Posted inRasifala

ରାଶିଫଳ: ସୋମବାର, ଜୁନ୍ ୨୦ ତାରିଖ – Daily Horoscope

ମେଷ
ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖପ୍ରକାଶ କରିବେ। ସାଂସ୍କୃତିକ କାମରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ଶତ୍ରୁତା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନାରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ। ପାରିବାରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ଖୁସି ରହିବେ। କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିବା କାରଣରୁ ଟେନସନ୍‌ କମିଯିବ। ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ ତର୍କ ବୃଦ୍ଧି କାରଣରୁ ଆଲୋଚନା ଅମୀମାଂସିତ ରହିବ। ପ୍ରତିକୂଳ ପରିସ୍ଥିତି ଯୋଗୁ ନିର୍ମାଣ କିମ୍ବା ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ବନ୍ଧୁଙ୍କ ସହଯୋଗରେ ସମସ୍ୟାର ସରଳ ସମାଧାନ ହୋଇପାରେ। ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ଆଜିର ଯାତ୍ରା,ନୂତନ କର୍ମାରମ୍ଭ,ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ। ତଥାପି ଭୁଲ୍‌ ବୁଝାମଣା ହେତୁ ଆମତ୍ୀୟମାନଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖର ମାତ୍ରାକୁ ବଢ଼ାଇଦେଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଆଜି ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅଯଥା ଆକ୍ରୋଶର ଶିକାର ହେବାକୁ ପଡ଼ିପାରେ।
ବିଛା
ବିଛା
ଯଥା ସମୟରେ ସବୁ କାମଗୁଡ଼ିକ ସମ୍ପନ୍ନ ହେବାରୁ ମନ ଏକପ୍ରକାର ଖୁସି ହୋଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ,ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିପାରନ୍ତି।
ଧନୁ
ଧନୁ
ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଗତକାଲିଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ଆମତ୍ୀୟମାନେ ପାଖ ମାଡ଼ିବେ ନାହିଁ।
ମକର
ମକର
ଆଜି କୌଣସି ଜିନିଷ ପାଇବାକୁ କେନ୍ଦ୍ର କରି ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। ଘରର ଅସଜଡ଼ା ପରିସ୍ଥିତି କଥା ଚିନ୍ତା କରି ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିଯାଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
କୁମ୍ଭ
କୁମ୍ଭ
ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ହରାଇବାକୁ ପଡ଼ିପାରେ। ଅବହେଳା କାରଣରୁ ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ
ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ ଏବଂ ଅନ୍ୟ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri