Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ
ଚିନ୍ତାଧାରା ବିକ୍ଷିପ୍ତ ରହିବା କାରଣରୁ କୌଣସି କାମ ଶୃଙ୍ଖଳିତ ହୋଇପାରିବନାହିଁ। ପିଲାମାନଙ୍କ ସ୍ବାସ୍ଥ୍ୟହାନି ଏବଂ ଶିକ୍ଷା ସମ୍ପର୍କିତ ସମସ୍ୟା ମାନସିକ ସ୍ଥିତିକୁ ବିଷାଦିତ କରି ରଖିବ। ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ନିଜ ପରିସରରେ ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବନାହିଁ।
ବୃଷ
ବୃଷ
ସମୟ ଓ ପରିସ୍ଥିତିବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗି ରହିବ। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବେ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢ଼ିଯିବ। ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
ସମସ୍ତ ସୁବିଧା ଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ କାମ ନ ହେବା କାରଣରୁ ବ୍ୟସ୍ତ ହେବେ। ଋଣ ଭାରରେ ଅତିଷ୍ଠ ହେବା କାରଣରୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ହଠାତ୍‌ କୌଣସି ହୃଦୟବାନ ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିପାରେ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା ହେତୁ ଭଲ କାମ କଲେ ମଧ୍ୟ ସମାଲୋଚିତ ହେବେ। ଅନ୍ୟମନସ୍କ ରହି ବିଭିନ୍ନ ପ୍ରକାରର ସମସ୍ୟାକୁ ଡାକି ଆଣି ପାରନ୍ତି। ଘରର ବରାଦ ଜିନିଷ ଭୁଲ୍‌ ବଶତଃ ଭୁଲିଯିବେ ଓ ପରିବାରରେ ଏଥିପାଇଁ ଝଗଡ଼ା ଲାଗିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ ଓ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ। ବନ୍ଧୁଙ୍କ ସହ ଆଲୋଚନା, ଖେଳ, ମଉଜ ମଜଲିସ୍‌ରେ ସମୟ କଟାଇପାରନ୍ତି। ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। ମନୋରଞ୍ଜନ କାର୍ଯ୍ୟକ୍ରମ କିମ୍ବା ସଭାସମିତିରେ ସଫଳତା ହାସଲ କରିବେ।
କନ୍ୟା
ଅନ୍ୟ ଦ୍ୱାରା ପରିଚାଳିତ ହୋଇ ସ୍ଥଗିତ କାମକୁ କରିଚାଲିବେ କିନ୍ତୁ ନିଜ ଇଚ୍ଛାରେ ନୁହେଁ। ଆଜି ଏକ ଭିନ୍ନ ପରିସ୍ଥିତିରେ ବାନ୍ଧବୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ସଙ୍ଗକୁ ଅର୍ଥ ସମ୍ପର୍କିତ ସମସ୍ୟା ସୁଧାରିନେବେ। ବନ୍ଧୁଙ୍କ ସହାୟତାରେ ବସ୍ତ୍ରଭୂଷଣ ଓ ଧାତୁ ଅଳଙ୍କାର ପ୍ରାପ୍ତି ଯୋଗ ରହିଛି।
ତୁଳା
ତୁଳା
ମନରେ ବିଭିନ୍ନ ପ୍ରକାରର ଚିନ୍ତା ଉଙ୍କି ମାରିବ କିନ୍ତୁ କିଛି ଅସୁବିଧା ହେବନି। କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ସହଯୋଗ ଅବଶ୍ୟ ମିଳିବ। ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ବିଛା
ବିଛା
କୌଣସି କାମରେ ବ୍ୟସ୍ତତା ବଢ଼ିଯାଇପାରେ କିନ୍ତୁ କିଛି ଅସୁବିଧା ହେବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି। ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ। ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ।
ଧନୁ
ଧନୁ
ଆଜି ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବନ୍ଧୁଙ୍କ ମାଧ୍ୟମରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। କର୍ମକ୍ଷେତ୍ରରେ ଉପଯୁକ୍ତ ଭାବେ ସମ୍ମାନିତ ହୋଇପାରନ୍ତି। ପିଲାମାନଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇପାରନ୍ତି।
ମକର
ମକର
ପାରିବାରିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବ। ଆଜିର ଫେରିବା ବାଟରେ ବନ୍ଧୁଙ୍କ ସହ ସାଧାରଣ ବଚସା ହୋଇପାରେ।
କୁମ୍ଭ
କୁମ୍ଭ
ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଆକସ୍ମିକ ଭାବରେ ଧାରକରଜ କରିବାକୁ ପଡିପାରେ।
ମୀନମୀନ

କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। କର୍ମକ୍ଷେତ୍ରରେ ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ସ୍ବାସ୍ଥ୍ୟ ପ୍ରତି ଅବହେଳା ନ କରି ସାବଧାନତା ଅବଲମ୍ବନ କରନ୍ତୁ। ରାଜନୈତିକ ପୃଷ୍ଠପୋଷକତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri