ୍‌ ବୁଝାମଣାରୁ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ।
କୁମ୍ଭ
କୁମ୍ଭ
ଆଜି ସତର୍କ ନ ରହିଲେ ଧନହାନି ଘଟିପାରେ। ଶତଭିଷା ନକ୍ଷତ୍ର ବନ୍ଧୁଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଯାହା ଖୋଜୁଛନ୍ତି ତାହା ଆଜି ପାଇବେ ଏବଂ ପ୍ରତିବେଶୀଙ୍କ ସାହାଯ୍ୟ ଓ ସହଯୋଗରୁ ଉପକୃତ ହେବେ। ଗୋପନୀୟ କଥା ପ୍ରଘଟ ହେବା କାରଣରୁ ବିଶେଷ ଚିନ୍ତାକୂଳ ହୋଇପାରନ୍ତି ।
ମୀନମୀନ
କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତି ଓ ଅବହେଳାଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରି ପାରନ୍ତି। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ରେବତୀ ନକ୍ଷତ୍ର ପାରିବାରିକ ବ୍ୟତିକ୍ରମକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି, ଗବେଷଣା, ରାଜନୀତି, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?