Posted inRasifala

ରାଶିଫଳ: ଶନିବାର, ମେ ୨୦ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ଗହଳଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ଜଣେ ବନ୍ଧୁଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ଲ-ନାମାକ୍ଷର ବ୍ୟକ୍ତିଙ୍କ ସନ୍ତାନଙ୍କ ଅଶାନ୍ତ ମନଦେଖି ନିଜେ ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।
ବୃଷ
ବୃଷ
ଏକାଧିକ ବ୍ୟକ୍ତିଙ୍କ ବିରୁଦ୍ଧାତ୍ମକ ସ୍ବର କର୍ମକ୍ଷେତ୍ରକୁ ସମସ୍ୟାବହୁଳ କରିବ। ପୂର୍ବ ଯୋଜନା ଭଣ୍ଡୁର ହେବା ଆଶଙ୍କାରେ ମନ ଅସ୍ଥିର ରହିବ। ଅର୍ଥନୈତିକ କାର୍ଯ୍ୟକ୍ରମ, ଆଲୋଚନା, ସଭାସମିତି, ଆମଦାନୀ କ୍ଷେତ୍ରରେ ସଫଳତା ପାଇବେ। ବ-ନାମାକ୍ଷର ବ୍ୟକ୍ତିଙ୍କ ପରିବାରରେ ମାଙ୍ଗଳିକ କାମ ତପ୍ତରତା ଦେଖାଦେଇପାରେ।
ମିଥୁନ
ମିଥୁନ
ବିଭିନ୍ନ ଦିଗରୁ ସାହାଯ୍ୟ ପାଇଲେ ମଧ୍ୟ ଆଜିର କାମ ସକାଶେ ହନ୍ତସନ୍ତ ହେବାକୁ ପଡ଼ିବ। ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ ସକାଶେ ଅର୍ଥବ୍ୟୟ ସମ୍ଭାବନା ରହିଛି। ଘ-ନାମାକ୍ଷର ବ୍ୟକ୍ତିଙ୍କ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ
କର୍କଟ
ଆଜି ଦିନଟିରେ କାର୍ଯ୍ୟସିଦ୍ଧି, ଅର୍ଥଲାଭ, କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ଓ ସନ୍ତାନହେତୁକ ଗୌରବ ବୃଦ୍ଧିର ପ୍ରତୀକ ହେବ। ପାରିବାରିକ କ୍ଷେତ୍ର, ଲୋକ ସମ୍ପର୍କ, ଆନୁଷ୍ଠାନିକ କାମ ସକାଶେ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ହ-ନାମାକ୍ଷର ବ୍ୟକ୍ତିଙ୍କ ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ।
ସି˚ହ
ସି˚ହ
ଆଜି ଆରୋଗ୍ୟତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ଉଚ୍ଚ ପଦପଦବୀ ପ୍ରାପ୍ତି ଓ ବୈଷୟିକ ସୁଖ, ସମୃଦ୍ଧି ଦିଗରେ ଅନୁକୂଳତା ସୃଷ୍ଟି ହେବ। ଆଇନ, ରାଜନୀତି, ଅଦାଲତ, ସଙ୍ଗଠନ, ଧାର୍ମିକ କାର୍ଯ୍ୟ ଓ ସତ୍‌ସଙ୍ଗ କ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ମ-ନାମାକ୍ଷର ବ୍ୟକ୍ତିଙ୍କ ସାହିତ୍ୟ,କଳା, କ୍ରୀଡ଼ା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ଆଜି ପୂ-ନାମାକ୍ଷର ବ୍ୟକ୍ତିମାନେ ଧର୍ମକାର୍ଯ୍ୟରେ ଅର୍ଥବ୍ୟୟ କରିବେ। ଜମିଜମା, ଗୃହସୀମା, ନିର୍ମାଣ, କୋର୍ଟକଚେରି କ୍ଷେତ୍ରରେ ସଂକଟଜନକ ସ୍ଥିତି ସୃଷ୍ଟି ହେବ। ବନ୍ଧୁଙ୍କ ପ୍ରତ୍ୟକ୍ଷ ଓ ପରୋକ୍ଷ ମନ୍ତବ୍ୟ ଏକ ପ୍ରକାରର ନ ହେବା କାରଣରୁ କୌଣସି କଥାର ମୀମାଂସା ହୋଇପାରିବ ନାହିଁ।
ତୁଳା
ତୁଳା
ତ-ନାମାକ୍ଷର ବ୍ୟକ୍ତିଙ୍କ ବିକ୍ଷିପ୍ତ ଓ ବିବାଦୀୟ ଚିନ୍ତାଧାରା ସୃଷ୍ଟିକରି କାମକୁ ବିଶୃଙ୍ଖଳିତ କରିବା ଆଶଙ୍କା ରହିଛି। ସମ୍ପର୍କୀୟମାନେ ପୁରାତନ କଥାକୁ କେନ୍ଦ୍ରକରି ଅଧୁନାଂ ଅସହଯୋଗ କରିପାରନ୍ତି। ସଭାସମିତି, ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
ଆଜି ବୈଷୟିକ ସୁଖ, ସମୃଦ୍ଧି ସାଙ୍ଗକୁ ଅର୍ଥନୈତିକ ଅଭିବୃଦ୍ଧି ଓ ସାମାଜିକ କ୍ଷେତ୍ରରୁ ସମ୍ମାନ ଲାଭ କରିବେ। ନ-ନାମାକ୍ଷର ବ୍ୟକ୍ତି ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ବିଗତ ଦିନର କୌଣସି ଘଟଣା ସକାଶେ ଟେନ୍‌ସନ ବଢ଼ିପାରେ। ମାଲିମକଦ୍ଦମା, ଜମିଜମା କ୍ଷେତ୍ରରେ ସୁଫଳ ପାଇବେ।
ଧନୁ
ଧନୁ
ଆତ୍ମୀୟସ୍ବଜନଙ୍କ ନିକଟରୁ ସହାନୁଭୂତି ମଧ୍ୟ ପାଇବେ ନାହିଁ। ପାରିବାରିକ କ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ଭୂ-ନାମାକ୍ଷର ବ୍ୟକ୍ତି ଅର୍ଥ ଓ ସମ୍ମାନ ମିଳିବ, ବ୍ୟବସାୟିକ ଉନ୍ନତି କରିବେ।
ମକର
ମକର
ପ୍ରତ୍ୟେକ ପରିସ୍ଥିତିକୁ ସହନଶୀଳତାର ସହ ସାମ୍‌ନା କରିବାର ଧୈର୍ଯ୍ୟ ହାସଲ କରିବେ। ଅର୍ଥ ସଂକଟ ଦୂର ହେବା ସାଙ୍ଗକୁ ଟେକେନିକାଲ୍‌ କାମରେ ସୁବିଧା ପ୍ରାପ୍ତ ହେବ। ନିକଟ ସମ୍ପର୍କୀୟଙ୍କୁ ଭଲ ପାଇବାକୁ କେନ୍ଦ୍ରକରି ସମସ୍ୟା ଦେଖାଦେବ। ଧନିଷ୍ଠା ନକ୍ଷତ୍ର ପୂର୍ବ ରାଗକୁ ଶୁଝାଇବାକୁ ଯାଇ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ରର ଏକ ଭିନ୍ନ ପରିବେଶରେ ମନୋରଞ୍ଜନ କାମ ପ୍ରତି ରୁଚି ବଳିବ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତ ଫଳ ପାଇବେ। କୌଶଳ ଅବଲମ୍ବନ କରି ହାସଲ କରିବାକୁ ଥିବା କାମଟି ବନ୍ଧୁଙ୍କ ଦ୍ୱାରା କରାଇନେବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହାକି ସମସ୍ୟା ବୃଦ୍ଧି କରିବ।
ମୀନମୀନ
ଆଜି ରେବତୀ ନକ୍ଷତ୍ର ନିର୍ଦ୍ଦିଷ୍ଟ ସମୟରେ ଚାହୁଁଥିବା ଜିନିଷ ପାଇ ନ ପାରନ୍ତି। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିବେ। ଆଲୋଚନା ମାଧ୍ୟମରେ ପାରିବାରିକ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। କୌଣସି…

ରାଶିଫଳ: ବୁଧବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହିତ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ କିନ୍ତୁ ଦରକାର ସମୟରେ ପାଖରେ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri