Posted inRasifala

ରାଶିଫଳ: ସୋମବାର, ମେ ୨୦ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଅନ୍ୟମନସ୍କତା ଯୋଗୁ କେତେକ ବ୍ୟତିକ୍ରମ ଆଶଙ୍କା ରହିଛି। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଅଭାବକୁ ପୂରଣ କରିବା ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଅପରିଚିତ ବ୍ୟକ୍ତି ଜଣକ ସକାଶେ କିମ୍ବା ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ।
ବୃଷ
ବୃଷ
ଅନ୍ୟମାନଙ୍କ ଭୁଲ ସକାଶେ ନିଜକୁ ଦାୟୀ ହେବାକୁ ପଡ଼ିପାରେ, କିନ୍ତୁ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କୃତିକା ନକ୍ଷତ୍ର ଅଭାବ ପୂରଣ ଦିଗରେ ସହକର୍ମୀଙ୍କୁ ଅନୁରୋଧ କରିପାରନ୍ତି। ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆଲୋଚନା ଅବକାଶରେ ବନ୍ଧୁମାନଙ୍କ ଗହଣରେ ଅପ୍ରିୟ ସତ୍ୟ କହି ସମାଲୋଚିତ ହେବେ।
ମିଥୁନ
ମିଥୁନ
ଆଜି ଦିନର ପ୍ରଥମାର୍ଦ୍ଧଟି ଭଲରେ କଟିବା ବେଳେ ଦ୍ୱିତୀୟାର୍ଦ୍ଧରେ ସମସ୍ୟା ଆସିବ। ପଡ଼ୋଶୀ ସହଯୋଗର ହାତ ବଢ଼ାଇବେ। ପୁରାତନ ରୋଗ ପୀଡ଼ା ବୃଦ୍ଧି ପାଇପାରେ। ପୁନର୍ବସୁ ନକ୍ଷତ୍ର କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। କରଜ, ଭଡ଼ାସୂତ୍ରରୁ କିମ୍ବା ବନ୍ଧୁଙ୍କ ନିକଟରେ ରହିଥିବା ବକେୟା ଟଙ୍କା ପାଇପାରନ୍ତି।
କର୍କଟ
କର୍କଟ
ସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରିବ। ଅଶ୍ଳେଷା ନକ୍ଷତ୍ର ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଶିଳ୍ପ, ବ୍ୟବସାୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବାକୁ ପଡ଼ିପାରେ।
ସି˚ହ
ସି˚ହ
ପରିସ୍ଥିିତିର ବିଷମତାକୁ ନେଇ ନକାରାମତ୍କ ଚିନ୍ତାଧାରା ସୃଷ୍ଟିହେବ। ସ୍ବାର୍ଥହାନି ଆଶଙ୍କାରେ ଆମତ୍ୀୟସ୍ବଜନ ଦୂରେଇ ଗଲେ ମଧ୍ୟ ନୂତନବନ୍ଧୁ ଓ ସହଯୋଗ କିଛି କମିବନାହିଁ। ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ସାହିତ୍ୟଚର୍ଚ୍ଚା, ସଭାସମିତି, ସାମ୍ବାଦିକତା ଦିଗରୁ ସଫଳତା ମିଳିବ।
କନ୍ୟା
କୌଣସି ବ୍ୟକ୍ତି ଫୁସୁଲାଫୁସୁଲି କରି ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିପାରନ୍ତି। ଆଲୋଚନା କିମ୍ବା ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ। ଚିତ୍ରା ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ତୁଳା
ତୁଳା
ଗତକାଲିର ଅସମ୍ପୂର୍ଣ୍ଣ ଘରକାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲାଭଳି କାମ କରିବେ। ଅନ୍ୟର ଅସୁବିଧା ଦୂର କରିବା ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। ସ୍ବାତୀ ନକ୍ଷତ୍ରର ପ୍ରକାଶନ, ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
ଆଜି ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଜ୍ୟେଷ୍ଠା ନକ୍ଷତ୍ରର କାମଗୁଡ଼ିକ ସୁବିଧାରେ ନ ହେବା କାରଣରୁ ମାନସିକ ବ୍ୟଥା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଚାତୁର୍ଯ୍ୟତା ବଳରେ କିମ୍ବା କୁଟନୀତି ପ୍ରୟୋଗ କରି ଅସାଧ୍ୟ ସାଧନ କରିବେ।
ଧନୁ
ଧନୁ
ପାରିବାରିକ ଜୀବନରେ ବୁଝାମଣାର ଅଭାବ ଅଶାନ୍ତିର କାରଣ ହେବ। ମୂଳା ନକ୍ଷତ୍ର ସକାଶେ ଅବକାରୀ ବେପାରରେ ସମସ୍ୟା ଆଶଙ୍କା ଅଛି। ଖର୍ଚ୍ଚ ପରିମାଣ ବୃଦ୍ଧିପାଇଲେ ମଧ୍ୟ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ନ୍ୟାୟୋଚିତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ମକର
ମକର
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଶ୍ରବଣା ନକ୍ଷତ୍ରର ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ରାଜନୈତିକ କିମ୍ବା ସାଂସ୍କୃତିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଶତଭିଷା ନକ୍ଷତ୍ରର ବ୍ୟବସାୟ କିମ୍ବା ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ

ଆଜି ଉତ୍ତରଭାଦ୍ରବ ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ପିଠି ଥାପୁଡ଼େଇ କାମ ହାସଲ କରିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ,ଏଣୁ ସତର୍କତା ଅବଲମ୍ବନ କରିବା ଭଲ। ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri