Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ
ପରିବାରରେ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ଏଣେ ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ସାୟାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶାନୁସାରେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପଡ଼ିବେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବର ପାଇବେ। ନିର୍ମାଣ, ପ୍ରକାଶନ,କଚେରି ମାମଲାରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ବିବାଦୀୟ ଘଟଣା, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହୋଇଯିବ।
ମିଥୁନ
ମିଥୁନ
ବହୁ ଦିନରୁ ଚେଷ୍ଟା କରୁଥିବା କୌଣସି ନୂତନ କାର୍ଯ୍ୟରେ ଯୋଗଦେବା ପାଇଁ ପ୍ରସ୍ତୁତ ହେବେ। ଆକସ୍ମିକଭାବରେ ଉପଗତ ହୋଇଥିବା ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ। ଯାନ ବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅସୁବିଧା ଭୋଗିବେ ଏବଂ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହେବେ। ଗୃହ, ଯାନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ସହଯୋଗ ଅଭାବରୁ ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି ଓ ବ୍ୟବସାୟରେ ଲାଭବାନ ହେବେ।
ସି˚ହ
ସି˚ହ
ଆଜି ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଉଚ୍ଚବର୍ଗଙ୍କ ମାଧ୍ୟମରେ ସାହିତ୍ୟ, କଳା ଓ ରଚନାମତ୍କ କାମରେ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା ରୋଗପୀଡ଼ା ଅନୁଭବ କରିପାରନ୍ତି। କୌଣସି ସାଂଗଠନିକ କାମ ଏବଂ ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ।
କନ୍ୟା
ସ୍ବାର୍ଥ ହାସଲ ଲାଗି ମିତ୍ରମାନେ ପରୋକ୍ଷ ଶତ୍ରୁତା କରିପାରନ୍ତି। ଅଭାବବୋଧ ସମୟରେ ବନ୍ଧୁମାନେ ସହଯୋଗ କରିବେ ଏବଂ ଟେନ୍‌ସନ୍‌ ମଧ୍ୟ ଦୂର ହୋଇଯିବ। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ। କର୍ମକ୍ଷେତ୍ରରେ ଚାପର ବଶବର୍ତ୍ତୀ ହୋଇ ଆଜି ବହୁତ କାମ କରି କ୍ଲାନ୍ତ ଅନୁଭବ କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଅଫିସରେ ସନ୍ଦେହ ଏବଂ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟ, ପରିବହନ, ପ୍ଲଟିଙ୍ଗ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ।
ବିଛା
ବିଛା
ଆଜି ସାଧାରଣ କଥାକୁ କେନ୍ଦ୍ରକରି ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଅଫିସ୍‌ରୁ ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣି ପାରନ୍ତି। ବନ୍ଧୁ୍‌ମାନଙ୍କଠାରୁ ମିଥ୍ୟା ଗୁଜବ ଶୁଣି ବିସ୍ମୟ ପ୍ରକାଶ କରିବେ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତି, ଆଲୋଚନା କ୍ଷେତ୍ରରେ ଆଶା ପୂରଣ ହେବ।
ଧନୁ
ଧନୁ
ବିବାଦୀୟ ପରିସ୍ଥିତିରେ ନିଜଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କ ପକ୍ଷ ସମର୍ଥନ କରିବେ। କର୍ମକ୍ଷେତ୍ରରେ ଦିନରୁ ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବହୁତ ଯୁକ୍ତିତର୍କ ପରେ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ବାଣିଜ୍ୟ, ବ୍ୟବସାୟରେ ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଯାହା ଚିନ୍ତା କରୁଛନ୍ତି ତାହା ସହଜରେ ସମ୍ପନ୍ନ ହେବ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ପରିବହନ ପାଇଁ ଦିନଟି ବହୁତ ବଢ଼ିଆ, ତଥାପି ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ ଅଫିସର କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ
ପାରିବାରିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନ ଖୁସୀ ହୋଇଯିବ। ସମସ୍ୟା ବଢ଼ିବା କାରଣରୁ ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ। ବହୁତ ଖଟଣୀ ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ତୃତୀୟଭାବରେ ତିନୋଟି ଗ୍ରହଙ୍କ ସଂଯୋଗ କାରଣରୁ ବନ୍ଧୁମିଳନ,ଧାର୍ମିକ କାର୍ଯ୍ୟ ଏବଂ ଭ୍ରମଣସୌଖ୍ୟ ଲାଭ କରିବେ। ପାରିବାରିକ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା…

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri