Posted inRasifala

ରାଶିଫଳ: ରବିବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ
ଆଜି ଘରର କୌଣସି ସମସ୍ୟା, ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କ ଧାର କରଜକୁ କେନ୍ଦ୍ରକରି ମତାନୈକ୍ୟ ଘଟିପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବାରୁ ଅଶାନ୍ତି ରହିବେ। ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ବାରମ୍ବାର ଚେଷ୍ଟା କରି ମଧ୍ୟ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବ। ମାନସିକ ଅସ୍ଥିରତା କାରଣରୁ ଦ୍ୱନ୍ଦ୍ୱରେ ପଡ଼ି କିଛି କରିପାରିବେ ନାହିଁ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧାଜନିତ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି କୌଣସି କାମ ମଧ୍ୟ ଶୃଙ୍ଖଳାର ସହ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ। ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ଉପରିସ୍ଥଙ୍କ ସହିତ ଯୁକ୍ତିତର୍କ ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଦୂର ସ୍ଥାନରୁ ସୁଖବର ପାଇବେ।
ସି˚ହ
ସି˚ହ
ତରବରିଆ ଯାତ୍ରାରୁ ଦୂରେଇ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ଅଧ୍ୟୟନ ଓ ଅଧ୍ୟାପନା, ଆଲୋଚନା, ସଭାସମିତି ତଥା ସାଂସ୍କୃତିକ କ୍ଷେତ୍ରରେ ଉନ୍ନତି କରିବେ। ପ୍ରଶାସନ, ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ସାଧାରଣ ଆଶ୍ୱସ୍ତି ମିଳିବ।
କନ୍ୟା
ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିିକର ସମୀକ୍ଷା କରି ଖୁସି ହେବେ। ପିଲା ମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅନିଦ୍ରା ହେତୁକ ଜ୍ୱର ଓ ଦୁର୍ବଳତା ଦେଖାଦେଇପାରେ। ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ଭୋଗ ବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଦ୍ୱାରା ବାଧାବିଘ୍ନ ଘଟିପାରେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଅବଶ୍ୟ ଲାଭବାନ୍‌ ହେବେ। କଚେରି ମାମଲା ସକାଶେ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ପ୍ରିୟବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ରହିପାରନ୍ତି ।
ବିଛା
ବିଛା
ଆଜି କାର୍ଯ୍ୟଦକ୍ଷତା ହେତୁ ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବେ। ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡ଼ିବ। ସାମାଜିକ ସ୍ତରରେ ଲୋକ ସମ୍ପର୍କ ବଢ଼ାଇବା ସକାଶେ ନୂତନ ପଦେକ୍ଷପ ନେଇପାରନ୍ତି।
ଧନୁ
ଧନୁ
ପାରିବାରିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀ ମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷା କରିଥିବା ଶୁଭ ଖବରଟି ଆକସ୍ମିକ ଭାବରେ ପାଇ ଉଲ୍ଲସିତ ହେବେ। ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମକର
ମକର
ନିଜର ଶ୍ରମ ଓ ସମୟ ବିନିଯୋଗ କରି ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ, କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ। ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ।
ମୀନମୀନ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କିନ୍ତୁ ଆର୍ଥିକ ସ୍ଥିତି, ଜମିଜମା କାରବାର, ନିର୍ମାଣାଧୀନ କାମ ପ୍ରଭୃତିରୁ ଶୁଭଫଳ ପାଇବେ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri