Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ
ଦୀର୍ଘଦିନରୁ ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁ ଗହଣରେ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବନାହିଁ। ପାଖ ପଡ଼ୋଶୀଙ୍କ ସହାୟତାରେ ଆର୍ଥିକ ସମସ୍ୟାକୁ ସୁଧାରି ନେଇପାରନ୍ତି।
ବୃଷ
ବୃଷ
ସମୟ ଓ ପରିସ୍ଥିତିବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗି ରହିବ। କର୍ମ କ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢ଼ିଯିବ। ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
ସମସ୍ତ ସୁବିଧା ଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ କାମ ନ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଋଣ ଭାରରେ ଅତିଷ୍ଠ ହୋଇ ମାନସିକ ଦୁଶ୍ଚିନ୍ତା ମଧ୍ୟରେ ସମୟ କଟାଇବେ। ହଠାତ୍‌ କୌଣସି ହୃଦୟବାନ ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
କର୍କଟ
କର୍କଟ
ଆଜି ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହେବା ବ୍ୟତୀତ କିଛି ଲାଭ ହେବନି । ଯାତ୍ରା ସମୟରେ ଅନ୍ୟମନସ୍କ ରହି ବିଭିନ୍ନ ପ୍ରକାର ସମସ୍ୟାକୁ ଡାକି ଆଣି ପାରନ୍ତି। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଘରର ବରାଦ ଜିନିଷ ଭୁଲ୍‌ବଶତଃ ଭୁଲିଯିବେ ଓ ପରିବାରରେ ଏଥିପାଇଁ ଝଗଡ଼ା ଲାଗିବ।
ସି˚ହ
ସି˚ହ
ଅନ୍ୟ ଦ୍ୱାରା ପରିଚାଳିତ ହୋଇ ସ୍ଥଗିତ କାମକୁ କରିଚାଲିବେ, ଯାହାକି ସମମ୍ୟା ସୃଷ୍ଟି କରିବ। ଆଜି ଏକ ଭିନ୍ନ ପରିସ୍ଥିତିରେ ସହକର୍ମୀଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ବନ୍ଧୁଙ୍କ ସାହାଯ୍ୟରେ ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧାରିନେବେ। ଆଇନ, ଅଦାଲତ କ୍ଷେତ୍ରରେ ବାଇଦା ପଡ଼ିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।
କନ୍ୟା
ଗ୍ରହସ୍ଥିତିର ଅନୁକୂଳତା କାରଣରୁ କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରିପାରିବ ନାହିଁ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ।
ତୁଳା
ତୁଳା
ମନରେ ବିଭିନ୍ନ ପ୍ରକାର ଚିନ୍ତା ଉଙ୍କି ମାରିବ କିନ୍ତୁ କିଛି ବି ହୋଇପାରିବ ନାହିଁ। କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ସହଯୋଗ ଅବଶ୍ୟ ମିଳିବ। ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ବିଛା
ବିଛା
କର୍ମକ୍ଷେତ୍ରସ୍ଥ ଅବହେଳିତ କାମରେ ବ୍ୟସ୍ତତା ବଢ଼ିଯାଇପାରେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି। ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରମ ଜିନିଷ କ୍ରୟ କରିବେ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କୌଣସି ଜନିଷ ହଜି ଯାଇପାରେ।
ଧନୁ
ଧନୁ
ଆଜି ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବନ୍ଧୁଙ୍କ ନିକଟରୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ କର୍ମକ୍ଷେତ୍ରରେ ଉପଯୁକ୍ତ ଭାବେ ସମ୍ମାନିତ ହୋଇପାରନ୍ତି। ପୂଜାପାର୍ବଣ ପରିପ୍ରେକ୍ଷୀରେ ଆଗାମୀ କାଲି ସକାଶେ କୌଣସି ଯୋଜନା ପ୍ରସ୍ତୁତ କରିପାରନ୍ତି।
ମକର
ମକର
ପାରିବାରିିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବ। ଆଜିର ଫେରିବା ବାଟରେ ବନ୍ଧୁଙ୍କ ସହ ସାଧାରଣ ବଚସା ହୋଇପାରେ।
କୁମ୍ଭ
କୁମ୍ଭ
ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁୁ ସ୍ମରଣ କରି ଅନୁତାପ କରିବେ। ପରିବାରରେ ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। ସାମାଜିକ ସ୍ତରରେ କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ।
ମୀନମୀନ
କର୍ମକ୍ଷେତ୍ରରେ କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ପ୍ରକୃତ ଘଟଣାକୁ ନ ବୁଝି କାମ କଲେ ଅସୁବିଧାରେ ପଡ଼ିବେ। କୌଣସି କ୍ଷେତ୍ରରେ ମଧ୍ୟ ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଅବହେଳା ନ କରି ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରିବା ଭଲ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri