Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
ଆଜି ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରି ଆତ୍ମତୃପ୍ତି ଲଭିବେ। ବିବାଦୀୟ ଘଟଣାର ସମାଧାନପୂର୍ବକ ଅବୁଝା ବନ୍ଧୁଙ୍କୁ ବୁଝାଇବାରେ ସମର୍ଥ ହୋଇପାରିବେ। ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନଜନିତ ସମୟ କଟାଇବେ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ଦେଖାଦେଇପାରେ।
ବୃଷ
ବୃଷ
ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ। ଆତ୍ମୀୟମାନଙ୍କ ସ୍ନେହ, ଶ୍ରଦ୍ଧା ଓ ସଦ୍ଦିଚ୍ଛା ଦାନରେ ସହାୟକ ହୋଇପାରନ୍ତି।
ମିଥୁନ
ମିଥୁନ
ଦୀର୍ଘଦିନରୁ ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବନ୍ଧୁଙ୍କ ସାନ୍ନିଧ୍ୟଲାଭ କରି ଖୁସି ରହିବେ। ପରିବାରର ଆବଶ୍ୟକତାକୁ ନେଇ ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅଫିସ କାମରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହେବେ। ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ଭାବପ୍ରବଣବଶତଃ କିମ୍ବା ନିଜର କ୍ଷମତାର ଅପବ୍ୟବହାର କରି ସମାଲୋଚିତ ହେବେ। ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି। ଆକସ୍ମିକ ଆଗନ୍ତୁକ ନୂତନ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟା କଲେ ଉପକୃତ ହୋଇପାରନ୍ତି।
ସି˚ହ
ସି˚ହ
ଆପଣଙ୍କ କଥା ଓ କାମରେ ମେଳ ନ ରିହବା କାରଣରୁ ଅବିଶ୍ୱାସର ପାତ୍ର ହୋଇପାରନ୍ତି। ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ରା ବଢ଼ିବା ହେତୁ ଅବସାଦ ବୃଦ୍ଧି ପାଇବ। ଏକାଧିକ କାମରେ ଅନୁପ୍ରବେଶ କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ତଥାପି ଅସମର୍ଥିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
କନ୍ୟା
ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ। ପରୋକ୍ଷ ଶତ୍ରୁତା, ଋଣ ଉଠାଣ, ଲଟେରି କାରବାରରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରି ସଫଳତା ପାଇବେ । ବନ୍ଧୁମାନଙ୍କ ସହ ହସ ଖୁସି ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ଆଧ୍ୟାତ୍ମିକ ପ୍ରବଚନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ନୂତନ ସ୍ଥାନ ପରିଦର୍ଶନଜନିତ ଅହେତୁକ କଳ୍ପନାରେ ମସ୍‌ଗୁଲ୍‌ ରହିବେ।
ବିଛା
ବିଛା
ପାରିପାର୍ଶ୍ୱିକ ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତିପର୍ବରେ ଲାଗିପାରନ୍ତି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହୋଇପାରେ। ରାଜନୈତିକ ସ୍ଥିତି, ଅର୍ଥନୈତିକ ପ୍ରଗତି ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ମଧ୍ୟ ବୃଦ୍ଧି ପାଇବ ।
ଧନୁ
ଧନୁ
ନିଜ ଲୋକମାନଙ୍କ ଶ୍ରଦ୍ଧା, ସମ୍ମାନ ଓ ଆଦରର ନୂ୍ୟନତା ଉପଲବ୍ଧି କରିବେ। କର୍ମକ୍ଷେତ୍ରରେ ଅସହଯୋଗ କାରଣଜନିତ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବିଶ୍ୱସନୀୟ ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବା ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ।
ମକର
ମକର
ଉଚ୍ଚପଦାଧିକାରୀଙ୍କ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ଏଜେନ୍ସିପରୁ ଖୁସି ରହିବେ। ବିବଦୀୟ ଘଟଣାରେ ମଧ୍ୟସ୍ଥତା କରି ବନ୍ଧୁଙ୍କୁ ବିପଦମୁକ୍ତ କରାଇପାରନ୍ତି ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ବନ୍ଧୁଗହଣରେ, ଆନୁଷ୍ଠାନିକ କାମରେ, ମେଳା ମହୋତ୍ସବରେ, ନୃତ୍ୟ ଓ ସଙ୍ଗୀତରେ ମଜିରହିପାରନ୍ତି। ଜନହିତକର କାମରେ ଅର୍ଥ ବିନିଯୋଗ କରି ଉଚ୍ଚପ୍ରଶଂସିତ ହେବେ । କୌଣସି ବନ୍ଧୁଙ୍କ ସହ ଆଜିର ଆଲୋଚନା ନିଷ୍ଫଳ ହେବନାହିଁ।
ମୀନମୀନ
ଆପଣଙ୍କ ଲୋକପ୍ରିୟତା ଅନ୍ୟମାନଙ୍କର ଗାତ୍ରଦାହର କାରଣ ହୋଇପାରେ। ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ବନ୍ଧୁ ଅସହଯୋଗ କରି ସମସ୍ୟାର କେନ୍ଦ୍ରବିନ୍ଦୁ ପାଲଟି ଯାଇପାରନ୍ତି । କେତେକ କ୍ଷେତ୍ରରେ ଯେତେ ଭଲ କାମ କଲେ ସୁଦ୍ଧା କର୍ମକ୍ଷେତ୍ରରେ ସମାଲୋଚିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri