Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
ଆଜି ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରି ଆତ୍ମତୃପ୍ତି ଲଭିବେ। ବିବାଦୀୟ ଘଟଣାର ସମାଧାନପୂର୍ବକ ଅବୁଝା ବନ୍ଧୁଙ୍କୁ ବୁଝାଇବାରେ ସମର୍ଥ ହୋଇପାରିବେ। ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନଜନିତ ସମୟ କଟାଇବେ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ଦେଖାଦେଇପାରେ।
ବୃଷ
ବୃଷ
ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ। ଆତ୍ମୀୟମାନଙ୍କ ସ୍ନେହ, ଶ୍ରଦ୍ଧା ଓ ସଦ୍ଦିଚ୍ଛା ଦାନରେ ସହାୟକ ହୋଇପାରନ୍ତି।
ମିଥୁନ
ମିଥୁନ
ଦୀର୍ଘଦିନରୁ ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବନ୍ଧୁଙ୍କ ସାନ୍ନିଧ୍ୟଲାଭ କରି ଖୁସି ରହିବେ। ପରିବାରର ଆବଶ୍ୟକତାକୁ ନେଇ ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅଫିସ କାମରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହେବେ। ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ଭାବପ୍ରବଣବଶତଃ କିମ୍ବା ନିଜର କ୍ଷମତାର ଅପବ୍ୟବହାର କରି ସମାଲୋଚିତ ହେବେ। ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି। ଆକସ୍ମିକ ଆଗନ୍ତୁକ ନୂତନ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟା କଲେ ଉପକୃତ ହୋଇପାରନ୍ତି।
ସି˚ହ
ସି˚ହ
ଆପଣଙ୍କ କଥା ଓ କାମରେ ମେଳ ନ ରିହବା କାରଣରୁ ଅବିଶ୍ୱାସର ପାତ୍ର ହୋଇପାରନ୍ତି। ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ରା ବଢ଼ିବା ହେତୁ ଅବସାଦ ବୃଦ୍ଧି ପାଇବ। ଏକାଧିକ କାମରେ ଅନୁପ୍ରବେଶ କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ତଥାପି ଅସମର୍ଥିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
କନ୍ୟା
ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ। ପରୋକ୍ଷ ଶତ୍ରୁତା, ଋଣ ଉଠାଣ, ଲଟେରି କାରବାରରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରି ସଫଳତା ପାଇବେ । ବନ୍ଧୁମାନଙ୍କ ସହ ହସ ଖୁସି ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ଆଧ୍ୟାତ୍ମିକ ପ୍ରବଚନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ନୂତନ ସ୍ଥାନ ପରିଦର୍ଶନଜନିତ ଅହେତୁକ କଳ୍ପନାରେ ମସ୍‌ଗୁଲ୍‌ ରହିବେ।
ବିଛା
ବିଛା
ପାରିପାର୍ଶ୍ୱିକ ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତିପର୍ବରେ ଲାଗିପାରନ୍ତି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହୋଇପାରେ। ରାଜନୈତିକ ସ୍ଥିତି, ଅର୍ଥନୈତିକ ପ୍ରଗତି ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ମଧ୍ୟ ବୃଦ୍ଧି ପାଇବ ।
ଧନୁ
ଧନୁ
ନିଜ ଲୋକମାନଙ୍କ ଶ୍ରଦ୍ଧା, ସମ୍ମାନ ଓ ଆଦରର ନୂ୍ୟନତା ଉପଲବ୍ଧି କରିବେ। କର୍ମକ୍ଷେତ୍ରରେ ଅସହଯୋଗ କାରଣଜନିତ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବିଶ୍ୱସନୀୟ ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବା ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ।
ମକର
ମକର
ଉଚ୍ଚପଦାଧିକାରୀଙ୍କ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ଏଜେନ୍ସିପରୁ ଖୁସି ରହିବେ। ବିବଦୀୟ ଘଟଣାରେ ମଧ୍ୟସ୍ଥତା କରି ବନ୍ଧୁଙ୍କୁ ବିପଦମୁକ୍ତ କରାଇପାରନ୍ତି ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ବନ୍ଧୁଗହଣରେ, ଆନୁଷ୍ଠାନିକ କାମରେ, ମେଳା ମହୋତ୍ସବରେ, ନୃତ୍ୟ ଓ ସଙ୍ଗୀତରେ ମଜିରହିପାରନ୍ତି। ଜନହିତକର କାମରେ ଅର୍ଥ ବିନିଯୋଗ କରି ଉଚ୍ଚପ୍ରଶଂସିତ ହେବେ । କୌଣସି ବନ୍ଧୁଙ୍କ ସହ ଆଜିର ଆଲୋଚନା ନିଷ୍ଫଳ ହେବନାହିଁ।
ମୀନମୀନ
ଆପଣଙ୍କ ଲୋକପ୍ରିୟତା ଅନ୍ୟମାନଙ୍କର ଗାତ୍ରଦାହର କାରଣ ହୋଇପାରେ। ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ବନ୍ଧୁ ଅସହଯୋଗ କରି ସମସ୍ୟାର କେନ୍ଦ୍ରବିନ୍ଦୁ ପାଲଟି ଯାଇପାରନ୍ତି । କେତେକ କ୍ଷେତ୍ରରେ ଯେତେ ଭଲ କାମ କଲେ ସୁଦ୍ଧା କର୍ମକ୍ଷେତ୍ରରେ ସମାଲୋଚିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri