Posted inRasifala

ରାଶିଫଳ: ବୁଧବାର, ଫେବୃଆରୀ ୨୧ ତାରିଖ – Daily Horoscope

ମେଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ପଡ଼ୋଶୀମାନେ ଭଲ କାମ କଲେ ମଧ୍ୟ ବିବାଦୀୟ ମନ୍ତବ୍ୟ ଦେବେ। କଳା, ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାଂସ୍କୃତିକ କାର୍ଯ୍ୟକ୍ରମ ତରଫରୁ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ ଅର୍ଜନ କରିବେ।
ବୃଷ
ବୃଷ
ପରିବାରର କେତେକ ଅକୁହା ବିଷୟରେ ଚିନ୍ତା କରି ମାନସିକ ସ୍ତରରେ ଅଶାନ୍ତ ରହିପାରନ୍ତି। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଖର୍ଚ୍ଚ ବଢ଼ିବାରୁ ହାତ ସବୁବେଳେ ଖାଲି ରହିବା କାରଣରୁ ନିରୁତ୍ସାହିତ ରହିପାରନ୍ତି। ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ଥ ହେବାକୁ ପଡ଼ିପାରେ। ଅଯଥା ବଡଭାଇପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡ଼ିବ। ସ୍ବାସ୍ଥ୍ୟରେ କିଛି ବ୍ୟତିକ୍ରମର ସୂଚନା ପାଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଉପରୁ ଭରସା ହରାଇବା ପରେ ଆମତ୍ନିର୍ଭରଶୀଳ ହେବାକୁ ଶ୍ରେୟ ମନେକରିବେ।
କର୍କଟ
କର୍କଟ
କର୍ମବ୍ୟସ୍ତତା ମଧ୍ୟରେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହୋଇପାରନ୍ତି। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବାରେ ବନ୍ଧୁଙ୍କ ଅବଦାନ ରହିବ। ନୂତନ ବନ୍ଧୁସମ୍ପର୍କ ସ୍ଥାପିତ ହେତୁ ସାମୟିକ ଖୁସି ରହିପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ସଂଘର୍ଷମୂଳକ ପରିସ୍ଥିତିରେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହୋଇପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ମଧ୍ୟ ଆଶଙ୍କା ଦେଖାଦେଇପାରେ।
କନ୍ୟା
ଗୁରୁତ୍ୱପୂର୍ଣ୍ଣ କାମଟି ସକାଶେ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟ ହେବ। ବିଚଳିତ ମାନସିକତା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବାର ଆଶଙ୍କା ରହିଛି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କିଛିନା କିଛି କାରଣକୁ ନେଇ ଟେନ୍ସନ ଲାଗିରହିବ। ସ୍ବାସ୍ଥ୍ୟହାନିଜନିତ କିଛି ଦୁଃଖଦ ଖବର ପାଇ ହଠାତ୍‌ ଜଣେ ବନ୍ଧୁଙ୍କୁ ଦେଖିବା ପାଇଁ ମନ ଛଟପଟ ହେବ। କଳା, ସାହିତ୍ୟ, ସାମ୍ବାଦିକତା, ଆଇନ ଓ ଅଦାଲତକ୍ଷେତ୍ରରୁ ଶୁଭଫଳ ପାଇବେ। ପରିବାରରେ ପିଲାମାନଙ୍କ ବିଶୃଙ୍ଖଲିତ ଆଚରଣ ଦୁଶ୍ଚିନ୍ତାର କାରଣ ହେବ।
ବିଛା
ବିଛା
ବିଫଳ ମନୋରଥର ପ୍ରତିକ୍ରିୟା ସ୍ବରୂପ ଟିକିଏ କଥାରେ ରାଗି ପାରନ୍ତି। ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ରାଜନୀତି, ସାମ୍ବାଦିକତା,ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ସାହିତ୍ୟ ଓ କଳା, ସଂଗୀତ, ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ ଏବଂ ସମସ୍ୟା ମଧ୍ୟ ସମାଧାନ ହୋଇଯିବ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅଣହେଳା କରିପାରିବେ ନାହିଁ। ସକାଳୁ ମନ ଭଲ ନ ଥିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପରୋକ୍ଷ ଶତ୍ରୁତା କାରଣରୁ ଗୁରୁତ୍ୱପୂର୍ଣ୍ଣ କାମଟିକୁ ସମ୍ପନ୍ନ କରିପାରିବେ ନାହିଁ।
ମକର
ମକର
ପୁରାତନ ରୋଗରେ କଷ୍ଟ ପାଇବେ। ପୂର୍ବର ତିକ୍ତ ସମ୍ପର୍କକୁ କେନ୍ଦ୍ରକରି ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ପୂର୍ବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ପରିବାରରେ ସୁଖ ଶାନ୍ତି ଫେରି ଆସିବା ସକାଶେ ନିଜକୁ କିଛିମାତ୍ରାରେ ସ୍ବାର୍ଥ ତ୍ୟାଗ କରିବାକୁ ପଡ଼ିପାରେ। ପଡ଼ୋଶୀମାନେ ସାଧାରଣ କଥାକୁ କେନ୍ଦ୍ରକରି ଅଯଥା କଳହ କରିପାରନ୍ତି। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ; ଯାହା କି ମୁଣ୍ଡବ୍ୟଥାର କାରଣ ହୋଇପାରେ। ଘର କଥା ଚିନ୍ତା କରି ମନରେ ଅସନ୍ତୋଷ ଭରି ରହିବ।
ମୀନମୀନ

ସ୍ଥଗିତକାମକୁ ସମ୍ପନ୍ନ କରିବାରେ କୌଣସି ସହକର୍ମୀଙ୍କ ସାହାଯ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ପରିଶେଷରେ ଆପଣ ହିଁ ସଫଳତା ହାସଲ କରିବେ। ବ୍ୟବସାୟ ଓ ବାଣିଜ୍ୟକ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଅସଙ୍ଗତି ଦୂରକରିବା ସହ ଆଲୋଚନାକୁ ଅଗ୍ରଗାମୀ କରାଇବାରେ ସହାୟକ ହେବେ। ପୂର୍ବାଲୋଚନା ଅନୁଯାୟୀ ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ପ୍ରଶାସନିକ ନିଷ୍ପତ୍ତିରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri