Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ
ଆଜିର କଲ୍ୟାଣ ଚନ୍ଦ୍ରଙ୍କ ସହିତ ବୁଧ ପ୍ରଭାବରୁ କାମଗୁଡିକ ଟିକିଏ ବିଳମ୍ବରେ ହିଁ ହେବ। ବ୍ୟବସାୟ,ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମ ତଥା ବାଣିଜ୍ୟ, ବ୍ୟବସାୟ ଓ ପ୍ରତିଯୋଗିତାରେ ସଫଳତା ଅନୁଭବ କରିବେ।
ବୃଷ
ବୃଷ
ରବିଙ୍କ ସ୍ବଗୃହସ୍ଥିତି କେତୁ ଯୁକ୍ତ କାରଣରୁ ପାରିବାରିକ ଜୀବନରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ବନ୍ଧୁଙ୍କ ସମସ୍ୟା ବିଷୟରେ ଚିନ୍ତାକରି ମାନସିକ ସ୍ଥିରତା ରହି ନ ପାରେ। କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟାକୁ ସମାଧାନ କରି ଆଶ୍ୱସ୍ତି ଅନୁଭବ କରିବେ। ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ।
ମିଥୁନ
ମିଥୁନ
ବୃହସ୍ପତିଙ୍କ ପ୍ରଭାବରେ ନୂଆ କରି ଆରମ୍ଭ କରିଥିବା କାମ ସୁବିଧାରେ ହୋଇଯିବ। ଅବଶ୍ୟ ପାପଗ୍ରହଯୁକ୍ତ ରାଶ୍ୟାଧିପତି କାରଣରୁ ଦୈହିକ ଅସୁସ୍ଥତା ମାନସିକ ଶାନ୍ତି ନଷ୍ଟକରିବାର ଆଶଙ୍କା ରହିଛି। ଋଣ ପରିଶୋଧର ଚିନ୍ତା ସାଙ୍ଗକୁ ଆର୍ଥିକ ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହେବ। ପରିବାରରେ ପିଲାଙ୍କ ବିଷୟ ଚିନ୍ତାକରି ଅସ୍ଥିରତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ସ୍ବଗୃହୀ ରାଶ୍ୟାଧିପ ଯୋଗୁ କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନି। ପରିବହନ, ଯାତ୍ରା, ନିର୍ମାଣ କାର୍ଯ୍ୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବ। ବନ୍ଧୁଙ୍କ କଥାରେ କେତେକ କାମ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବେ ନିଜ ଲୋକଙ୍କ ଉପରେ ରାଗି ବିନା କାରଣରେ ଶତ୍ରୁତା ସୃଷ୍ଟି କରିବାକୁ ପଡିପାରେ।
ସି˚ହ
ସି˚ହ
ରାଶ୍ୟାଧିପ କେତୁ ଯୁକ୍ତ ହେତୁ ସ୍ବାସ୍ଥ୍ୟ ଭଲ ରହିବା ସହ ସରକାରୀ ସୁବିଧା କିମ୍ବା ଅନୁକମ୍ପା ଲାଭ କରିବା କଷ୍ଟକର ହେବ। ବନ୍ଧୁଙ୍କ ସାହାଯ୍ୟରୁ ଅଟକିଥିବା କାମ ସମ୍ପନ୍ନ କରିବେ। ଜମିଜମା, ସଭାସମିତି, ଆନୁଷ୍ଠାନିକ କିମ୍ବା ପ୍ରତିଯୋଗିତାରେ ସଫଳ ହେବେ। ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୂଳ ହେବେ। ବ୍ୟବସାୟରେ ଲାଭବାନ ହେବେ।
କନ୍ୟା
ବିଶିଷ୍ଟବ୍ୟକ୍ତିଙ୍କ ସହଯୋଗରେ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥସଂକଟ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ଅପୂରଣୀୟ ଆଶା ମନରେ ଆଲୋଡ଼ନ ସୃଷ୍ଟି କରିବା କାରଣରୁ ସାମୟିକ ଅଶାନ୍ତ ରହିବେ। ମଙ୍ଗଳଙ୍କ କୁପ୍ରଭାବରୁ ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ସାମୟିକ ବ୍ୟାହତ କରିବାର ଆଶଙ୍କା ରହିଛି।
ତୁଳା
ତୁଳା
ତୃତୀୟ ଷଷ୍ଠାଧିପ ବୃହସ୍ପତି କର୍ମସ୍ଥାନରେ ରହିଥିବାରୁ ନିଜ ଲୋକ ବିରୁଦ୍ଧାଚରଣ କରିବେ। ଅସୁସ୍ଥତା ଯୋଗୁ ଗୁରୁତ୍ୱପୂର୍ଣ୍ଣ କାମ ସମ୍ପନ୍ନ କଷ୍ଟକର ହେବ। ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଶନିଙ୍କ ପ୍ରଭାବରେ ମନ ଚାହୁଁଥିବା କୌଣସି କାମ ନ ହେବାରୁ ଅସନ୍ତୁଷ୍ଟ ରହିପାରନ୍ତି। ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ନୂତନ ସ୍ଥାନ ପରିଦର୍ଶନ ସହିତ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିପାରନ୍ତି। କ୍ରୀଡ଼ା, କଳା ସାହିତ୍ୟ ଓ ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏ ସମାଧାନ ହୋଇଯିବ।
ଧନୁ
ଧନୁ
ଦେବଗୁରୁଙ୍କ କୃପାରୁ କର୍ମକ୍ଷେତ୍ର ଏବଂ ପାରିବାରିକ କ୍ଷେତ୍ରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହେବେ। ପାଖ ପଡ଼ୋଶୀମାନେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ଅପପ୍ରଚାର ଚଳାଇପାରନ୍ତି। ପରିବାରର ସହମତି ନେଇ କୌଣସି ନୂତନ କର୍ମାରମ୍ଭ ପାଇଁ ମନ ବଳାଇବେ।
ମକର
ମକର
ତିନୋଟି ଗ୍ରହ ରାଶିକୁ ଅବଲୋକନ କରୁଥିବାରୁ ଆଜି କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ। ଯାତ୍ରା, ବାଣିଜ୍ୟ, ନିର୍ମାଣ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିରେ ସମସ୍ୟା ସମାଧାନ ହୋଇଯିବ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଦୁର୍ବଳ ଚନ୍ଦ୍ରଙ୍କ ସ୍ଥିତି ବିଭିନ୍ନ ସମସ୍ୟାରେ ଚିନ୍ତିତ କରାଇବ। ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ ଚେଷ୍ଟା କରିପାରନ୍ତି। ରାହୁଙ୍କ ପ୍ରଭାବରୁ ବିବାଦୀୟ ଘଟଣା କିମ୍ବା କଚେରି ମାମଲାରେ ଆଶାଜନକ ଫଳ ପାଇବେ। ଆଜିର ଯାତ୍ରା, ବାଣିଜ୍ୟ ଓ ପରିବହନରେ ଆଶା ପୂରଣ ହୋଇପାରିବ।
ମୀନମୀନ

ଆଶା କରିଥିବା ଦିଗରୁ ଅର୍ଥ ଓ କର୍ମକ୍ଷେତ୍ରରେ ସମ୍ମାନ ପାଇବାରେ ଅସୁବିଧା ହେବନାହିଁ। ସହକର୍ମୀଙ୍କ ଅଭିଯୋଗ କ୍ରମେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଋଣ ପରିଶୋଧ କରି ନ ପାରିବା ଓ ଖର୍ଚ୍ଚ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ଶୁକ୍ରଜନିତ, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri