Posted inRasifala

ରାଶିଫଳ: ଗୁରୁବାର, ମେ ୨୦ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ରର ପରିବାରରେ ବନ୍ଧୁଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ଜଣେ ବନ୍ଧୁଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ରକରି କର୍ମକ୍ଷେତ୍ରରେ ଝଗଡ଼ା ଲାଗିପାରେ। ଅପୂରଣୀୟ ଆଶା ଯୋଗୁ ସନ୍ତାନଙ୍କ ଅଶାନ୍ତ ମନଦେଖି ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।
ବୃଷ
ବୃଷ
ଆଜି ହଠାତ୍‌ ଏକାଧିକ ବ୍ୟକ୍ତିଙ୍କ ବିରୁଦ୍ଧାତ୍ମକ ସ୍ବର କର୍ମ କ୍ଷେତ୍ରକୁ ସମସ୍ୟାବହୁଳ କରିଦେଇପାରେ। ଅର୍ଥନୈତିକ କାର୍ଯ୍ୟକ୍ରମ, ଆଲୋଚନାଚକ୍ର, ସଭାସମିତିରେ ସଫଳତା ପାଇବେ। ପରିବାରରେ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖାଦେଇପାରେ। ବିବାଦୀୟ ପରିସ୍ଥିତି, ମାଲିମକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ।
ମିଥୁନ
ମିଥୁନ
ବିଭିନ୍ନ ଦିଗରୁ ସମର୍ଥନ ପାଇଲେ ମଧ୍ୟ ଆଜିର କାମଗୁଡ଼ିକ ସକାଶେ ହନ୍ତସନ୍ତ ହେବାକୁ ପଡ଼ିବ। ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ ସକାଶେ ବହୁତ ଅର୍ଥବ୍ୟୟର ସମ୍ଭାବନା ରହିଛି। ପରିବାର ଭିତରେ ସମ୍ପର୍କହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ଓ ସନ୍ତାନ ହେତୁକ ଗୌରବ ବୃଦ୍ଧି ମାନସିକ ଶାନ୍ତିର କାରଣ ହୋଇପାରେ। ଆନୁଷ୍ଠାନିକ କାମ ସକାଶେ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ପରିବହନ, ଯାନବାହନ ଓ ପ୍ରଶାସନିକ କ୍ଷେତ୍ରରେ ବ୍ୟତିକ୍ରମ ମଧ୍ୟରେ ହିଁ କାର୍ଯ୍ୟ ସାଧିତ ହେବ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ ।
ସି˚ହ
ସି˚ହ
ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସାଙ୍ଗକୁ ବୈଷୟିକ ସୁଖ, ସମୃଦ୍ଧି ଯୋଗୁ ଖୁସି ରହିବେ। ଆଇନ ଓ ଆଧ୍ୟାତ୍ମିକତା, ଗଣତନ୍ତ୍ର, ସଂଗଠନ, ଧାର୍ମିକ କାର୍ଯ୍ୟ ଓ ସତ୍‌ସଙ୍ଗ କ୍ଷେତ୍ର ବହୁତ ଭଲ ରହିବ। ଗବେଷଣା, ଲେଖାପଢ଼ା, ସାହିତ୍ୟ, କଳା, କ୍ରୀଡ଼ା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଲାଗି ରହିଥିବା ଶତ୍ରୁତା, ଅଶାନ୍ତି ଓ ଋଣଭାର ହ୍ରାସ ପାଇବ।
କନ୍ୟା
ଆଜି ଦିନଟିରେ ଜମିଜମା, ଗୃହସୀମା, ନିର୍ମାଣ, କୋର୍ଟକଚେରି ମାମଲା ସଂକଟଜନକ ସ୍ଥିତି ଉପତ୍ନ କରିବ। ବନ୍ଧୁମାନଙ୍କ ବିବାଦୀୟ ନିଷ୍ପତ୍ତି ହେତୁ କୌଣସି କଥାର ମୀମାଂସା ହୋଇପାରିବ ନାହିଁ। କର୍ମକ୍ଷେତ୍ରରେ ଆବଶ୍ୟକ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ତୁଳା
ତୁଳା
ବିବାଦୀୟ ଚିନ୍ତାଧାରା କାମକୁ ବିଶୃଙ୍ଖଳିତ କରିବା ଆଶଙ୍କା ରହିଛି। ସମ୍ପର୍କୀୟମାନେ ପୁରାତନ କଥାକୁ କେନ୍ଦ୍ରକରି ଅଧୁନା ଅସହଯୋଗ କରିବାର ସୂଚନା ରହିଛି। ସଭାସମିତି, ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ସୁଫଳ ପାଇବେ। ପାରିବାରିକ, ଅର୍ଥସମ୍ପର୍କ ଦିଗଟି କେତେକାଂଶରେ ଭଲ ରହିବ।
ବିଛା
ବିଛା
ଆପଣଙ୍କ ବୈଷୟିକ ସୁଖ, ସମୃଦ୍ଧି ସାଙ୍ଗକୁ ଅର୍ଥନୈତିକ ଅଭିବୃଦ୍ଧି ଜୀବନଶୈଳୀକୁ ଉନ୍ନତ କରାଇବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଗତ ଦିନର କୌଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢ଼ିପାରେ। ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି, ମୂଲ୍ୟବାନ ଜିନିଷର କିଣା ବିକା କ୍ଷେତ୍ରରେ ସୁଫଳ ପାଇବେ।
ଧନୁ
ଧନୁ
ଆପଣଙ୍କ ନୀରବତା ହେତୁ ଆତ୍ମୀୟସ୍ବଜନମାନଙ୍କ ମନରେ ବୃଥା ସନ୍ଦେହ ସୃଷ୍ଟି କରିପାରେ। ପାରିବାରିକ କ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ଅର୍ଥ ଓ ସମ୍ମାନ ମିଳିବ, ବ୍ୟବସାୟିକ ଉନ୍ନତି କରିବେ।
ମକର
ମକର
ପ୍ରତ୍ୟେକ ପରିସ୍ଥିତିକୁ ସହନଶୀଳତାର ସହ ସାମ୍ନା କରିବାର ଧୈର୍ଯ୍ୟ ହାସଲ କରିବେ। ଅର୍ଥ ସଙ୍କଟ ଦୂର ହେବା ସାଙ୍ଗକୁ ଟେକ୍‌ନିକାଲ୍‌ କାମରେ ବିଶେଷ ସୁବିଧା ପ୍ରାପ୍ତ ହେବ। ନିକଟ ସମ୍ପର୍କୀୟଙ୍କୁ ଭଲ ପାଇବାକୁ କେନ୍ଦ୍ରକରି ସମସ୍ୟା ଦେଖାଦେବ। ପୂର୍ବ ରାଗକୁ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡି ନ ପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ ଏବଂ ବୈଷୟିକ ଉନ୍ନତି ମଧ୍ୟ କରିବେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତମାନର ଫଳ ମିଳିବ। କୌଶଳ ଅବଲମ୍ବନ କରି ହାସଲ କରିବାକୁ ଥିବା କାମଟି ବନ୍ଧୁଙ୍କ ଦ୍ୱାରା କରାଇନେବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରିବସିଲେ ସମସ୍ୟା ବଢ଼ିଯାଇପାରେ।
ମୀନମୀନ
ପରିସ୍ଥିତି ଅନୁଯାୟୀ କେତେକ ସମସ୍ୟା ଆସିଲେ ମଧ୍ୟ କାର୍ଯ୍ୟ ଅଟକିବ ନାହିଁ। ନିର୍ଦ୍ଦିଷ୍ଟ ସମୟରେ ଚାହୁଁଥିବା ଜିନିଷ ପାଇ ନ ପାରନ୍ତି କିନ୍ତୁ ପ୍ରାପ୍ତି ନିଶ୍ଚିତ ଅଟେ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଆଲୋଚନା ମାଧ୍ୟମରେ ପାରିବାରିକ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri