Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ
ଆଜି ନୀଚସ୍ଥ ଓ ଅଷ୍ଟମସ୍ଥ ଚନ୍ଦ୍ର ହେତୁ ପାରିବାରିକ ବିଶୃଙ୍ଖଳାକୁ କେନ୍ଦ୍ରକରି ମନ ଭଲ ରହିବ ନାହିଁ। ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ପରିବାର ସଦସ୍ୟଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ କିନ୍ତୁ କିଛିଟା ପ୍ରତିରୋଧର ସାମ୍‌ନା କରିବାକୁ ପଡ଼ିବ। ବ୍ୟବସାୟିକ ଦିଗଟି ବେଶ୍‌ ଭଲ ରହିବ।
ବୃଷ
ବୃଷ
ନୀଚାରୋହୀ ଶୁକ୍ରଙ୍କ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟତା ହରାଇ ପାରନ୍ତି।
ମିଥୁନ
ମିଥୁନ
ରାଶିରେ ସ୍ବଗୃହୀ ବୁଧ ହେତୁ ନିଜକୁ ନିୟନ୍ତ୍ରଣରେ ନ ରଖିଲେ ପ୍ରତ୍ୟେକ କାମରେ କିଛିନା କିଛି ବ୍ୟତିକ୍ରମ ଦେଖାଦେବ। ବିବାଦୀୟ ପରିସ୍ଥିତି ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିପାରନ୍ତି। ବନ୍ଧୁଙ୍କ ପ୍ରାୟୋଜିତ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ।
କର୍କଟ
କର୍କଟ
ଏକାଦଶରେ ରାହୁ ଓ କୋଣଭାବସ୍ଥ ଚନ୍ଦ୍ର ହେତୁ ଆଜି ପାଇବେ ଯେତିକି ତାହାଠାରୁ ଅଧିକ କିଛି ହରାଇବାକୁ ପଡ଼ିପାରେ। କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ। ଆଜିର ସକାଳୁଆ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ଆଇନ କ୍ଷେତ୍ର ପୂର୍ବବତ୍‌ ରହିବ।
ସି˚ହ
ସି˚ହ
କଣାକୁଜା ଯୋଗ ପ୍ରଭାବରେ ଉନ୍ନତ ଚିନ୍ତା ସଙ୍ଗକୁ ସୁଚିନ୍ତିତ ଯୋଜନା କାର୍ଯ୍ୟକାରୀ ଲାଗି ତତ୍ପର ହେବେ। ଉଦ୍ଦେଶ୍ୟ ପ୍ରଣୋଦିତ ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ବୁଝି ପାରିବେନି। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇଲେ ମଧ୍ୟ ଆବଶ୍ୟକତା ଅପୂରଣ ରହିବ ନାହିଁ। ଉପରିସ୍ଥଙ୍କ ଆଦେଶାନୁସାରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
କନ୍ୟା
ଷଷ୍ଠସ୍ଥାନରେ ବୃହସ୍ପତି ରହିଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ। ଭାଇଙ୍କ ସମସ୍ୟାର ସମାଧାନ ପାଇଁ ଚିନ୍ତାଜନକ ସ୍ଥିତି ଉପୁଜିବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପ୍ରଶାସନିକ ସ୍ତରରେ ସମସ୍ୟାର ଅନ୍ତ ଘଟାଇବାରେ ସଫଳ ହେବେ। ବନ୍ଧୁଙ୍କ ସହାୟତାରେ ଅର୍ଥସଂକଟ ଦୂର କରି ପାରିବେ।
ତୁଳା
ତୁଳା
ଆଜି ଚନ୍ଦ୍ର ସହ କେତୁ ଯୁକ୍ତ ହେତୁ ଆପଣଙ୍କ ସକାଶେ କୌଣସି କାମ ଅସାଧ୍ୟ ରହିବ ନାହିଁ। କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି।
ବିଛା
ବିଛା
ଭାଗ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ମନକୁ ପାଇଲା ଭଳି କାମ ନ ହେଉଥିବାରୁ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି। ଆକସ୍ମିକ ସମସ୍ୟା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ। ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଶନିଙ୍କ ବଳବାନତ୍ୱ ହେତୁ ଆପଣ ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ। ପୂର୍ବରାଗ ଶୁଝିବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
କର୍ମାଧୀପ ନୀଚସ୍ଥ ଯୋଗୁ ଯେତେ ଉପାୟ ଅବଲମ୍ବନ କଲେ ସୁଦ୍ଧା କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କମିବ ନାହିଁ। ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ସନ୍ଦେହ ସୃଷ୍ଟି କରିପାରେ। ଗୃହସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ।
କୁମ୍ଭ
କୁମ୍ଭ
ଶୁକ୍ରଙ୍କ ଦୁର୍ବଳତା କାରଣରୁ ପାରିବାରିକ କ୍ଷେତ୍ର ବିବାଦ ବହୁଳ ହେବାର ସୂଚନା ରହିଛି। ବିଭିନ୍ନ ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ତର୍କର ସମ୍ଭାବନା ରହିଛି।
ମୀନମୀନ
କର୍ମକ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ ଚେଷ୍ଟା ଅବ୍ୟାହତ ରଖିବା ଭଲ। ଅଂଶୀଦାର ବ୍ୟବସାୟୀଙ୍କ ସହ ତର୍କ, ବିତର୍କ ଦେଖା ଦେଇପାରେ। ପରିବାରର ଆବଶ୍ୟକତା ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଆଜି ବନ୍ଧୁ ପରିଜନ ସହ ଭ୍ରମଣ ସଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri