Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
ଆଜି ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ସହ ବିବାଦର ସମାଧାନ ମଧ୍ୟ ହେବ। କାମ ହାସଲ ସକାଶେ ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ। ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନଜନିତ ସମୟ କଟାଇବେ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ଦେଖାଦେଇପାରେ।
ବୃଷ
ବୃଷ
ଅଟକି ରହିଥିବା କାମ ତ୍ୱରାନ୍ବିତ ସକାଶେ ଚେଷ୍ଟିତ ହେବେ। ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ଏବଂ ଏ ଦିଗରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି। ଜମିଜମା, କଚେରି ମାମଲା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ।
ମିଥୁନ
ମିଥୁନ
ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ ଓ ସମ୍ମାନ ସଙ୍ଗକୁ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ପରିବାରର ଆବଶ୍ୟକତାକୁ ନେଇ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅଫିସ୍‌ କାମରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ଅଫିସ୍‌ କାମରେ ନିଜର କ୍ଷମତାର ଅପବ୍ୟବହାର ଜନିତ ବିରକ୍ତିକର କଥା କହି ଅପଦସ୍ଥ ହେବେ। ପରକଥାରେ ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଆକସ୍ମିକ ଆଗନ୍ତୁକ ନୂତନ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟା କଲେ ଉପକୃତ ହୋଇପାରନ୍ତି।
ସି˚ହ
ସି˚ହ
କଥା ଓ କାମରେ ମେଳ ନ ରହିବା କାରଣରୁ ଅବିଶ୍ୱାସର ପାତ୍ର ହୋଇପାରନ୍ତି। ପାରିବାରିକ ବ୍ୟୟର ମାତ୍ରା ବୃଦ୍ଧି ହେତୁ ଅବସାଦ ବୃଦ୍ଧି ପାଇବ। ଏକାଧିକ ବିଭିନ୍ନ ପ୍ରକାରର କାମରେ ଅନୁପ୍ରବେଶ କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ତଥାପି ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
କନ୍ୟା
ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ। ପରୋକ୍ଷ ଶତ୍ରୁତା, ଋଣ ଉଠାଣ, ଲଟେରି କାରବାରରେ ଅସୁବିଧାର ସମ୍ମୁଖୀନ ହେବେ। ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ଚେଷ୍ଟା କରି ସଫଳ ହେବେ । ବନ୍ଧୁଙ୍କ ସହ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ଆଧ୍ୟାତ୍ମିକ ପ୍ରବଚନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ ଓ ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ।
ବିଛା
ବିଛା
ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତିପର୍ବରେ ଲାଗିପାରନ୍ତି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହୋଇପାରେ। ରାଜନୈତିକ ସ୍ଥିତି, ଅର୍ଥନୈତିକ ପ୍ରଗତି ସଙ୍ଗକୁ ସାମାଜିକ ପ୍ରତିଷ୍ଠା ମଧ୍ୟ ବୃଦ୍ଧି ପାଇବ।
ଧନୁ
ଧନୁ
ନିଜ ଲୋକମାନଙ୍କ ଚକ୍ଷୁଶୂଳର କାରଣ ସ୍ବରୂପ ଶ୍ରଦ୍ଧା, ସମ୍ମାନ ଓ ଆଦରର ନୂ୍ୟନତା ଉପଲବ୍ଧି କରିବେ। କର୍ମକ୍ଷେତ୍ରରେ ଅସହଯୋଗଜନିତ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରିପାରିଲେ ଉପକୃତ ହେବେ। ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ ।
ମକର
ମକର
କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ଏଜେନ୍ସିପରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଘର ସାଜସଜ୍ଜାରେ, ନିର୍ମାଣରେ, ଆନୁଷ୍ଠାନିକ କାମରେ, ମେଳା ମହୋସତ୍ବ, ନୃତ୍ୟ ଓ ସଙ୍ଗୀତରେ ମଜି ରହିପାରନ୍ତି। ଆର୍ଥିକ ଦିଗଟି ଭଲ ରହିବ ଓ କୌଣସି ଜନ ହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ। କୌଣସି ବନ୍ଧୁଙ୍କ ସହ ଆଜିର ଆଲୋଚନା ନିଷ୍ଫଳ ହେବନାହିଁ।
ମୀନମୀନ
ଆପଣଙ୍କ ଲୋକପ୍ରିୟତା ଓ ପ୍ରତିଷ୍ଠା/ପ୍ରଶଂସା ଅନ୍ୟମାନଙ୍କର ଗାତ୍ରଦାହର କାରଣ ହୋଇପାରେ। ଖଳଲୋକଙ୍କ ଅନୁପ୍ରବେଶ କାରଣରୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ସୁଦ୍ଧା ସମାଲୋଚିତ ହେବେ। ଶିଳ୍ପ, ବାଣିଜ୍ୟ, ଆମଦାନୀ କାରବାର ଓ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri