Posted inRasifala

ରାଶିଫଳ: ସୋମବାର, ଜୁନ୍ ୨୦ ତାରିଖ – Daily Horoscope

ମେଷ
ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖପ୍ରକାଶ କରିବେ। ସାଂସ୍କୃତିକ କାମରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ଶତ୍ରୁତା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନାରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ। ପାରିବାରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ଖୁସି ରହିବେ। କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିବା କାରଣରୁ ଟେନସନ୍‌ କମିଯିବ। ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ ତର୍କ ବୃଦ୍ଧି କାରଣରୁ ଆଲୋଚନା ଅମୀମାଂସିତ ରହିବ। ପ୍ରତିକୂଳ ପରିସ୍ଥିତି ଯୋଗୁ ନିର୍ମାଣ କିମ୍ବା ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ବନ୍ଧୁଙ୍କ ସହଯୋଗରେ ସମସ୍ୟାର ସରଳ ସମାଧାନ ହୋଇପାରେ। ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ଆଜିର ଯାତ୍ରା,ନୂତନ କର୍ମାରମ୍ଭ,ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ। ତଥାପି ଭୁଲ୍‌ ବୁଝାମଣା ହେତୁ ଆମତ୍ୀୟମାନଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖର ମାତ୍ରାକୁ ବଢ଼ାଇଦେଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଆଜି ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅଯଥା ଆକ୍ରୋଶର ଶିକାର ହେବାକୁ ପଡ଼ିପାରେ।
ବିଛା
ବିଛା
ଯଥା ସମୟରେ ସବୁ କାମଗୁଡ଼ିକ ସମ୍ପନ୍ନ ହେବାରୁ ମନ ଏକପ୍ରକାର ଖୁସି ହୋଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ,ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ମାତ୍ରାଧିକ ଭ୍ରମଣ ହେତୁକ କ୍ଳାନ୍ତି ଅନୁଭବ କରିପାରନ୍ତି।
ଧନୁ
ଧନୁ
ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଗତକାଲିଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ଆମତ୍ୀୟମାନେ ପାଖ ମାଡ଼ିବେ ନାହିଁ।
ମକର
ମକର
ଆଜି କୌଣସି ଜିନିଷ ପାଇବାକୁ କେନ୍ଦ୍ର କରି ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। ଘରର ଅସଜଡ଼ା ପରିସ୍ଥିତି କଥା ଚିନ୍ତା କରି ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିଯାଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
କୁମ୍ଭ
କୁମ୍ଭ
ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ହରାଇବାକୁ ପଡ଼ିପାରେ। ଅବହେଳା କାରଣରୁ ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ
ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ ଏବଂ ଅନ୍ୟ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri