Posted inRasifala

ରାଶିଫଳ: ରବିବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ
ଆଜି ଘରର କୌଣସି ସମସ୍ୟା, ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କ ଧାର କରଜକୁ କେନ୍ଦ୍ରକରି ମତାନୈକ୍ୟ ଘଟିପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବାରୁ ଅଶାନ୍ତି ରହିବେ। ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ବାରମ୍ବାର ଚେଷ୍ଟା କରି ମଧ୍ୟ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବ। ମାନସିକ ଅସ୍ଥିରତା କାରଣରୁ ଦ୍ୱନ୍ଦ୍ୱରେ ପଡ଼ି କିଛି କରିପାରିବେ ନାହିଁ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧାଜନିତ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି କୌଣସି କାମ ମଧ୍ୟ ଶୃଙ୍ଖଳାର ସହ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ। ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ଉପରିସ୍ଥଙ୍କ ସହିତ ଯୁକ୍ତିତର୍କ ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଦୂର ସ୍ଥାନରୁ ସୁଖବର ପାଇବେ।
ସି˚ହ
ସି˚ହ
ତରବରିଆ ଯାତ୍ରାରୁ ଦୂରେଇ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ଅଧ୍ୟୟନ ଓ ଅଧ୍ୟାପନା, ଆଲୋଚନା, ସଭାସମିତି ତଥା ସାଂସ୍କୃତିକ କ୍ଷେତ୍ରରେ ଉନ୍ନତି କରିବେ। ପ୍ରଶାସନ, ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ସାଧାରଣ ଆଶ୍ୱସ୍ତି ମିଳିବ।
କନ୍ୟା
ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିିକର ସମୀକ୍ଷା କରି ଖୁସି ହେବେ। ପିଲା ମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅନିଦ୍ରା ହେତୁକ ଜ୍ୱର ଓ ଦୁର୍ବଳତା ଦେଖାଦେଇପାରେ। ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ଭୋଗ ବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଦ୍ୱାରା ବାଧାବିଘ୍ନ ଘଟିପାରେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଅବଶ୍ୟ ଲାଭବାନ୍‌ ହେବେ। କଚେରି ମାମଲା ସକାଶେ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ପ୍ରିୟବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ରହିପାରନ୍ତି ।
ବିଛା
ବିଛା
ଆଜି କାର୍ଯ୍ୟଦକ୍ଷତା ହେତୁ ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବେ। ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡ଼ିବ। ସାମାଜିକ ସ୍ତରରେ ଲୋକ ସମ୍ପର୍କ ବଢ଼ାଇବା ସକାଶେ ନୂତନ ପଦେକ୍ଷପ ନେଇପାରନ୍ତି।
ଧନୁ
ଧନୁ
ପାରିବାରିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀ ମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷା କରିଥିବା ଶୁଭ ଖବରଟି ଆକସ୍ମିକ ଭାବରେ ପାଇ ଉଲ୍ଲସିତ ହେବେ। ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମକର
ମକର
ନିଜର ଶ୍ରମ ଓ ସମୟ ବିନିଯୋଗ କରି ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ, କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ। ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ।
ମୀନମୀନ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କିନ୍ତୁ ଆର୍ଥିକ ସ୍ଥିତି, ଜମିଜମା କାରବାର, ନିର୍ମାଣାଧୀନ କାମ ପ୍ରଭୃତିରୁ ଶୁଭଫଳ ପାଇବେ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri