Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ
ଶନିଙ୍କ ପ୍ରଭାବରୁ କାମଗୁଡ଼ିକ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ହେବ। ଆଜିର ଯାତ୍ରା, ଶିଳ୍ପ, ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ତଥା ପରିବହନ ପାଇଁ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି । ଗୁରୁତ୍ୱପୂର୍ଣ୍ଣ କାମଟି ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।
ବୃଷ
ବୃଷ
ପାରିବାରିକ ସମସ୍ୟା ରବିଙ୍କ ପ୍ରଭାବରୁ କୌଣସି ବୟସ୍କ ବ୍ୟକ୍ତିଙ୍କ ସହାୟତାରେ ସମାଧାନ ହୋଇଯିବ। କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ବାରମ୍ବାର ଆଲୋଡ଼ିତ କରିପାରେ। ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନସ୍ଥ କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ।
ମିଥୁନ
ମିଥୁନ
ଚତୁର୍ଥକେନ୍ଦ୍ରସ୍ଥ ସ୍ବଗୃହୀ ବୁଧଙ୍କ ଶୁଭତ୍ୱ କାରଣରୁ ସ୍ବାସ୍ଥ୍ୟ ଠିକ୍‌ ରହିବା ସାଙ୍ଗକୁ ପାରିବାରିକ ଓ କର୍ମକ୍ଷେତ୍ର ମନ୍ଦ ହେବନି। ବନ୍ଧୁମାନଙ୍କ ଦ୍ୱନ୍ଦ୍ୱାମତ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଆର୍ଥିକ ପରିସ୍ଥିତି ଭଲ ରହିବା ହେତୁ କୌଣସି ନୂତନ ଯୋଜନା ପାଇଁ ମନ ବଳାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ।
କର୍କଟ
କର୍କଟ
ଏକାଦଶସ୍ଥ ଶୁକ୍ର ଓ ଚନ୍ଦ୍ର ହେତୁ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ପଦସ୍ଥବ୍ୟକ୍ତିଙ୍କ ସାନ୍ନିଧ୍ୟରେ କାର୍ଯ୍ୟ ହାସଲ କରିବେ। ନିଜ ଲୋକଙ୍କ ଉପରେ ରାଗି ବିନା କାରଣରେ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ସ୍ବଗୃହୀ ରବି ଓ ବୁଧଙ୍କ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ। ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହୋଇଯିବ। ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
ଗ୍ରହସ୍ଥିତିର ଅନୁକୂଳତା ହେତୁ କୌଶଳ ପ୍ରୟୋଗ କରି କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିପାରିବେ। ଅଷ୍ଟମସ୍ଥ ରାହୁଙ୍କ ଯୋଗୁ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେବେ। ଅପୂରଣୀୟ ଆଶା ମନକୁ ବାରମ୍ବାର ଆନ୍ଦୋଳିତ କରିବା କାରଣରୁ ଅଶାନ୍ତ ରହିବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ।
ତୁଳା
ତୁଳା
ରାଶିରେ ପାପଗ୍ରହ କେତୁ ଅବସ୍ଥାନ କରୁଥିବାରୁ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ବନ୍ଧୁଙ୍କ ସଦ୍ଭାବ ସାଙ୍ଗକୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ ଓ ସ୍ନେହ, ସଦ୍ଦିଚ୍ଛା ଲାଭ କରିବେ ।
ବିଛା
ବିଛା
ଚନ୍ଦ୍ର ମଙ୍ଗଳଙ୍କ ସୁପ୍ରଭାବରୁ ଯାହା ଆଶା କରୁଛନ୍ତି ତାହା ନିଶ୍ଚିତ ପାଇବେ। ଅନୁରାଧା ନକ୍ଷତ୍ର ଯୋଗୁ ଅନ୍ୟମନସ୍କ କିମ୍ବା ଅସାବଧାନତାରୁ ଦ୍ରବ୍ୟ ନଷ୍ଟ ହୋଇପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚ ବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। କ୍ରୀଡ଼ା, କଳା, ସାହିତ୍ୟ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ।
ଧନୁ
ଧନୁ
ଆଜି ସକାଳୁ ଘର କଥା ଓ ପିଲାଙ୍କ କିଛି ବ୍ୟତିକ୍ରମ ହେତୁ ମନ ଅସ୍ଥିର ରହିବ। ବୁଧଙ୍କ ଶୁଭତ୍ୱ ହେତୁ ଆଜିର ଯାତ୍ରା, ପରିବହନ, ବ୍ୟବସାୟ ମାନ୍ଦା ହେବ ନାହିଁ। ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବିପରୀତ ମନ୍ତବ୍ୟ ଦେବେ।
ମକର
ମକର
ଶୁକ୍ରଙ୍କ ସପ୍ତମସ୍ଥିତି ହେତୁ ଆଜି ସକାଳୁ ସକାଳୁ ଯେଉଁ କାମରେ ବାହାରିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ। ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବ ଓ ପରିବାରରେ ଶାନ୍ତି ଫେରି ଆସିବ। ନିର୍ମାଣ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ରପତ୍ାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜିର ଗ୍ରହ ସ୍ଥିତି ଭଲଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶତଭିଷା ନକ୍ଷତ୍ର ଜାତ ବ୍ୟକ୍ତି ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହୋଇପାରନ୍ତି। ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ ସକାଶେ ଚେଷ୍ଟା କରିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ
ବୃହସ୍ପତିଙ୍କ ଶୁଭତ୍ୱରୁ କାମଗୁଡ଼ିକର ଅଗ୍ରଗତି ସାଙ୍ଗକୁ ଅର୍ଥ ଓ ସମ୍ମାନ ପାଇବେ। ପୂର୍ବଭାଦ୍ରପଦ୍‌ ବ୍ୟକ୍ତିମାନେ ମିଥ୍ୟାରୋପର ଅଭିଯୋଗ କ୍ରମେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅବଶ୍ୟ ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡ଼ିବ। ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri