Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ
ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ନିଶ୍ଚିତ ଉପକୃତ ହେବେ। ଅଭାବ ପୂରଣ ଦିଗରେ ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପୂର୍ବରୁ ସ୍ଥିରୀକୃୃତ ଯୋଜନା ଠିକ୍‌ ଭାବରେ କାର୍ଯ୍ୟକାରୀ ହେବ। ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି।
ବୃଷ
ବୃଷ
ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କିନ୍ତୁ ସାମୟିକ ଭାବରେ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। ବନ୍ଧୁଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ।
ମିଥୁନ
ମିଥୁନ
ସାଧାରଣ କଥାରେ କଳହ ସୃଷ୍ଟି ହୋଇ ପାରିବାରିକ ସମ୍ପର୍କ ଖରାପ ହୋଇପାରେ। କର୍ମକ୍ଷେତ୍ରରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ଅଫିସରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସି ପହଞ୍ଚିପାରନ୍ତି।
କର୍କଟ
କର୍କଟ
ଆଶା କରିଥିବା ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ । ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ, ଯାହାକି ଆପଣଙ୍କ କାମକୁ ଆସିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଆନୁଷ୍ଠାନିକ କିମ୍ବା ନିର୍ମାଣ କ୍ଷେତ୍ରରେ ସମସ୍ୟା ବୃଦ୍ଧି ପାଇବା ହେତୁ ବ୍ୟସ୍ତତା ବଢିଯିବ।
ସି˚ହ
ସି˚ହ
ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ ସ୍ଥଗିତ କାମକୁ ସମ୍ପନ୍ନ କରିପାରିବେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ଉଚ୍ଚବର୍ଗ କିମ୍ବା ଗୁରୁଜନମାନଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
କନ୍ୟା
କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ପରିବାରର ବିଭିନ୍ନ ପ୍ରକାରର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ। ପରିବାରରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ମାଦକ ଦ୍ରବ୍ୟ ସେବନରୁ ବକ୍ଷ ବେଦନା ସୃଷ୍ଟି ହେବାର ସୂଚନା ରହିଛି ।
ତୁଳା
ତୁଳା
ହିତୈଷୀମାନଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ। ପାରଷ୍ପରିକ ବୁଝାମଣା ହେତୁ ପରିବାରରେ ପୁନର୍ବାର ଶାନ୍ତି ଫେରି ଆସିବ। କିନ୍ତୁ ବିଶାଖା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କର୍ମକ୍ଷେତ୍ର ଉତ୍ସାହପ୍ରଦ ହେବ ନାହିଁ। ଯାତ୍ରା ସମୟରେ ସତର୍କ ନ ରହିଲେ କ୍ଷତିରେ ପଡ଼ିବେ।
ବିଛା
ବିଛା
ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଅଫିସରେ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହେବ। ସାଧାରଣ କଥାରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବା ଠିକ୍‌ ହେବନି। ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ଧନୁ
ଧନୁ
ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସମସ୍ୟାର କାରଣ ହେବେ। ସାହିତ୍ୟ,କଳା ଓ ରଚନାତ୍ମକ କାମରେ ପ୍ରଶଂସା ପାଇବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପୂର୍ବାଷାଢ଼ା ନକ୍ଷତ୍ରର ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅଶ୍ୱସ୍ତି ଅନୁଭବ କରିବେ।
ମକର
ମକର
ବାରମ୍ବାର ବିଭିନ୍ନ ପ୍ରକାରର ପ୍ରତିରୋଧର ସାମନା କରି କର୍ମକ୍ଷେତ୍ରରେ କାମ ହାସଲ କରିବେ। ଅବଶ୍ୟ ସହକର୍ମୀ ଓ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ ଅଯଥା ବିନା କାରଣରେ ଗରଗର ହୋଇପାରନ୍ତି। ନୂତନ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ।
କୁମ୍ଭ
କୁମ୍ଭ
ଆପଣଙ୍କ ପ୍ରଭାବଶାଳୀ ବକ୍ତବ୍ୟ ଜନମାନସକୁ ପ୍ରଭାବିତ କରିବାରେ ସମର୍ଥ ହେବ। ଫଳରେ ଅସମ୍ଭବ କାମକୁ ସମ୍ଭବ କରିବାରେ ସମର୍ଥ ହେବେ। ମାତ୍ର ନିଜ ଲୋକଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ। ପରିବାରରେ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ ।
ମୀନମୀନ
ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ପରିବାରର କେତେକ ଅକୁହା କଥା ଓ ଗୁଡ଼ାଏ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଦିନଟିରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ। ନିଜର ଲୋକମାନେ ଈର୍ଷାପରାୟଣ ହୋଇ ସମସ୍ୟା ବୃଦ୍ଧି କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri