Posted inRasifala

ରାଶିଫଳ: ରବିବାର, ଜୁନ୍‌ ୨୦ ତାରିଖ – Daily Horoscope

ମେଷ
ବଳହୀନ ରାଶ୍ୟାଧିପ ଯୋଗୁ ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିବେ।
ବୃଷ
ବୃଷ
ଶନି ଓ ଶୁକ୍ରଷଡ଼ାଷ୍ଟକ ସ୍ଥିତିରେ ରହିଥିବାରୁ ସମସ୍ୟା ଜାଲରେ ଛନ୍ଦିହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଯଥାରେ ଅନ୍ୟ ଉପରେ ବିରକ୍ତ ହେଲେ ଶତ୍ରୁତା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍‌ ହେବେ। ପରିବହନରେ ସାଧାରଣ କଥାରେ ଝଗଡ଼ା କିମ୍ବା ତଜ୍ଜନିତ ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ମିଥୁନ
କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନାରେ ଅନୁକୂଳ ବାତାବରଣ ଯୋଗୁ ଖୁସି ହେବେ। ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକଙ୍କ ଶୁଭକାମନାରୁ ଖୁସି ରହିବେ। କର୍ମକ୍ଷେତ୍ରରେ ସଫଳତା ପାଇବେ।
କର୍କଟ
କର୍କଟ
ହସ୍ତା ନକ୍ଷତ୍ରରେ ରାଶ୍ୟାଧିପ ରହିଥିବାରୁ କର୍ମ କ୍ଷେତ୍ରରେ ଟେନ୍‌ସନ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ବର୍ଗର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ସଭା ସମିତିରେ ତର୍କ ବୃଦ୍ଧି ପାଇବା କାରଣରୁ ଆଲୋଚନା ଅମୀମାଂସିତ ରହିବ। ବନ୍ଧୁଙ୍କ ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ମନ ଖୁସି ରହିିବ।
ସି˚ହ
ସି˚ହ
ଏକାଦଶସ୍ଥ ରବି ହେତୁ ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ ପାଇବେ। ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି।
କନ୍ୟା
ବୁଧ ଓ ବୃହସ୍ପତି ପରସ୍ପର କେନ୍ଦ୍ରସ୍ଥ ହେତୁ ଆଜିର ଯାତ୍ରା, କର୍ମାରମ୍ଭ, ବ୍ୟବସାୟିକ ସ୍ଥିତି ଭଲ ରହିବ। ଭୁଲ୍‌ ବୁଝାମଣା ହେତୁ ଆତ୍ମୀୟଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖର ମାତ୍ରାକୁ ବଢ଼ାଇ ଦେଇପାରେ। ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ମଙ୍ଗଳ ନିଜର ଉଚ୍ଚ ସ୍ଥାନକୁ ଦେଖୁଥିବାରୁ ହଠାତ୍‌ ବନ୍ଧୁତ୍ୱ ସ୍ଥାପନ ହୋଇପାରେ। ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅଯଥା ଆକୋ୍ରଶର ଶିକାର ହେବାକୁ ପଡ଼ିପାରେ।
ବିଛା
ବିଛା
ଭାଗ୍ୟାଧିପ ଏକାଦଶ ସ୍ଥାନରେ ଥିବାରୁ କାମ ସମ୍ପନ୍ନ ହେବାରୁ ମନ ଖୁସି ହୋଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ର କରି ଅପରାହ୍ନରେ ଟେନ୍‌ସନ୍‌ ବଢ଼ିପାରେ।
ଧନୁ
ଧନୁ
ବଳବାନ୍‌ ଶନିଙ୍କ ଯୋଗୁ ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଗତକାଲିଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହେବେ। ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କେତୁଙ୍କ କୁପ୍ରଭାବରୁ ଆଜି କୌଣସି ଜିନିଷ ପାଇବାକୁ କେନ୍ଦ୍ର କରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ଘରର ଅସଜଡ଼ା ପରିସ୍ଥିତି କଥା ଚିନ୍ତା କରି ରକ୍ତଚାପ ବଢ଼ିଯାଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଧାରକରି କାମ ତୁଲାଇବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
କୁମ୍ଭ
କୁମ୍ଭ
ପରିବାରର ନିର୍ଦ୍ଦେଶ କ୍ରମେ କୌଣସି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇ ଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ , ଅନ୍ୟଥା ହରାଇବାକୁ ପଡ଼ିପାରେ। ପୂର୍ବଭାଦ୍ର ନକ୍ଷତ୍ର ପୁରାତନ ରୋଗପୀଡାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ
ଆଜି ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟରେ ସକ୍ଷମ ହେବେ, ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିପାରେ। ପରିବାର ଭିତରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri