Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ
ବହୁଦିନରୁ ଚିନ୍ତାକରିପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳିଯାଇପାରେ। ଅଭାବ ନ ଥିଲେ ମଧ୍ୟ କେତେକ ଘଟଣା ଅଶ୍ୱିନୀର ମନକୁ ଅଶାନ୍ତ ରଖିପାରେ।
ବୃଷ
ବୃଷ
ସତ କହିବା କାରଣରୁ ନିଜ ଲୋକମାନେ ଦୂରେଇ ଯାଉଥିବା ଲକ୍ଷ୍ୟକରିବେ। ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି। ସଭାସମିତ, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା, କ୍ଷେତ୍ରରୁ ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ର ପାରିବାରିକ ସଦ୍‌ଭାବ ବୃଦ୍ଧିପାଇବାରୁ ଖୁସି ହେବେ।
ମିଥୁନ
ମିଥୁନ
ଜଣେ ବନ୍ଧୁଙ୍କଠାରୁ ହାତ ଉଧାରି ଟଙ୍କା ଆଣି ଆବଶ୍ୟକତା ପୂରଣ କରିବେ। ପଡ଼ୋଶୀ କେହି ପ୍ରତିବାଦକଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ଦେଇପାରନ୍ତି। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ମୃଗଶିରା ନକ୍ଷତ୍ର ଛୋଟ ଘଟଣାକୁ ଗୁରୁତର ମନେକରି ଭାବପ୍ରବଣ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ ସାଧାରଣ ଯୁକ୍ତତର୍କ ବିବାଦର ରୂପ ଗ୍ରହଣ କରିବ। ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ। ଅଶ୍ଳେଷା ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଉତ୍ତରାଫାଲ୍‌ଗୁନୀ ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ। କାମ ସବୁ ବହୁ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ପରିସ୍ଥିତିବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କନ୍ୟା
ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ନିଜକୁ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ଅସାବଧାନତାରୁ ଦ୍ରବ୍ୟନଷ୍ଟ କିମ୍ବା ଧନ ହାନି କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି। ହସ୍ତା ନକ୍ଷତ୍ର ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ମନରେ ଦୁର୍ଭାବନା ବଢ଼ିଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହିପାରବ ନାହିଁ। ଫେରନ୍ତା ବାଟରୁ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ। ବ୍ୟବସାୟରେ ବିଶେଷ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ପ୍ରାୟତଃ ନାହିଁ କହିଲେ ଚଳେ। ସ୍ବାତୀ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ।
ବିଛା
ବିଛା
ଆଜି ପୂର୍ବ ସମସ୍ୟାର ଯଥାବିଧି ସମାଧାନ ପାଇଁ ତପତ୍ରତା ପ୍ରକାଶ କରିପାରିଲେ ସଫଳତା ପାଇବେ। ପରିବାର ଭିତରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସମ୍ପର୍କୀୟ ମିଛ ସ୍ନେହ, ଶ୍ରଦ୍ଧା ଦେଖାଇ ଭିତରେ ଚେର କାଟିପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ରର ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧିପାଇବ।
ଧନୁ
ଧନୁ
ପରିକଳ୍ପିତ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିବେ। ଉତ୍ତରାଷାଢ଼ା ନକ୍ଷତ୍ରର ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକ ସାଜିପାରେ। ପ୍ରତ୍ୟେକ କଥାକୁ ସହଜ, ସରଳ ଢଙ୍ଗରେ ଗ୍ରହଣକଲେ କ୍ଷତିରେ ପଡ଼ିପାରନ୍ତି। ବ୍ୟବସାୟିକ ସଫଳତା ଓ ରାଜନୈତିକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ।
ମକର
ମକର
ଅନ୍ୟର ମନ ଅନୁଯାୟୀ କାମ କରି କର୍ମକ୍ଷେତ୍ରରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଧନିଷ୍ଠା ନକ୍ଷତ୍ରର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢ଼ାଇବାର ସମ୍ଭାବନା ରହିଛି। ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଭୁଲ୍‌ ବୁଝାମଣା ବୃଥା ସନ୍ଦେହଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଯାହା ଖୋଜୁଛନ୍ତି ତାହା ଆଜି ପାଇବେ ଏବଂ ପ୍ରତିବେଶୀଙ୍କ ସାହାଯ୍ୟ ଓ ସହଯୋଗରୁ ଉପକୃତ ହେବେ। ପୂର୍ବଭାଦ୍ରବ ନକ୍ଷତ୍ରର ଗୋପନୀୟ କଥା ପ୍ରଘଟ ହେବା କାରଣରୁ ଚିନ୍ତିତ ରହିବେ। ଭ୍ରମଣ, ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ଭଲ।
ମୀନମୀନ

କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତି ଓ ଅବହେଳା ଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ଉତ୍ତରଭାଦ୍ରପବ ନକ୍ଷତ୍ର ପାରିବାରିକ ବ୍ୟତିକ୍ରମକୁ ସୁଧାରିବାର ପ୍ରଯନତ୍ କରିବେ। ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି, ଗବେଷଣା, ଆଲୋଚନା, ସେବାସଂସ୍ଥା, ରାଜନୀତି, କଳା, ସାହିତ୍ୟରୁ ପ୍ରଶଂସିତ ହେବେ। ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri