Posted inRasifala

ରାଶିଫଳ: ଗୁରୁବାର, ଜୁନ୍‌ ୨୦ ତାରିଖ – Daily Horoscope

ମେଷ
ଆଜି ଯେଉଁ କାମରେ ହାତ ଦେଇଛନ୍ତି, ସେଥିରେ ସଫଳତା ହାସଲ କରିବେ। ଅଶ୍ୱିନୀ ନକ୍ଷତ୍ରର ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ଅଫିସ୍‌ ଯିବା ରାସ୍ତାରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି କରିପାରନ୍ତି। ଖର୍ଚ୍ଚର ସୀମା ଲଙ୍ଘନ କରିଥିବାରୁ ଅର୍ଥାଭାବ ଓ ପରିଶୋଧ ଚିନ୍ତାରେ ବିଚଳିତ ହେବେ।
ବୃଷ
ବୃଷ
ପରିବାରରେ ବ୍ୟତିକ୍ରମ କାରଣରୁ ଆଶା କରୁଥିବା ଜିନିଷଟି ପାଇପାରିବେ ନାହିଁ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିବାରୁ ସୁଯୋଗ ହାତଛଡ଼ା ହେବ। ଗୁରୁ୍‌ତ୍ୱପୂର୍ଣ୍ଣ କାମ ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। କୃତ୍ତିକା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ।
ମିଥୁନ
ମିଥୁନ
ମନର ଅସ୍ଥିରତା ହେତୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଆରଦ୍ରା ନକ୍ଷତ୍ର ସ୍ବାସ୍ଥ୍ୟରେ ଅବହେଳାଜନିତ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଲେ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହେବେନାହିଁ। ପରିବାରରେ ମନକଥା ମନରେ ରଖି ଚଳିବାକୁ ବାଧ୍ୟହେବେ।
କର୍କଟ
କର୍କଟ
କୌଣସି ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ବିଷାଦଗ୍ରସ୍ତ ରହିବେ। ଅଶ୍ଳେଷା ନକ୍ଷତ୍ରର ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଭୁଲ୍‌ ବୁଝାମଣା କାରଣରୁ ପ୍ରକୃତ ଘଟଣା ନ ବୁଝି ବନ୍ଧୁ କ୍ରୋଧ ପ୍ରକାଶ କରିପାରନ୍ତି। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିପାରେ।
ସି˚ହ
ସି˚ହ
ପରସ୍ପର ବାକ୍ୟ ବିନିମୟ ସାଙ୍ଗକୁ ବ୍ୟୟାଧିକ୍ୟ କାରଣରୁ ଘରେ ତର୍କ ବିତର୍କର ସୂଚନା ରହିଛି। କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିବେ। ଆଲୋଚନା ଅସମାପ୍ତ ରହିବା ସାଙ୍ଗକୁ ପିଲାଙ୍କ କାମକୁ ନାପସନ୍ଦ କରିପାରନ୍ତି। ମଘା ନକ୍ଷତ୍ର ଧର୍ମକାମରେ ବ୍ୟସ୍ତ ରହି ଘରର ଆବଶ୍ୟକତାକୁ ଅଣଦେଖା କରିପାରନ୍ତି।
କନ୍ୟା
ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଯେତେ ଚେଷ୍ଟା କଲେ ମଧ୍ୟ ପାରିବାରିକ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରିପାରିବେ ନାହିଁ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଚିତ୍ରା ନକ୍ଷତ୍ର ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ଘଟଣାକୁ ସୁଧାରି ନେବେ। ସାମାଜିକ ସ୍ତରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର ଅର୍ଥନୈତିକ ଅଭିବୃଦ୍ଧି ମାନସିକ ସ୍ଥିତିକୁ ଋଦ୍ଧିମନ୍ତ କରିବ। ପରିସ୍ଥିତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ପ୍ରଶାସନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ଭ୍ରମଣ ଓ କଠିନ ଶ୍ରମ ହେତୁକ ସ୍ବାସ୍ଥ୍ୟହାନି ଘଟିପାରେ।
ବିଛା
ବିଛା
ପାରିବାରିକ କ୍ଷେତ୍ରରେ ଅପୂରଣୀୟ ଆଶା ସାଙ୍ଗକୁ ବିଭିନ୍ନ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଅଫିସ୍‌ରେ ଅଧସ୍ତନ କର୍ମଚାରୀଙ୍କ କାର୍ଯ୍ୟର ବାରମ୍ବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ। ନିର୍ମାଣ, ଚୁକ୍ତିପତ୍ର, ସାମ୍ବାଦିକତା, ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅଦାଲତ ମାମଲା ଅନୁକୂଳ ହେବ।
ଧନୁ
ଧନୁ
ବିଭିନ୍ନ ପ୍ରତିବନ୍ଧକଜନିତ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସଦାବେଳେ ପ୍ରିୟ ବ୍ୟକ୍ତିଙ୍କ ଉପରେ ଅଯଥା ବିରକ୍ତ ହେଲେ ନିଜେ କ୍ଷତିରେ ପଡ଼ିବେ। ପୂର୍ବାଷାଢ଼ା ନକ୍ଷତ୍ରର ଖର୍ଚ୍ଚଭାର ବଢ଼ିବା ଯୋଗୁ ଚିନ୍ତାପ୍ରକଟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର୍ର କ୍ଷେତ୍ରରେ ସମସ୍ୟା ସମାଧାନ ଦିଗକୁ ମୁହାଁଇପାରନ୍ତି।
ମକର
ମକର
ସାମର୍ଥ୍ୟ ଅନୁଯାୟୀ କାମ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବା ଅନୁଭବ କରିବେ। ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବଢ଼ିବ। କିନ୍ତୁ ଭଲ ସମ୍ପର୍କ ନଥିବା ସହକର୍ମୀଙ୍କ ଦୌରାମତ୍‌ୟ କର୍ମକ୍ଷେତ୍ରରେ ଅସହ୍ୟ ହୋଇପାରେ। ଶ୍ରବଣା ନକ୍ଷତ୍ରର ହୃତ ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବାରୁ ଟେନ୍‌ସନ୍‌ କିଛି ମାତ୍ରାରେ କମିଯିବ।
କୁମ୍ଭ
କୁମ୍ଭ
ସାଧାରଣ ଘଟଣାକୁ କେନ୍ଦ୍ରକରି ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଅସୁସ୍ଥତା ଲାଗି ରହିଲେ ମଧ୍ୟ ଅନ୍ୟମାନଙ୍କ ସାହାଯ୍ୟରେ କାମ ସମ୍ପାଦନ କରିପାରିବେ। ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ। ଶତଭିଷା ନକ୍ଷତ୍ର ବନ୍ଧୁଙ୍କ ଫେରିବାରେ ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ।
ମୀନମୀନ

ପରିସ୍ଥିତି ପ୍ରତି ଲକ୍ଷ୍ୟ ରଖି କାମ କରି ଚାଲିଲେ କୌଣସି ଅସୁବିଧା ରହିବ ନାହିଁ। ରେବତୀ ନକ୍ଷତ୍ର କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରି ମାନସିକ ଅସନ୍ତୋଷ ବୃଦ୍ଧିର କାରଣ ହେବ। ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?