Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ
ଆଜି ସକାଳୁ କୌଣସି ଶୁଭ ଖବର ପାଇ ଖୁସି ହେବେ। ଘର କାମ ଅପେକ୍ଷା ବାହାର ଲୋକଙ୍କ ସକାଶେ ସମୟ ନେବେ। କାଯର୍‌ୟଗୁଡ଼ିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍‌ ଅଟକି ରହିଯିବା ଆଶଙ୍କା ରହିଛି । ପରିବାରର ନିର୍ଦ୍ଦେଶକ୍ରମେ ଗୃହକୁ ଧାତୁ, ଅଳଙ୍କାରାଦି ପଦାର୍ଥ କିମ୍ବା ମୂଲ୍ୟବାନ ଜିନିଷ ଆଣି ପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଉନ୍ନତ କାର୍ଯ୍ୟକଳାପ ପାଇଁ ଗୌରବାନ୍ବିତ ହୋଇପାରନ୍ତି। ଯାନ ବାହନ, ଦୋକାନବାଡି, ସଭା ସମିତିରେ ଟେନ୍‌ସନ୍‌ କିଛି ମାତ୍ରାରେ ଲାଗିରହିବ। ଅତି ନିକଟରେ ରହି ଆମତ୍ୀୟତା ଦେଖାଉଥିବା ଲୋକମାନେ ପରୋକ୍ଷଭାବେ ବିରୁଦ୍ଧାଚରଣ କରିପାରନ୍ତି। ବ୍ୟବସାୟ, ପରିବହନ, ମାଲି ମକଦ୍ଦମାରେ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
କୌଣସି ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅସ୍ଥିରତା ଦେଖାଦେଇପାରେ। ବିଭିନ୍ନ ପ୍ରକାର କାମରେ ବ୍ୟସ୍ତ ରହିବା କାରଣରୁ ମନ ଠିକ୍‌ ରହିବ ନାହିଁ । କୌଣସି ବ୍ୟକ୍ତି ଦ୍ୱାରା ବାଧ୍ୟ ବାଧ୍ୟକତାରେ ଯାତ୍ରାରୁ ଦୂରେଇ ରହିବା ଭଲ। ଅଫିସ୍‌ କାମରେ ଆଲୋଚନା ସରଗରମ ମଧ୍ୟରେ ଅସମାପ୍ତ ରହିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥାକହି ଜଟିଳ ପରିସ୍ଥିତିକୁ ସୁଧାରି ନେବେ। ପାରିବାରିକ କ୍ଷେତ୍ର, ଯାନବାହନ ଚଳାଚଳ, ଦୋକାନବାଡି ପ୍ରଭୃତିରେ କିଛିଟା ସମସ୍ୟା ଦେଖାଦେବ । ଅଧିକାଂଶ ସମୟ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ। ପୁରାତନ ରୋଗର ପୀଡ଼ା ବୃଦ୍ଧି ମାନସିକ ସ୍ଥିତିକୁ ବିଷାଦିତ କରିବ ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମସ୍ୟା ସଙ୍ଗକୁ କର୍ମହାନି ଯୋଗୁ ମାନସିକ ସନ୍ତୁଳନ ହରାଇପାରନ୍ତି । ସନ୍ଦେହାମତ୍କ କାର୍ଯ୍ୟ ପାରିପାର୍ଶ୍ୱିକ ପରିସ୍ଥିତିକୁ କେତେକାଂଶରେ ଅସ୍ବାଭାବିକ କରିପାରେ। ଅବଶ୍ୟ ଅଯାଚିତ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆକସ୍ମିକ ଆଗନ୍ତୁକ ଅତିଥି ଦୁଶ୍ଚିନ୍ତାର କାରଣ ହୋଇପାରନ୍ତି।
କନ୍ୟା
ବହୁତ ଦିନ ହେଲା ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ । ସାଂଗଠନିକ କାମ, ରାଜନୀତି ଓ ସଭାସମିତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। କ୍ରୀଡ଼ା, ଚଳଚ୍ଚିତ୍ର ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ତୁଳା
ତୁଳା
ବିଭିନ୍ନ ସ୍ଥଗିତ କାମ ବିଷୟ ଚିନ୍ତାକରି ମାନସିକ ସ୍ଥିତି ଭଲ ରହିବ ନାହିଁ। ସନ୍ତାନଙ୍କ ଉନ୍ନତି, ଶିକ୍ଷା, ସାକ୍ଷାତକାର, ଆନୁଷ୍ଠାନିକ ଆଲୋଚନା ପ୍ରଭୃତିରେ ସଫଳତା ପାଇବେ। ସାହିତ୍ୟସଭା, ରାଜନୈତିକ ସଂଗଠନ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ପ୍ରିୟଜନଙ୍କ ସହ ଭ୍ରମଣ କରିବା ମାନସରେ ଆଲୋଚନା କରିପାରନ୍ତି।
ବିଛା
ବିଛା
ଧୀରେ ଧୀରେ ପୂର୍ବର ସ୍ଥିତି ଓ ସୁଖ, ସୁବିଧା ବଦଳି ଯାଇଥିବାରୁ ମନରେ ଆନନ୍ଦ ରହିବନାହିଁ। ବିଶେଷତଃ ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ମାଲପରିବହନ ପାଇଁ ଅସୁବିଧା ହେବ ନାହିଁ। ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ କିନ୍ତୁ ସମୟାନ୍ତରେ ସମାଧାନ ହୋଇଯିବ। ପାରିବାରିକ ଜୀବନରେ ସୁଖସନ୍ତୋଷ ପାଇପାରିବେ।
ଧନୁ
ଧନୁ
ପ୍ରିୟ ବନ୍ଧୁଙ୍କ ଆଗରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଗଲେ ପସ୍ତେଇବେ। କର୍ମ କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପ୍ରକାଶନ, ରାଜନୀତି, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଉଚ୍ଚ ମାନର ଫଳ ପାଇବେ। ଟିକିଏ ଟିକିଏ କଥାରେ ରାଗ ଅଭିମାନ କରି ନିଜର ସ୍ଥିତିକୁ ଦୁର୍ବଳ କରିପାରନ୍ତି।
ମକର
ମକର
ଅତୀତକୁ ସ୍ମରଣ କରି ସାମୟିକ ଭାବରେ ଆନମନା ରହିବେ। କର୍ମକ୍ଷେତ୍ରରେ ନିଜଠାରୁ ସାନଙ୍କ ମତକୁ ସମ୍ମାନ ଦେଲେ ସମାଲୋଚନାରୁ ରିହାତି ମିଳିବ। ଜୀବନଯାତ୍ରାର ଶୈଳୀକୁ ବଦଳାଇବାର ପ୍ରଯନତ୍କଲେ କେତେକାଂଶରେ ଉପକୃତ ହେବ। ହିତୈଷୀମାନଙ୍କ ପରାମର୍ଶରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ ।
କୁମ୍ଭ
କୁମ୍ଭ
ପୂର୍ବନିର୍ଦ୍ଧାରିତ ଧର୍ମାନୁଷ୍ଠାନ ସକାଶେ ବନ୍ଧୁଗଣଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। ଘରୋଇ ଆବଶ୍ୟକତା ପୂରଣ କ୍ଷେତ୍ରରେ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ। ଦୂରଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ ହେବ। ପରିସ୍ଥିତିକୁ ଆଖି ଆଗରେ ରଖି କାମ କରିଚାଲିଲେ ଆଶା ପୂରଣ ହୋଇପାରିବ ।
ମୀନମୀନ
ଆଜି ଆପଣଙ୍କର ମନ ଭୁଲାଣିଆ କଥାରେ ଶତ୍ରୁମାନେ ମଧ୍ୟ ମିତ୍ର ପାଲଟିଯିବେ। ଭାବପ୍ରବଣତାବଶତଃ ନିଜର ଅସାବଧାନତା କିମ୍ବା ସତର୍କତା ଅଭାବରୁ ଧନ ହାନି ଘଟିପାରେ । ପରିବାରରେ, ପରିବହନରେ, ଗୃହ ନିର୍ମାଣରେ,ସଭା ସମିତିରେ କ୍ରମଶଃ ସ୍ଥିରତା ଫେରି ଆସିବ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri